Agripedia

କୃଷକଙ୍କ ଜୀବିକା ଏବଂ ଆୟ ବୃଦ୍ଧି ପାଇଁ ସହାୟ " କାଳିଆ " ଯୋଜନା

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ଯ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। “କାଳିଆ ” ଯୋଜନା ମାଧ୍ୟମରେ ଚାଷୀ ମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରି କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟ ରଖିଛନ୍ତି।

30 January, 2023 7:00 PM IST By: Tanushree Mahapatra

କୃଷି କ୍ଷେତ୍ରରେ ଅର୍ଥ ବିନିଯୋଗ ଏବଂ କୃଷକମାନଙ୍କର ନିରାପତ୍ତା ରାଜ୍ୟରେ ଦାରିଦ୍ର୍ଯ ଦୂରୀକରଣ ଏବଂ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବାରେ ଗୁରୁତ୍ଵ ପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। “କାଳିଆ ” ଯୋଜନା ମାଧ୍ୟମରେ ଚାଷୀ ମାନଙ୍କ ହିତ ସାଧନ ପାଇଁ ରାଜ୍ୟ ସରକାର ଏକ ସାମୁହିକ ଏବଂ ପରିବର୍ତ୍ତନଶୀଳ ସହାୟକ ବ୍ୟବସ୍ଥା ପ୍ରତିଷ୍ଠା କରି କୃଷି ଭିତ୍ତିକ ସମୃଦ୍ଧିର ଧାରାକୁ ତ୍ୱରାନ୍ୱିତ କରିବା ଲକ୍ଷ୍ୟ ରଖିଛନ୍ତି। “କାଳିଆ ” ( kalia yojana )  ଯୋଜନାର ମୁଖ୍ୟ ଉଦ୍ଦେଶ୍ଯ ହେଉଛି ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କ ସଶକ୍ତିକାରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା।

ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲବ୍ଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ ।

ବାସ୍ତବ ଦୃଷ୍ଟିକୋଣ ଉପରେ ଆଧାରିତ ଏହି ଦୁରଦୃଷ୍ଟି ସମ୍ପନ୍ନ ଯୋଜନା ମାଧ୍ୟମରେ ୧୦,୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ଵ ରାଶି ବିନିଯୋଗ କରାଯାଇ ରାଜ୍ୟର ଅସମର୍ଥ କୃଷି ପରିବାର, ଭୂମିହୀନ ଚାଷୀ ଏବଂ ନାମମାତ୍ର ଚାଷୀଙ୍କୁ ଋଣ ଯନ୍ତା ଏବଂ ଦାରିଦ୍ର୍ଯରୁ ମୁକ୍ତ କରିବା ଏହି ଯୋଜନାର ଲକ୍ଷ୍ୟ । ‘କାଳିଆ ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀ ମାନଙ୍କୁ ପରିସର ଭୁକ୍ତ କରିବା ପାଇଁ ବ୍ୟବସ୍ତା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀ ବ୍ଯାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି ।

ଚାଷକାର୍ଯ୍ୟ ପାଇଁ ସହାୟତା 

ରାଜ୍ୟର ସମସ୍ତ କ୍ଷୁଦ୍ର ଓ ନାମମାତ୍ର କୃଷକଙ୍କୁ ପ୍ରତି ରବି ଓ ଖରିଫ ଋତୁରେ ଚାଷକାର୍ଯ୍ୟ କରିବା ପାଇଁ ବିହନ, ସାର, କୀଟନାଶକ ଔଷଧ କିଣିବା ସହିତ ମଜୁରି ଓ ଆନୁଷଙ୍ଗିକ ଅନ୍ଯାନ୍ଯ କାର୍ଯ୍ୟ ନିମନ୍ତେ ୫ ଗୋଟି ଫସଲ ଋତୁରେ ମୋଟ୍ ୨୫୦୦୦ ଟଙ୍କାର ସହାୟତା ପ୍ରଦାନ କରାଯିବ। ଏହି ଯୋଜନା ଚଳିତ ୨୦୧୮ -୧୯ ରବି ଋତୁରୁ କାର୍ଯ୍ୟକାରୀ କରାଯାଉଛି।

ଜୀବିକା ପାଇଁ ସହାୟତା 

ଗ୍ରାମାଞ୍ଚଳର ଭୂମିହୀନ ଚାଷୀ ପରିବାର ପାଇଁ କୃଷିଭିତ୍ତିକ ଆନୁଷଙ୍ଗିକ କାର୍ଯ୍ୟ ଯଥା କ୍ଷୁଦ୍ର ଛେଳିପାଳନ ୟୁନିଟ୍, କ୍ଷୁଦ୍ର କୁକୁଡା ପାଳନ ୟୁନିଟ, ବତକ ପାଳନ ୟୁନିଟ୍, ମତ୍ସ୍ୟଜୀବୀମାନଙ୍କୁ ମାଛଧରା ଉପକରଣ , ଛତୁଚାଷ ଓ ମହୁଚାଷ ଇତ୍ୟାଦି ନିମନ୍ତେ ୧୨,୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବର ବ୍ୟବସ୍ଥା ଅଛି। ରାଜ୍ୟର ଅନୁସୂଚିତ ଜାତି ଓ ଜନଜାତି ବ୍ୟକ୍ତି ମାନଙ୍କ ପାଇଁ ଏହି ଯୋଜନା ବିଶେଷ ଭାବେ ସହାୟ ହେବ।

ଅସମର୍ଥ କୃଷି ପରିବାର ଏବଂ ଭୂମିହୀନ ଶ୍ରମିକ ମାନଙ୍କୁ ସହାୟତା 

ଯେଉଁ କ୍ଷୁଦ୍ର, ନାମମାତ୍ର ତଥା ଭୂମିହୀନ କୃଷି ପରିବାର ଚାଷୀ ବର୍ଦ୍ଧକ୍ଯ, ଅକ୍ଷମତା କିମ୍ବା ରୋଗଦ୍ବାରା ଆକ୍ରାନ୍ତ ହୋଇ କୃଷି କାର୍ଯ୍ୟ ଓ ଜୀବିକା ଉପାର୍ଜନ କରିବା ନିମନ୍ତେ ଅସମର୍ଥ, ସେମାନଙ୍କ ପରିବାର ଜୀବିକା ନିର୍ବାହ କରିବା ପାଇଁ ଏକକାଳୀନ ୧୦,୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ। ପ୍ରତିବର୍ଷ ୫ ଲକ୍ଷ ପରିବାର ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ।

କୃଷକ ଏବଂ ଭୂମିହୀନ ଶ୍ରମିକଙ୍କ ପାଇଁ ଜୀବନ ବୀମା ସୁବିଧା

ଚାଷୀ ଓ ଭୂମିହୀନ ଚାଷୀଙ୍କ ମୃତ୍ୟୁ ବା ଅକ୍ଷମତା ପରେ ତାଙ୍କର ପରିବାରର ସଦସ୍ୟମାନେ ସମ୍ମୁଖୀନ ହେଉଥିବା ଆର୍ଥିକ ଦୁରାବସ୍ଥା ତଥା ଅନିଶ୍ଚିତତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ଜୀବନବୀମା ସହାୟତାର ବ୍ୟବସ୍ଥା କରାଯାଇଛି। ଏହି ବୀମାର ସୁବିଧା ନିମ୍ନ ପ୍ରକାରେ ପ୍ରଦାନ କରାଯିବ। ୧୮ ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ଜୀବନ ବୀମା ସୁବିଧା କରାଯାଇଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୧୬୫ ଟଙ୍କା ରାଜ୍ୟ ସରକାର ବହନ କରିବେ। ୧୮ ରୁ ୫୦ ବର୍ଷ ବୟସ ମଧ୍ୟରେ ସମସ୍ତ ସଞ୍ଚୟ ଜମାଖାତାଧାରୀଙ୍କ ପାଇଁ ବାର୍ଷିକ ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ଜନିତ ବୀମାର ବ୍ୟବସ୍ଥା ଅଛି। ଏଥି ପାଇଁ ଧାର୍ଯ୍ୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟରୁ ଚାଷୀଙ୍କ ଅଂଶ ବାବଦକୁ ୬ ଟଙ୍କା ରାଜ୍ୟ ସରକାର ବହନ କରିବେ। ଉଲ୍ଲେଖ ଯୋଗ୍ୟ ଯେ ୫୧ ରୁ ୭୦ ବର୍ଷ ବୟସ ମଧ୍ୟରେ ଥିବା ସଞ୍ଚୟ ଜମା ଖାତାଧାରୀ ମାନଙ୍କୁ ଉପରସ୍ଥ ପ୍ରଦତ୍ତ ବ୍ୟକ୍ତିଗତ ଦୁର୍ଘଟଣା ବୀମା ସୁବିଧା ନିମନ୍ତେ ସମୁଦାୟ ବାର୍ଷିକ ୧୨ ଟଙ୍କା ପ୍ରିମିୟମ୍ ଦେୟକୁ ରାଜ୍ୟ ସରକାର ବହନ କରିବେ।

ଆଳୁ ଫସଲରେ ରୋଗ ପୋକ ରୁ ପାଆନ୍ତୁ ମୁକ୍ତି, ଜାଣନ୍ତୁ ଉପାୟ ......

ଜୈବିକ ଉପାୟରେ 'ରୁଫଟପ୍ ଗାର୍ଡ଼େନିଙ୍ଗ' ଯାହା ଛାତକୁ କରେ ଦ୍ବିଗୁଣିତ ସୁନ୍ଦର

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)