Education

ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ

ରାଜ୍ୟରେ ଶିକ୍ଷକ ନିଯୁକ୍ତିରେ ନୂଆ ରେକର୍ଡ ସୃଷ୍ଟି ହେଲା । ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା ।

24 December, 2021 12:55 PM IST By: Sudesna Nayak

ରାଜ୍ୟରେ ସୃଷ୍ଟି ହେଲା ଶିକ୍ଷକ ନିଯୁକ୍ତିରେ ନୂଆ ରେକର୍ଡ । ଆଉ ଏବେ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଏପ୍ରିଲ ୨୦୨୨ ସୁଦ୍ଧା ନିଯୁକ୍ତି ପ୍ରକ୍ରିୟା ଶେଷକରି ବିଦ୍ୟାଳୟ ମାନଙ୍କରେ ନୂତନ ଶିକ୍ଷକ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି । 5-T ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ପୂବର୍ରୁ ଗୋଟିଏ ଦିନରେ ୬ ହଜାର ୧୩୧ ଜଣ ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯାଇଥିଲା ।

ଚଳିତ ବର୍ଷ ପ୍ରଥମ ପର୍ଯ୍ୟାୟରେ ୪ ହଜାର ୬ ଶହ ୧୯ ଜଣ ହିନ୍ଦୀ, ସଂସ୍କୃତ ଓ କ୍ରୀଡ଼ା ଶିକ୍ଷକ ପଦବୀ ପୂରଣ ପାଇଁ ଅଗଷ୍ଟ ୧୩ରେ ହିଁ ବିଜ୍ଞାପନ ପ୍ରକାଶ ପାଇଥିଲା । ସେହିଭଳି ଦ୍ବିତୀୟ ପର୍ଯ୍ୟାୟରେ ୬ ହଜାର ୭ ଶହ ୨୦ ଜଣ TGT କଳା ଶିକ୍ଷକ ଓ ତେଲୁଗୁ ଶିକ୍ଷକ ପାଇଁ ଅଗଷ୍ଟ ୨୮ ତାରିଖରେ ହିଁ ବିଜ୍ଞାପନ ପ୍ରକାଶିତ ହୋଇଥିଲା । ଏହା ସହିତ ବର୍ଦ୍ଧିତ ଛାତ୍ରଛାତ୍ରୀମାନଙ୍କ ସଂଖ୍ୟା ଦୃଷ୍ଟିରୁ ଅଧିକ ୩ ହଜାର ୪ ଶହ ୬୨ଟି ଶିକ୍ଷକ ପଦବୀ ମଧ୍ୟ ମଞ୍ଜୁର କରାଯାଇଛି ।

୪ ମାସ ମଧ୍ୟରେ ଦୁଇଟି ପର୍ଯ୍ୟାୟରେ ଏତେ ସଂଖ୍ୟକ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସୂଚାରୁ ରୂପେ ଶେଷ କରିବା, ଶିକ୍ଷାକ୍ଷେତ୍ରରେ ରୂପାନ୍ତର ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରମାଣିତ କରୁଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ସରକାର ଗତ କିଛି ଦିନ ଏକ ରେକର୍ଡ ସଂଖ୍ୟକ ନିଯୁକ୍ତି ପ୍ରଦାନ କରିଥିବାବେଳେ ପୁଣି ଥରେ ଶିକ୍ଷକ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ଘର ମରାମତି ପାଇଁ ମିଳିବ ୩ ହଜାର ଟଙ୍କା

ଆଜିଠୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା,ରୋଗୀଙ୍କ ପାଖରେ ପହଞ୍ଚିବେ ଡାକ୍ତର

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)