
40 degrees in 5 cities of the state, image source - pixeles
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ଜିଲ୍ଲା ଯଥା: ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଭଳି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି l ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହିସବୁ ଜିଲ୍ଲାଗୁଡ଼ିକୁ ବିଭାଗ ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।
ସେହିପରି ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଛି ଧୀରେ ଧୀରେ । ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ରହିବା ନେଇ କୁହାଯାଉଛି । ଦିନର ସର୍ବୋଚ୍ଚ ତାପମାତ୍ରା ଟିଟିଲାଗଡ଼, ଭବାନୀପାଟଣା, ନୟାଗଡ଼ରେ ବଲାଙ୍ଗିର ଏବଂ ବୌଦ୍ଧରେ ୪୦ ଡିଗ୍ରୀ ସେଲ୍ସିୟସ୍ ରେକର୍ଡ଼ କରାଯାଇଛି ।
ସେହିପରି ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା ୨ ଦିନ ମଧ୍ୟରେ ଦିନ ତାପମାତ୍ରା ମଧ୍ୟ ୨ ଡିଗ୍ରୀ ବୃଦ୍ଧି ହେବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।
ଅନ୍ୟପଟେ ଏ ନେଇ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ଏଣିକି ସାରା ରାଜ୍ୟରେ ଆଗକୁ ତାତି ବଢ଼ିବ। ଶନିବାର ଦକ୍ଷିଣ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ରୁ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ମଧ୍ୟ ହୋଇପାରେ। ନଚେତ ଭୁବନେଶ୍ୱର ସମେତ ଉପକୂଳ ଓଡିଶାରେ ତାପମାତ୍ରା ଆହୁରି ବଢ଼ିଯିବ । ସେହିଏପରି ଏପ୍ରିଲ ୧ ତାରିଖରେ ଭୁବନେଶ୍ବରର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିବା ନେଇ ଆକଳନ କରାଯାଉଛି ।
Share your comments