1. କୃଷି ଖବର

କଞ୍ଚା ଝୋଟ ଉପରୁ ଉଠିଲା ମୂଲ୍ୟ କଟକଣା

Shuvanshu Kar
Shuvanshu Kar
Centre decides to lift price capping on raw jute

Centre decides to lift price capping on raw jute

କଞ୍ଚା ଝୋଟର ବଜାର ଚାହିଦା ଓ ସ୍ଥିତିକୁ ଭଲଭାବେ ଅନୁଧ୍ୟାନ କରିବା ପରେ କେନ୍ଦ୍ର ସରକାର ଏହା ଉପରେ ଥିବା ମୂଲ୍ୟ କଟକଣାକୁ ଚଳିତମାସ ୨୦ତାରିଖରୁ ଉଠାଇ ନେବାକୁ ନିଷ୍ପତ୍ତି ନେଇଛନ୍ତି । ଅତଏବ ଏହି ବ୍ୟବସ୍ଥା କାର୍ଯ୍ୟକାରୀ ହୋଇସାରିଛି  ।

କଞ୍ଚା ଝୋଟ ବ୍ୟବହାରକାରୀ ବିଭିନ୍ନ ମିଲ୍ ଓ ସଂସ୍ଥାଙ୍କ ପାଇଁ ସରକାରର ୨୦୨୧ ସେପ୍ଟେମ୍ବର ୩୦ତାରିଖରୁ ସର୍ବୋଚ୍ଚ ମୂଲ୍ୟ ନିର୍ଦ୍ଧାରଣ କରିଥିଲେ । ଏଥିରେ ଟିଡିଏସ୍ ୫ଗ୍ରେଡର କଞ୍ଚା ଝୋଟର କୁଇଣ୍ଟାଲ ପିଛା ମୂଲ୍ୟ ୬୫୦୦ ଟଙ୍କା ଧାର୍ଯ୍ୟ କରାଯାଇଥିଲା ।

ଝୋଟ କମିଶନର ଦପ୍ତର ପକ୍ଷରୁ ଦେଶରେ ଝୋଟର ମୂଲ୍ୟ ସମ୍ପର୍କରେ ଉଭୟ ଆନୁଷ୍ଠାନିକ ଓ ଅଣଆନୁଷ୍ଠାନିକ ବ୍ୟବସ୍ଥାରେ ତଥ୍ୟ ସଂଗ୍ରହ କରାଯାଇଥିଲା । ଏହି ତଥ୍ୟରୁ ଜଣାପଡିଲା ଯେ ବର୍ତ୍ତମାନ ଯେଉଁ ମୂଲ୍ୟରେ ଝୋଟ ବିକ୍ରି ହେଉଛି ତାହା ସରକାରୀ ଧାର୍ଯ୍ୟ କରିଥିବା ମୂଲ୍ୟର ପ୍ରାୟ ପାଖାପାଖି । ତେଣୁ ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ଝୋଟର ସର୍ବୋଚ୍ଚ ମୂଲ୍ୟ ନିର୍ଦ୍ଧାରଣ ବ୍ୟବସ୍ଥାକୁ ଉଠାଇ ନେଇଛନ୍ତି ।

ଆଶା କରାଯାଉଛି ଯେ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଚାଷୀ, ମିଲ୍ ଓ ଝୋଟ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗ ଉପକୃତ ହେବେ । ଝୋଟ ଉଦ୍ୟୋଗରେ ସାତଲକ୍ଷରୁ ଅଧିକ ଲୋକ କାମ କରୁଥିବାବେଳେ ପ୍ରାୟ ୪୦ଲକ୍ଷ ଚାଷୀ ଝୋଟ ଚାଷ କରୁଛନ୍ତି । ଝୋଟର ମୂଲ୍ୟ ହ୍ରାସ ଫଳରେ ଝୋଟରୁ ପ୍ରସ୍ତୁତ ସାମଗ୍ରୀ ରପ୍ତାନୀ ବାଣିଜ୍ୟ ବଢିବ ବୋଲି ଆଶା କରାଯାଉଛି । ଝୋଟରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରୁଥିବା ଉଦ୍ୟୋଗର ମୋଟ କାରବାରର ପ୍ରାୟ ୩୦ ଶତାଂଶ ରପ୍ତାନୀ କରାଯାଇଥାଏ ।

ନଳିତା ଚାଷ ବିଷୟରେ କିଛି ଜାଣନ୍ତୁ

ଅର୍ଥକରୀ ଫସଲ ଚାଷ ବୃଦ୍ଧି କରିପାରିବ କୃଷକଙ୍କ ଆୟ

Like this article?

Hey! I am Shuvanshu Kar. Did you liked this article and have suggestions to improve this article? Mail me your suggestions and feedback.

Share your comments

Latest feeds

More News