News

ରାଜ୍ୟରେ ବୃଦ୍ଧି ପାଉଛି ଆନ୍ତଃଜାତି ବିବାହ; ୨୦୨୧-୨୨ରେ କେତେ? ଜାଣନ୍ତୁ...

ଓଡ଼ିଶାରେ ୨୦୨୦-୨୧ରେ ୧୮୪୭ଟି ଆନ୍ତଃଜାତି ବିବାହ ପଞ୍ଜୀକରଣ ହୋଇଥିଲା । ୨୦୨୧-୨୨ ଏହି ସଂଖ୍ୟା ୨୪୨୮କୁ ବୃଦ୍ଧି ପାଇଥିବା ରାମଦାସ ଅଠାୱଲେ କହିଛନ୍ତି ।

23 August, 2022 10:06 AM IST By: Shuvanshu Kar

ସମାଜରେ ସମତା ଆଣିବା ଲାଗି ଅଧିକ ସଂଖ୍ୟାରେ ଆନ୍ତଃଜାତି ବିବାହ(inter-caste marriages)କୁ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକତାକୁ ଦର୍ଶାଇଛନ୍ତି କେନ୍ଦ୍ର ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ରାମଦାସ ଅଠାୱଲେ( Union Minister Dr. Ramdas Athawale) । ସୋମବାର ଭୁବନେଶ୍ବର ଠାରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସେ ଏହା କହିଛନ୍ତି ।

ଡକ୍ଟର ଅଠାୱଲେ କହିଛନ୍ତି ଯେ କେନ୍ଦ୍ର ସରକାର ଡକ୍ଟର ଆମ୍ବେଦକର ଫାଉଣ୍ଡେସନ ସହ ମିଶି ଆନ୍ତଃଜାତି ବିବାହ(inter-caste marriages) ପାଇଁ ଅଢ଼େଇ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଯୋଗାଇ ଦେଉଛନ୍ତି । ଅନ୍ୟପକ୍ଷରେ ଓଡ଼ିଶା ସରକାରଙ୍କ ମଧ୍ୟ ଏପରି ଯୋଜନା ରହିଛି, ହେଲେ ଏଭଳି ବିବାହ(marriage)କୁ ବ୍ୟାପକ ଆକାରରେ ପ୍ରୋତ୍ସାହନ ଦିଆଯିବା ଆବଶ୍ୟକ ।

ଓଡ଼ିଶାରେ ୨୦୨୦-୨୧ରେ ୧୮୪୭ଟି ଆନ୍ତଃଜାତି ବିବାହ ପଞ୍ଜୀକରଣ ହୋଇଥିଲା । ୨୦୨୧-୨୨ ଏହି ସଂଖ୍ୟା ୨୪୨୮କୁ ବୃଦ୍ଧି ପାଇଥିବା ରାମଦାସ ଅଠାୱଲେ କହିଛନ୍ତି ।

ରାଜ୍ୟରେ ଜାତିଗତ ନିର୍ଯାତନା ମାମଲା ଉପରେ ତଥ୍ୟ ପ୍ରଦାନ କରି ମନ୍ତ୍ରୀ କହିଛନ୍ତି ଯେ, ୨୦୨୦-୨୧ରେ ୨୮୨୮ ନିର୍ଯାତନା ମାମଲା ରୁଜୁ ହୋଇଥିଲା । ୨୦୨୧-୨୨ରେ ୨୭୬୮ ନିର୍ଯାତନା ମାମଲା ଦାୟର ହୋଇଛି । ଜାତିଗତ ନିର୍ଯାତନା ମାମଲା ରୋକିବା ଲାଗି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟର ଆବଶ୍ୟକତା ରହିଛି ବୋଲି ଡକ୍ଟର ଅଠାୱଲେ ଜୋର ଦେଇ କହିଛନ୍ତି ।

ଝିଅମାନଙ୍କର ବିବାହ ପାଇଁ କେନ୍ଦ୍ର ସରକାର ଦେଉଛନ୍ତି ୫୧,୦୦୦ଟଙ୍କା; ଜାଣନ୍ତୁ ଆପଣ କିପରି ପାଇବେ...

ବିବାହ ବନ୍ଧନରେ ବାନ୍ଧିହେବେ ମୁଖ୍ୟମନ୍ତ୍ରୀ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)