
Build more than one thousand cold rooms in odisha state , image source - pexels.com
ଫୋକସରେ ଚାଷୀ l ରାଜ୍ୟର ଚାଷୀଙ୍କ କଲ୍ୟାଣ ପାଇଁ ସରକାରଙ୍କ ଏକ ବଡ଼ ପଦକ୍ଷେପ । ଏକ ହଜାରରୁ ଅଧିକ କୋଲ୍ଡ ରୁମ ଚାଷୀଙ୍କ ପାଇଁ ନିର୍ମାଣ କରିବ ଓଡିଶା କୃଷି ବିଭାଗ । ଯାହା ପନିପରିବା ଗୁଡ଼ିକୁ ସଢିବାକୁ ଦେବା ନାହିଁ । ରାଜ୍ୟର ବିଭିନ୍ନ ଯୋଜନାର ଅଗ୍ରଗତି ନେଇ ସମୀକ୍ଷା ସମୟରେ ଏହି ନିଷ୍ପତ୍ତି ନିଆଯାଇଛି । ରାଜ୍ୟରେ ପରିବା ନଷ୍ଟ ହେବା ଭଳି ସ୍ଥିତି ଆଉ ସୃଷ୍ଟି ହେବନାହିଁ । ଆଉ କମଦାମରେ ବିକି କ୍ଷତି ସହିବେନି ଚାଷୀଭାଇ । କାରଣ ରାଜ୍ୟ ସରକାର ଖୋଲିବେ କୋଲ୍ଡ ରୁମ୍ । କାରଣ ରାଜ୍ୟରେ ପନିପରିବା ଓ ଫଳଚାଷର ରହିଛି ପର୍ୟ୍ୟାପ୍ତ ସୁବିଧା ସୁଯୋଗ ।
ପ୍ରଥମ ପର୍ଯ୍ୟାୟରେ ପନିପରିବାର ଉପଯୁକ୍ତ ସଂରକ୍ଷଣ ପାଇଁ ରାଜ୍ୟରେ ୧୦ରୁ ୧୫ ଟନ କ୍ଷମତାବିଶିଷ୍ଟ ଏକ ହଜାରରୁ ଊର୍ଦ୍ଧ୍ବ କୋଲଡ୍ ରୁମ୍ ସ୍ଥାପନ କରାଯିବ ବୋଲି କୁହାଯାଇଛି । ଏଥିସହିତ ରାଜ୍ୟରେ ଆଳୁ ଚାଷକୁ ଆହୁରି ଅଧିକ ବ୍ୟାପକ କରିବା ପାଇଁ ପଦକ୍ଷେପ ନିଆଯାଇଛି । ସେହିପରି ଆର୍ଥିକବର୍ଷ ୨୦୨୩-୨୪, ରାଜ୍ୟରେ ଖରିଫ୍ ଆଳୁ ଚାଷ କରାଯାଇଥିବାବେଳେ ରବିଋତୁରେ ଆଳୁଚାଷ ପାଇଁ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ପ୍ରାମାଣିକ ଆଳୁ ବିହନ ସଂଗ୍ରହ କରାଯାଉଛି । ତେବେ ଅଧିକ ଆଳୁ ଉତ୍ପାଦନ ନିମନ୍ତେ ଚାଷୀଙ୍କୁ ଉନ୍ନତ ମାନର ଆଳୁ ବିହନ ଯୋଗାଇଦେବା ଉପରେ ରାଜ୍ୟର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଗୁରୁତ୍ବ ପ୍ରଦାନ କରୁଥିବା ଦେଖିବାକୁ ମିଳିଛି ।
ସେହିପରି ପନିପରିବା ଚାଷରେ ସ୍ବାବଲମ୍ବୀ ହେବାରେ ଲାଗୁଛି ଓଡ଼ିଶା ରାଜ୍ୟ । ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଯୋଜନା ଅଧୀନରେ କଦଳୀ, ସେଓ, ଆତ, କମଳା, ଲିଚୁ, ସପୁରୀ, ଅମୃତଭଣ୍ଡା, ପିଜୁଳି, ଡାଳିମ୍ବ ଏବଂ ପଣସ ପରି ଚାଷ ବ୍ୟାପକ ଭାବେ ଆରମ୍ଭ ହୋଇଥିବା ଦେଖିବାକୁ ମିଳିଛି । ଏପରି ସ୍ଥିତିରେ କୋଲଡ୍ ରୁମ୍ ପ୍ରତିଷ୍ଠା କରି ଚାଷୀର ଚାଷକୁ ସୁରକ୍ଷା ସହିତ ଚାଷୀର ବିକାଶ ପାଇଁ ରୋଡମ୍ୟାପ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର । ଯାହା ଚାଷୀମାନଙ୍କ ମଧ୍ୟରେ ନୂତନ ଉତ୍ସାହ ସୃଷ୍ଟି କରିବ ବୋଲି ଆଶା କରାଯାଉଛି ।
ତେବେରାଜ୍ୟର ଚାଷୀଙ୍କୁ ଆର୍ଥିକ ସ୍ତରରେ ଅଧିକ ସଶକ୍ତ କରିବା ପାଇଁ ଫାର୍ମ ପଣ୍ଡ ପ୍ଲସ୍ ଯୋଜନା କରାଯାଉଛି । ଯେଉଁଥିରେ ସମନ୍ବିତ କୃଷି, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା ମାଧ୍ୟମରେ ବିଭିନ୍ନ ଚାରା ରୋପଣ କାର୍ୟ୍ୟକ୍ରମ, ରିୱାର୍ଡ ଯୋଜନା ମାଧ୍ୟମରେ ଜଳସେଚନ ସୁବିଧା, କଫିଚାଷ, ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା, ନଳ କୂଅ କିମ୍ବା କୂପ ଖନନ, ଜାତୀୟ ହର୍ଟିକଲଚର ମିଶନରେ ନଡ଼ିଆ ଚାଷ ଆଦି କାର୍ଯ୍ୟକ୍ରମ ହେଉଛି ରାଜ୍ୟରେ ।
Share your comments