News

କାହିଁକି ୯୪ ୟୁଟ୍ୟୁବ ଚ୍ୟାନେଲକୁ ବନ୍ଦ କଲେ ସରକାର ? ଜାଣନ୍ତୁ...

ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଠାକୁର କହିଛନ୍ତି ଯେ ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍‍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ସେଗୁଡିକୁ ବନ୍ଦ କରାଯାଇଛି ।

24 July, 2022 3:56 PM IST By: Shuvanshu Kar

ସୋସିଆଲ ମିଡିଆ(social media)ର ଦୁରୁପଯୋଗକୁ ନେଇ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ । ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲ(YouTube channels )ଗୁଡିକ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ।

କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଆଜି କହିଛନ୍ତି ଯେ ୨୦୨୧-୨୨ ମସିହାରେ ଦେଶର ସ୍ୱାର୍ଥ ବିରୋଧରେ କାର୍ଯ୍ୟ କରୁଥିବା ୟୁଟ୍ୟୁବ ଚ୍ୟାନେଲଗୁଡିକ ବିରୋଧରେ ମନ୍ତ୍ରଣାଳୟ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ ଠାକୁର କହିଛନ୍ତି ଯେ ମନ୍ତ୍ରଣାଳୟ ୯୪ ୟୁଟ୍ୟୁବ ଚ୍ୟାନେଲ, ୧୯ ଟି ସୋସିଆଲ ମିଡିଆ ଆକାଉଣ୍ଟ ଏବଂ ୭୪୭ ଟି ୟୁଆରଏଲ୍‍ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହିତ ସେଗୁଡିକୁ ବନ୍ଦ କରାଯାଇଛି । ଏହି କାର୍ଯ୍ୟାନୁଷ୍ଠାନ ସୂଚନା ପ୍ରଯୁକ୍ତି ଅଧିନିୟମ ୨୦୦୦ ର ଧାରା ୬୯ଏ ଅନୁଯାୟୀ ନିଆଯାଇଛି । ମନ୍ତ୍ରୀ କହିଛନ୍ତି ଯେ ମିଥ୍ୟା ଖବର ପ୍ରଚାର ପ୍ରସାର କରି ଦେଶର ସାର୍ଵଭୌମତ୍ୱ ବିରୋଧରେ କାର୍ଯ୍ୟ କରୁଥିବା ଏଜେନ୍ସିଗୁଡିକ ବିରୋଧରେ ସରକାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

ଏହାପୂର୍ବରୁ ଗତ ବର୍ଷ ଡିସେମ୍ବରରେ ଗୁଇନ୍ଦା ଏଜେନ୍ସିଙ୍କ ସଂଶ୍ଳିଷ୍ଟ 20ଟି ୟୁଟ୍ୟୁବ ଚ୍ୟାନାଲ ଓ କିଛି ଓ୍ବେବସାଇଟ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଚ୍ୟାନେଲଗୁଡିକ ଭାରତ ବିରୋଧୀ ପ୍ରଚାର ଓ ମିଥ୍ୟା ଖବର ପ୍ରସାର କରୁଥିବା ଅଭିଯୋଗ ହୋଇଥିଲା ।

Grand Hackathon: ଡିଜିଟାଲ ବାଣିଜ୍ୟକୁ ମିଳିବ ବୁଷ୍ଟର

ସହଜରେ ମିଳିବ ସ୍ବାସ୍ଥ୍ୟ ସୂଚନା, ସରକାର ଆଣିଲେ ‘ଆଭା’ ମୋବାଇଲ ଆପ୍

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)