1. କୃଷି ଖବର

ଏକୀକୃତ ପେନ୍‌ସନ୍‌ ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

ମୂଳ ଦରମା ବା ବେସିକ୍‌ ପେ’ର ୫୦% ମିଳିବ !

Tanushree Mahapatra
Tanushree Mahapatra
Cabinet approves Unified Pension Scheme, image source - pexels

Cabinet approves Unified Pension Scheme, image source - pexels

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଆଜି ଏକୀକୃତ ପେନସନ୍‌ ଯୋଜନା (ୟୁପିଏସ୍‌)କୁ ମଞ୍ଜୁରି ମିଳିଛି ।

ୟୁପିଏସ୍‌ର ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଲା :

ସୁନିଶ୍ଚିତ ପେନ୍‌ସନ୍‌ : ୨୫ ବର୍ଷର ସର୍ବନିମ୍ନ ଯୋଗ୍ୟତା ଅର୍ଜନକାରୀ ସେବା ଅବଧି ପାଇଁ ଅବସର ପୂର୍ବର ୧୨ ମାସରେ ମିଳିଥିବା ହାରାହାରୀ ମୂଳ ଦରମା ବା ବେସିକ୍‌ ପେ’ର ୫୦% ମିଳିବ । ଏହି ବେତନ ସର୍ବନିମ୍ନ ୧୦ ବର୍ଷର ଚାକିରି ଅବଧି ଠାରୁ ଆରମ୍ଭ କରି ୨୫ ବର୍ଷ ପର୍ଯ୍ୟନ୍ତ ସେବା ଅବଧି କ୍ଷେତ୍ରରେ ଆନୁପାତିକ ଭାବେ ମିଳିବ।

ସୁନିଶ୍ଚିତ ପାରିବାରିକ ପେନ୍‌ସନ୍‌ : ମୃତ୍ୟୁ ପୂର୍ବରୁ କର୍ମଚାରୀ ପାଉଥିବା ପେନ୍‌ସନ୍‌ର ୬୦ ପ୍ରତିଶତ ଦରରେ ପାରିବାରିକ ପେନସନ୍‌ ମିଳିବ ।

ସୁନିଶ୍ଚିତ ସର୍ବନିମ୍ନ ପେନସନ୍‌ : ସର୍ବନିମ୍ନ ୧୦ ବର୍ଷ ଚାକିରି ଅବଧି ସାରି ଅବସର ନେବା ପରେ ମାସିକ ୧୦,୦୦୦ ଟଙ୍କା ।

ମୁଦ୍ରାସ୍ଫିତୀ ଅନୁରୂପ ପେନ୍‌ସନ୍‌ ନିର୍ଦ୍ଧାରଣ : ସୁନିଶ୍ଚିତ ପେନ୍‌ସନ୍‌, ସୁନିଶ୍ଚିତ ପାରିବାରିକ ପେନସନ୍‌ ଓ ସୁନିଶ୍ଚିତ ସର୍ବନିମ୍ନ ପେନ୍‌ସନ୍‌ ଉପରେ ।

ସେବା କର୍ମଚାରୀଙ୍କ କ୍ଷେତ୍ରରେ ଶିଳ୍ପ ଶ୍ରମିକଙ୍କ ପାଇଁ ସର୍ବଭାରତୀୟ ଉପଭୋକ୍ତା ମୂଲ୍ୟ ସୂଚକାଙ୍କ ଆଧାରରେ ମହଙ୍ଗା ସହାୟତା। ଅବସର ପରେ ଗ୍ରାଚୁଇଟି ବ୍ୟତୀତ ଏକକାଳୀନ ରାଶି । ପ୍ରତ୍ୟେକ ସମ୍ପୂର୍ଣ୍ଣ ୬ ମାସ ସେବା ପାଇଁ ଅବସର ତାରିଖରେ ମିଳୁଥିବା ମାସିକ ପାରିଶ୍ରମିକ (ବେତନ+ଡିଏ)ର ୧/୧୦ ଭାଗ ମିଳିବ । ଏହି ରାଶି କାରଣରୁ ସୁନିଶ୍ଚିତ ପେନ୍‌ସନ୍‌ ର ପରିମାଣ କମ୍‌ ହେବ ନାହିଁ ।

ଅଧିକ ପଢ଼ନ୍ତୁ

ରାଜସ୍ଥାନ ବଲୋତ୍ରାରେ ଏକ ଦିବସୀୟ କୃଷିମେଳା ଆୟୋଜିତ

କର୍ଣ୍ଣାଟକ ବାଗଲକୋଟରେ ଏକ ଦିବସୀୟ କୃଷି ମେଳା

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ