1. କୃଷି ଖବର

ସ୍ବାଧୀନତାର ୭୫ତମ ବର୍ଷରେ ୭୫ ଛୁଇଁଲା ରାମସାର ସାଇଟ

ସ୍ବାଧୀନତାର ୭୫ତମ ବର୍ଷରେ ଭାରତ ସରକାର ଆଉ ୧୧ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ତାଲିକାରେ ସାମିଲ କରିଛନ୍ତି । ଏଥିରେ ଓଡ଼ିଶାର ୩ଟି ଆର୍ଦ୍ରଭୂମି ସାମିଲ ରହିଛି ।

Shuvanshu Kar
Shuvanshu Kar
75 Ramsar Sites in 75th Year of Independence

75 Ramsar Sites in 75th Year of Independence

ସ୍ବାଧୀନତାର ୭୫ତମ ବର୍ଷରେ ଭାରତ ସରକାର ଆଉ ୧୧ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର(Ramsar sites) ତାଲିକାରେ ସାମିଲ କରିଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ୍‌ ରାମସାର କ୍ଷେତ୍ର(Ramsar sites)ର କ୍ଷେତ୍ରଫଳ ୧୩,୨୬,୬୭୭ରେ ପହଞ୍ଚିଛି । ଏଥିରେ ଓଡ଼ିଶାର ୩ଟି ଆର୍ଦ୍ରଭୂମି ସାମିଲ ରହିଛି । ଏଗୁଡ଼ିକ ହେଲା ଗଞ୍ଜାମ ଜିଲ୍ଲାର ତାମ୍ପରା ହ୍ରଦ, ସମ୍ବଲପୁର ଜିଲ୍ଲାରେ ଥିବା ହୀରାକୁଦ ଜଳଭଣ୍ଡାର ଏବଂ କଟକ ଜିଲ୍ଲାରେ ଥିବା ଅଂଶୁପା ହ୍ରଦ ।

ରାମସାର ତାଲିକାରେ ନୂଆ କରି ସାମିଲ ହୋଇଥିବା ୧୧ଟି ଆର୍ଦ୍ରଭୂମି ମଧ୍ୟରେ ତାମିଲନାଡ଼ୁର ୪ଟି, ଓଡ଼ିଶାର ୩ଟି ଏବଂ ଜମ୍ମୁ ଓ କଶ୍ମୀରର ଦୁଇଟି କ୍ଷେତ୍ର ସାମିଲ ରହିଛି । ସେହିପରି ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରର ଗୋଟିଏ ଲେଖାଏଁ କ୍ଷେତ୍ର ସାମିଲ ରହିଛି । ରାମସାର ତାଲିକାରେ ସାମିଲ ହେବା ପରେ ଏସବୁ ଆର୍ଦ୍ରଭୂମିର ସଂରକ୍ଷଣ ଓ ପରିଚାଳନା ସମେତ ସମ୍ପଦର ସୁବିନିଯୋଗ ସମ୍ଭବ ହୋଇପାରିବ ।

୧୯୭୧ ମସିହାରେ ଇରାନର ରାମସାର ଠାରେ ସ୍ବାକ୍ଷରିତ ହୋଇଥିବା ରାମସାର ସମ୍ମିଳନୀରେ ଭାରତ ଅନ୍ୟତମ ଚୁକ୍ତିବଦ୍ଧ ରାଷ୍ଟ୍ର ଭାବେ ସାମିଲ ହୋଇଛି । ଭାରତ ୧ ଫେବୃଆରୀ ୧୯୮୨ରେ ରାମସାର ରାଜିନାମରେ ସ୍ବାକ୍ଷର କରିଥିଲା । ୧୯୮୨ରୁ ୨୦୧୩ ମଧ୍ୟରେ ମୋଟ୍‌ ୨୬ଟି କ୍ଷେତ୍ରକୁ ରାମସାର କ୍ଷେତ୍ର ତାଲିକାରେ ସାମିଲ କରାଯାଇଥିଲା । ତେବେ ୨୦୧୪ରୁ ୨୦୨୨ ମଧ୍ୟରେ ଦେଶ ୪୯ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ତାଲିକାରେ ସାମିଲ କରିଛି ।

ଚଳିତ ବର୍ଷ (୨୦୨୨)ରେ କେବଳ ୨୮ଟି ଆର୍ଦ୍ରଭୂମିକୁ ରାମସାର କ୍ଷେତ୍ର ଭାବେ ଘୋଷଣା କରାଯାଇଛି । ଚଳିତ ବର୍ଷ ୧୯ଟି ଆର୍ଦ୍ରଭୂମିକୁ ରାମସାର ପ୍ରମାଣପତ୍ର ପ୍ରଦାନ କରାଯାଇଥିବା ବେଳେ ୨୦୨୧ରେ ୧୪ଟି କ୍ଷେତ୍ରକୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।

ତାମିଲନାଡ଼ୁରେ ସର୍ବାଧିକ ୧୪ଟି ରାମସାର କ୍ଷେତ୍ର ଥିବା ବେଳେ ୧୦ଟି ରାମସାର କ୍ଷେତ୍ର ସହ ଉତ୍ତର ପ୍ରଦେଶ ଦ୍ବିତୀୟ ସ୍ଥାନରେ ରହିଛି ।

ଅମୃତ ୨.୦ : ଓଡିଶା ଭାଗରେ ୧୩୬୩ କୋଟି

Ramsar sites: ସାତକୋଶିଆକୁ ରାମସାର କ୍ଷେତ୍ର ମାନ୍ୟତା

Like this article?

Hey! I am Shuvanshu Kar. Did you liked this article and have suggestions to improve this article? Mail me your suggestions and feedback.

Share your comments