News

ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ-ନେପାଳ ମଧ୍ୟରେ MoU ସ୍ବାକ୍ଷର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

ଜୈବ ବିବିଧତା ସଂରକ୍ଷଣ କ୍ଷେତ୍ରରେ ଭାରତ ଏବଂ ନେପାଳ ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସ୍ବାକ୍ଷର ପ୍ରସ୍ତାବକୁ ଅନୁମୋଦନ ଦେଇଛି କେନ୍ଦ୍ର କ୍ୟାବିନେଟ ।

31 August, 2022 5:32 PM IST By: Shuvanshu Kar

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକ(Cabinate Meeting)ରେ ଜୈବ ବିବିଧତା ସଂରକ୍ଷଣ(biodiversity conservation) କ୍ଷେତ୍ରରେ ଭାରତ ଏବଂ ନେପାଳ ମଧ୍ୟରେ ଏକ ବୁଝାମଣାପତ୍ର (MOU) ସ୍ବାକ୍ଷର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏ ସଂକ୍ରାନ୍ତରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି ମିଳିଛି ।

ଏହା ଜଙ୍ଗଲ, ବନ୍ୟ ପ୍ରାଣୀ, ପରିବେଶ, ଜୈବ ବିବିଧତା ସଂରକ୍ଷଣ ଏବଂ ଜଳବାୟୁ ପରିବର୍ତ୍ତନ ସମେତ କରିଡର ପୁନରୁଦ୍ଧାର ଓ ସଂରକ୍ଷିତ ଅଞ୍ଚଳ ଆନ୍ତଃସଂଯୋଗ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ସମନ୍ବୟ ତଥା ସହଯୋଗକୁ ସୁଦୃଢ଼ କରିବ । ଦୁଇ ଦେଶ ଏହି କ୍ଷେତ୍ରରେ ପରସ୍ପର ସହ ଜ୍ଞାନ ଓ ଶ୍ରେଷ୍ଠ ପଦ୍ଧତିର ବିନିମୟ କରିବା ଲାଗି ସକ୍ଷମ ହୋଇପାରିବେ ।

ଏହି ଏମଓୟୁ ସ୍ବାକ୍ଷରିତ ହେବା ଦ୍ବାରା ଜଙ୍ଗଲ, ବନ୍ୟପ୍ରାଣୀ, ଜୈବ ବିବିଧତା ସଂରକ୍ଷଣ ଓ ଜଳବାୟୁ ପରିବର୍ତ୍ତନ ସମେତ କରିଡର ସଂରକ୍ଷଣ ଏବଂ ସଂରକ୍ଷିତ ଅଞ୍ଚଳ ଆନ୍ତଃସଂଯୋଗ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ଆପୋସ ସହଯୋଗକୁ ପ୍ରୋତ୍ସାହନ ମିଳିବ । ଉଭୟ ପକ୍ଷ ପରସ୍ପର ମଧ୍ୟରେ ଶ୍ରେଷ୍ଠ ପଦ୍ଧତି ଏବଂ ଜ୍ଞାନର ଆଦାନପ୍ରଦାନ କରିପାରିବେ ।

ନିକଟରେ ଜୈବ ବିବିଧତାର ଉପଯୋଗ ନେଇ ବନ୍ୟପ୍ରାଣୀ ସଂରକ୍ଷଣକୁ ଗୁରୁତ୍ବ ଦିଆଯାଇଥିଲା । ଦୀର୍ଘସ୍ଥାୟୀ ଜୈବବିବିଧତାର ଉପଯୋଗ ଦିଗରେ ଚୁକ୍ତି ସ୍ବାକ୍ଷର କରିଥିଲେ ଭାରତ ଓ ନାମ୍ବିଆ । ଭାରତର ଚିତାବାଘର ପୁନଃପ୍ରବର୍ତ୍ତନ ପ୍ରକଳ୍ପ ଐତିହାସିକ ବିବର୍ତ୍ତନ ସନ୍ତୁଳନ ରକ୍ଷା ଦିଗରେ ଯୋଗାଇବା ନେଇ ଉଲ୍ଲେଖନୀୟ ସହଯୋଗ ବୋଲି ଆଶା କରାଯାଉଛି ।

ମାଟିର ସ୍ବାସ୍ଥ୍ୟ ସୁଧାରିବାକୁ ମୋଦିଙ୍କ 5 ମନ୍ତ୍ର

ଭାରତରେ ବଢିବ ଚିତା ସଂଖ୍ୟା, ଏମିତି ଚାଲିଛି ରଣନୀତି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)