1. କୃଷି ଖବର

ଚାଷରେ ନୂଆ ଜ୍ଞାନକୌଶଳର ବ୍ୟବହାର କରିବାକୁ ଚାଷୀମାନଙ୍କୁ ପରାମର୍ଶ: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ ଉଦ୍‌ଘାଟନ କରିଛନ୍ତି ।

Tanushree Mahapatra
Tanushree Mahapatra
Agriculture odisha 2023 inaugurated the chief minister

Agriculture odisha 2023 inaugurated the chief minister

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗତକାଲି  ସ୍ଥାନୀୟ ବରମୁଣ୍ଡା ପଡିଆଠାରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ ‘କୃଷି ଓଡିଶା’ (krushi odisha - 2023 ) ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ଉପସ୍ଥିତ କୃଷକ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଫାର୍ମ ମେକାନାଇଜେସନ ଓ ଫସଲ ବିବିଧତା ଉପରେ ଗୁରୁତ୍ବ ଆରୋପ କରି ଚାଷୀ ମାନଙ୍କୁ ନୂଆ ନୂଆ ଟେକ୍‌ନୋଲୋଜିର ବ୍ୟବହାର କରିବା ସହିତ ଅଧିକ ପରିମାଣରେ ଅଣଧାନ ଅର୍ଥକରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଥିଲେ ।

କୃଷି ଯାନ୍ତ୍ରିକରଣ ଓ ଫସଲ ବିବିଧତା ସହ ନୂତନ ବୈଷୟିକ ଜ୍ଞାନ ବ୍ୟବହାର କରି ଚାଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୃଷକମାନେ ଆହ୍ୱାନ ଦେଇଛନ୍ତି ।

ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆରେ ରାଜ୍ୟସ୍ତରୀୟ ବାର୍ଷିକ କୃଷି ମହୋତ୍ସବ କୃଷି ଓଡ଼ିଶାକୁ ଉଦ୍‍ଘାଟନ କରି ମୁଖ୍ୟମନ୍ତ୍ରୀ କୃଷକମାନଙ୍କୁ ଅଧିକ ପରିମାଣରେ ଅଣଧାନ ଓ ଅର୍ଥକାରୀ ଫସଲ ଚାଷ କରିବା ପାଇଁ ପରାମର୍ଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ବୈଷୟିକ ଜ୍ଞାନ ହେଉଛି ବିକାଶର ଆଧାର। କୃଷି କ୍ଷେତ୍ରରେ ଏହାର ବହୁତ ଆବଶ୍ୟକତା ରହିଛି । ଚାଷୀମାନେ ନୂତନ ବୈଷୟିକ ଜ୍ଞାନ ବିଷୟରେ ଜାଣିଲେ କୃଷି କ୍ଷେତ୍ରରେ ସଫଳ ହେବେ ଓ ନିଜର ତଥା ରାଜ୍ୟର ଉନ୍ନତିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କୃଷକମାନଙ୍କ ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯାଉଛି ବୋଲି ସେ କହିଥିଲେ । ଖାଦ୍ୟଶସ୍ୟ ଉତ୍ପରେ ଓଡ଼ିଶା ଏକ ବଳକା ରାଜ୍ୟ ହୋଇ ସାରା ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଚାଉଳ ଯୋଗାଇ ପାରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପଣସ ମିଶନ, ଛତୁ ମିଶନ ଆଦି ସ୍ୱତନ୍ତ୍ର ମିଶନ ଜରିଆରେ ଚାଷୀଙ୍କ ରୋଜଗାର ସହିତ ପୁଷ୍ଟି ନିରାପତ୍ତା ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଉଛି । ଓଡ଼ିଶାର ମିଲେଟ୍‍ ମିଶନ ଆଜି ସାରା ଦେଶ ଓ ବିଶ୍ୱର ଦୃଷ୍ଟି ଆକର୍ଷଣ କରିପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

‘କୃଷି ଓଡିଶା’ରେ ଉପସ୍ଥିତ ଥିବା WFP, IFAD ଏବଂ FAO ପରି ସଂସ୍ଥାର ପ୍ରତିନିଧି ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କୃଷି କ୍ଷେତ୍ରରେ ସେମାନଙ୍କ ନିରନ୍ତର ସହଯୋଗ ପାଇଁ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କୃଷିମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିଜର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ କୃଷି ବିଭାଗ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇଛି । କୃଷକ ମାନଙ୍କ ଆୟବୃଦ୍ଧିରେ କୃଷି ଆନୁସଂଗିକ କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦିଆଯାଇ ଗତ ଦୁଇ ଦଶନ୍ଧି ମଧ୍ୟରେ ଓଡିଶା ମାଛ, ମାଂସ, ଅଣ୍ଡା ଓ ଦୁଗ୍‌ଧ ଉତ୍ପାଦନରେ ସ୍ବାବଲମ୍ବୀ ହୋଇପାରିବା ସହିତ ଚାଷୀ ମାନଙ୍କ ରୋଜଗାର ମଧ୍ୟ ବୃଦ୍ଧି କରାଯାଇପାରିଛି ବୋଲି ସେ କହିଥିଲେ ।

ଏହି ଅବସରରେ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତ ବାଗ୍‍ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ପ୍ରମୁଖ କୃଷି ବିଭାଗର କାର୍ଯ୍ୟକ୍ରମ ଉପରେ ଅବତାରଣା କରିଥିଲେ। ବିଭାଗୀୟ ପ୍ରମୁଖ ସଚିବ ଡକ୍ଟର ଅରବିନ୍ଦ ପାଢ଼ୀ ଏବଂ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଆଧୁନିକ କୃଷି ସାମଗ୍ରୀ ଓ ନୂତନ ଜ୍ଞାନକୌଶଳର ପ୍ରଦର୍ଶନୀ ମାଧ୍ୟମରେ କୃଷକମାନଙ୍କୁ ସଶକ୍ତ କରିବା ପାଇଁ ଏହି ମେଳାର ଆୟୋଜନ କରାଯାଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ଏହି ମେଳାରେ ରିହାତି ଦରରେ କୃଷି ଯନ୍ତ୍ରପାତି କ୍ରୟ, ଅଗ୍ରୀମ ବୁକିଂ ଏବଂ ଋଣର ସୁଯୋଗ ରହିଛି। ସେହିପରି କୃଷି ଶିକ୍ଷା ଶିବିର ଓ ଅନ୍‍ଲାଇନ୍‍ ସେବା ସମ୍ବନ୍ଧୀୟ କୃଷକ ସହାୟତା କେନ୍ଦ୍ର ଆୟୋଜନ କରାଯାଇଛି। ଏହି ଅବସରରେ ଅଗ୍ରଣୀ କୃଷକ, କୃଷକ ଉତ୍ପାଦକ ସଂଘ, ମହିଳା ସ୍ୱୟଂସହାୟକ ଗୋଷ୍ଠୀ ଓ କୃଷି ଉଦ୍ୟୋଗୀକୁ ସମ୍ବର୍ଦ୍ଧିତ କରାଯିବ। ଆସନ୍ତା ୧୮ତାରିଖ ପର୍ଯ୍ୟନ୍ତ ଏହି କୃଷିମେଳା ଅନୁଷ୍ଠିତ ହେବ।

ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଶ୍ରୀ ସୁବ୍ରତୋ ବାଗ୍‌ଚୀ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ବିଭାଗୀୟ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିଲେ । କୃଷି ଓ କୃଷକ ସଶକ୍ତିକରଣ ବିକାଶ ପ୍ରମୁଖ ସଚିବ ଡଃ ଅରବିନ୍ଦ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।

ମହେନ୍ଦ୍ରଗିରି ପର୍ବତ ଶିଖରରେ ସେଞ୍ଚୁରିଅନ ୟୁନିଭର୍ସିଟି ଦ୍ୱାରା କୃଷି ମେଳା ଆୟୋଜିତ

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments