News

7th pay commission: ଖୁସିଖବର; ସରକାରୀ କର୍ମଚାରୀଙ୍କୁ ମିଳିବ ୨୦% ବକେୟା ଦେୟ

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କର୍ମଚାରୀଙ୍କୁ ମିଳିବ ବକେୟା ଦେୟ । ସପ୍ତମ ବେତନ କମିଶନର ଶେଷ ୨୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

30 March, 2022 12:38 PM IST By: Sudesna Nayak

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର (GOOD NEWS)। କର୍ମଚାରୀଙ୍କୁ ମିଳିବ ବକେୟା ଦେୟ । ସପ୍ତମ ବେତନ କମିଶନର ଶେଷ ୨୦ ପ୍ରତିଶତ ବକେୟା ଦେୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏହାଦ୍ୱାରା କର୍ମଚାରୀମାନେ (Employees)ହିଁ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ ।

ପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛି । ଫଳରେ ଉପକୃତ ହେବେ ୪ ଲକ୍ଷ କର୍ମଚାରୀ । ଏଥିପାଇଁ ୮୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ନାମା ପ୍ରକାଶ ପାଇଛି ।

ସୂଚନା ଅନୁଯାୟୀ, କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ । ରାଜ୍ୟ ସରକାର (State Government)ସପ୍ତମ ବେତନ କମିଶନରଙ୍କ ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ । ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ ।

ପୂର୍ବରୁ ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା । ପେନସନଭୋଗୀ ମାନେ ମଧ୍ୟ ସେମାନଙ୍କ ଦରମାର ଶତ ପ୍ରତିଶତ ପାଇସାରିଛନ୍ତି ।

ରାଜ୍ୟ ସରକାର (State Government)ସପ୍ତମ ବେତନ କମିଶନ ର ସୁପାରିଶକୁ ଗ୍ରହଣ କରି ଏହାକୁ ୨୦୧୬ ଜାନୁଆରୀ ମାସ ଠାରୁ ଲାଗୁ କରିଥିଲେ ଏବଂ ୨୦୧୭ ସେପ୍ଟେମ୍ବର ମାସଠାରୁ ବର୍ଦ୍ଧିତ ଦରମା ପ୍ରଦାନ କରିଥିଲେ ।

ପ୍ରକାଶ ଥାଉ ଯେ, କର୍ମଚାରୀମାନେ ସପ୍ତମ ବେତନ କମିସନ ସୁପାରିଶ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ 20 ମାସର ବର୍ଦ୍ଧିତ ବକେୟା ଦରମା ବିଭିନ୍ନ କିସ୍ତିରେ ଦେବାକୁ ନିଷ୍ପତ୍ତି ହୋଇଥିଲା । ଏହି ନିଷ୍ପତ୍ତି ଅନୁଯାୟୀ ୨୦୧୭-୧୮ରେ ୪୦ ପ୍ରତିଶତ, ୨୦୧୯-୨୦ରେ ୧୦ ପ୍ରତିଶତ ଓ ୨୦୨୧-୨୨ରେ ୩୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଥିଲା ।

ସରକାରୀ କର୍ମଚାରୀଙ୍କ ପାଇଁ ଗୁଡନ୍ୟୁଜ; ମାର୍ଚ୍ଚ ମାସରେ ପାଇବେ ମୋଟା ଅଙ୍କର ଦରମା,ମୁଖ୍ୟମନ୍ତ୍ରୀ ଦେଲେ ଏହି ନିର୍ଦ୍ଦେଶ

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ ଖୁସି ଖବର;ଜଲଦି ଖାତାକୁ ଆସିବ ୧.୫ଲକ୍ଷ ଟଙ୍କା

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)