1. କୃଷି ଖବର

ସରକାରୀ କର୍ମଚାରୀଙ୍କ ଖାତାକୁ ଆସିବ ୧.୫୦ ଲକ୍ଷ ଟଙ୍କା!

କେନ୍ଦ୍ର ସରକାର ଗୋଟିଏ ପରେ ଗୋଟିଏ କର୍ମଚାରୀଙ୍କୁ ଉପହାର ଦେଉଛନ୍ତି । ବର୍ତ୍ତମାନ କେନ୍ଦ୍ର କର୍ମଚାରୀ ୧୮ ମାସର ମହଙ୍ଗା ଭତ୍ତା ଅର୍ଥାତ ଡିଏ ଅରିୟରର ଅପେକ୍ଷା କରୁଛନ୍ତି । ଯାହାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।

Sudesna Nayak
Sudesna Nayak
7th pay commission central government employees 18 months da arrears modi govt

7th pay commission central government employees 18 months da arrears modi govt

କେନ୍ଦ୍ର ସରକାର (Central Government) ଗୋଟିଏ ପରେ ଗୋଟିଏ କର୍ମଚାରୀଙ୍କୁ ଉପହାର ଦେଉଛନ୍ତି । ବର୍ତ୍ତମାନ କେନ୍ଦ୍ର କର୍ମଚାରୀ ୧୮ ମାସର ମହଙ୍ଗା ଭତ୍ତା ଅର୍ଥାତ ଡିଏ ଅରିୟର (DA Arrears)ର ଅପେକ୍ଷା କରୁଛନ୍ତି । ଯାହାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।

ସୂଚନା ଅନୁଯାୟୀ, ନିକଟରେ ହିଁ କେନ୍ଦ୍ର ସରକାର (Central Government)ନିଜର ୪୭ ଲକ୍ଷ ୬୮ ହଜାର କର୍ମଚାରୀ (Central Government Employees) ଓ ୬୮ ଲକ୍ଷ ୬୨ ହଜାର ପେନସନଭୋଗୀ (Central Government Pensioners)ଙ୍କ ମହଙ୍ଗା ଭତ୍ତା (Dearness Allowance)ରେ ହିଁ ବୃଦ୍ଧି କରିଥିଲେ ।

ସରକାରୀ କର୍ମଚାରୀମାନେ (Government Employees) ଲଗାତର ଜାନୁୟାରୀ ୨୦୨୦ରୁ ଜୁନ ୨୦୨୧ ପର୍ଯ୍ୟନ୍ତ ରୋକାଯାଇଥିବା ଡିଏର ବକେୟା (DA Arrears) ଦାବି କରୁଛନ୍ତି । ରିପୋର୍ଟ ଅନୁସାରେ, ସରକାର ଏକାଥରେ ୧.୫୦ ଲକ୍ଷ ଟଙ୍କା କେନ୍ଦ୍ର କର୍ମଚାରୀଙ୍କୁ ଦେବା ପାଇଁ ଯୋଜନା କରୁଛନ୍ତି । ଯଦି ଏପରି ହେବ ତ କର୍ମଚାରୀଙ୍କ ଦରମା ସହ ମୋଟା ଅଙ୍କର ଅର୍ଥ ସେମାନଙ୍କ ବ୍ୟାଙ୍କ ଖାତାକୁ ଆସିବ ।

ସରକାରୀ କର୍ମଚାରୀ (Central Government Employees)ମାନେ ଆଶା କରୁଛନ୍ତି ଯେ, ଡିଏ ବକେୟା (DA Arrears)କୁ ନେଇ ସରକାର ବିଚାର କରିବେ ଓ ଏହାର ସମାଧାନ ବାଟ ବାହାର କରିବେ । ନ୍ୟାସନାଲ କାଉନ୍ସିଲ୍ ଅଫ୍ ଜେସିଏମ୍ ର ଶିବ ଗୋପାଳ ମିଶ୍ରାଙ୍କ ଅନୁଯାୟୀ, କାଉନ୍ସିଲ ସରକାରଙ୍କ ଆଗରେ ନିଜର ଦାବି ରଖିଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ସମାଧାନର ବାଟ ବାହାରି ନାହିଁ ।

ଆପଣଙ୍କୁ କହିରଖୁଛୁ ଯେ, ଗତ ବର୍ଷ ଜୁଲାଇ ୧ରେ କେନ୍ଦ୍ର ସରକାର (Central Government)ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ । ଯାହା ପରେ ଏହା ବଢ଼ି ୨୮ ପ୍ରତିଶତରେ ପହଞ୍ଚିଥିଲା । ଏହାପୂର୍ବରୁ ସେମାନେ ୧୭ ପ୍ରତିଶତ ହାରରେ ଡିଏ (DA) ପାଉଥିଲେ । ଏଥି ସହିତ ଅକ୍ଟୋବର ୨୦୨୧ରେ ଏହାକୁ ୩ ପ୍ରତିଶତ ବୃଦ୍ଧି କରାଯାଇଥିଲା । ଯାହା ପରେ ଏହା ବଢ଼ି ୩୧ ପ୍ରତିଶତକୁ ପହଞ୍ଚିଥିଲା । ଏଥି ସହିତ ମାର୍ଚ୍ଚ ୨୦୨୨ରେ ପୁଣି ଥରେ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କରାଯାଇଛି । ଯାହା ପରେ ବର୍ତ୍ତମାନ ୩୪ ପ୍ରତିଶତ ହାରରେ ମହଙ୍ଗା ଭତ୍ତା ମିଳୁଛି ।

କେନ୍ଦ୍ର କର୍ମଚାରୀ ସଂଗଠନ ୧୮ ମାସର ବକେୟା ପାଇଁ ସରକାରଙ୍କ ଉପରେ କ୍ରମାଗତ ଭାବରେ ଚାପ ପକାଉଛି । ଏହି ଲୋକମାନେ କହିଛନ୍ତି ଯେ ସୁପ୍ରିମକୋର୍ଟଙ୍କ ରାୟ ହେଉଛି ଦରମା ଓ ଭତ୍ତା କର୍ମଚାରୀଙ୍କ ମୌଳିକ ଅଧିକାର । ଏଭଳି ପରିସ୍ଥିତିରେ ହିଁ କର୍ମଚାରୀ (Employees)ମାନଙ୍କୁ ୧୮ ମାସର ବକେୟା ସୁବିଧା ମଧ୍ୟ ମିଳିପାରେ ।

ପ୍ରକାଶ ଥାଉ ଯେ, ନ୍ୟାସନାଲ କାଉନସିଲ୍ ଅଫ୍ ଜେସିଏମ୍ ର ଶିବ ଗୋପାଳ ମିଶ୍ରାଙ୍କ ଅନୁଯାୟୀ, ଲେଭଲ୍ -1 କର୍ମଚାରୀ (Employees)ଙ୍କ ଡିଏ ବକେୟା ୧୧,୮୮୦ରୁ ୩୭,୫୫୪ ଟଙ୍କା ମଧ୍ୟରେ ରହିଛି । ଯେତେବେଳେ କି, ଲେଭଲ୍ -13 (7th CPC basic pay scale ୧,୨୩,୧୦୦ ଟଙ୍କାରୁ ୨,୧୫,୯୦୦ ଟଙ୍କା) କିମ୍ବା ଲେଭଲ୍ -14 (7th CPC basic pay scale)ପାଇଁ ଜଣେ କର୍ମଚାରୀ (Employees) ଡିଏ ବକେୟା (DA Arrears)୧,୪୪,୨୦୦ ଟଙ୍କାରୁ ୨,୧୮,୨୦୦ ଟଙ୍କା ମଧ୍ୟରେ ରହିଛି ।

ପେନସନଭୋଗୀଙ୍କ ପାଇଁ ଖୁସିଖବର ;ମିଳିବ ରିଟର୍ଣ୍ଣ ଗ୍ୟାରେଣ୍ଟି

ସରକାରୀ କର୍ମଚାରୀଙ୍କୁ ରିହାତି ଦେଲେ ସରକାର, ସମସ୍ତଙ୍କୁ ମିଳିବ ଲାଭ

 

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments