News

ଛତିଶଗଡ଼ରେ ଆୟୋଜିତ ହେବ ଏକ ଦିବସୀୟ ସମ୍ରିଦ୍ଧ କିସାନ ଉତ୍ସବ

ସମ୍ରିଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ସମ୍ମାନିତ କରାଯାଉଛି.....

06 June, 2024 11:07 AM IST By: Tanushree Mahapatra

କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା MFOI ୨୦୨୩ ପୁରସ୍କାର ଆୱାର୍ଡ ସୋ ସଫଳ ହେବାପରେ ଏହି ପୁରସ୍କାର ସୋ ଅଧୀନରେ ଦୁଇଟି ନୂଆ କାର୍ଯ୍ୟକ୍ରମ କିମ୍ବା ନୂଆ ପଦକ୍ଷେପ ଆରମ୍ଭ ହୋଇଥିଲା l ଯାହାର ନାମ ରହିଥିଲା ସମ୍ରିଦ୍ଧ କିସାନ ଉତ୍ସବ ଏବଂ MFOI VVIF କିସାନ ଭାରତ ଯାତ୍ରା l କୃଷକମାନଙ୍କୁ ଏକ ପ୍ଲାଟଫର୍ମ ଯୋଗାଇବା MFOI Samridh Kisan Utsav 2024 ର ମୂଳ ଉଦ୍ଦେଶ୍ୟ l ଯାହା ମାଧ୍ୟମରେ ଚାଷୀଙ୍କ ମଧ୍ୟରେ ଜ୍ଞାନର ଆଦାନ ପ୍ରଦାନ ହେବ ଏବଂ କୃଷକମାନେ କୃଷିରେ ନୂତନ ପରୀକ୍ଷଣ କରି ସେମାନଙ୍କର ଆୟ ବୃଦ୍ଧି କରିପାରିବେ l କୃଷି ଜାଗରଣ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି କୃଷି ମେଳାର ମୁଖ୍ୟ ପ୍ରାୟୋଜକ ରହିଛି ମହିନ୍ଦ୍ରା ଟ୍ରାକ୍ଟର l

କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ପାଇପାରିବେ ଏବଂ ସେମାନଙ୍କର ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ l ଏହା ବ୍ୟତୀତ ସମ୍ରିଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ ' ମିଲେନିୟର୍ ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଉଛି । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l ଏହା ସହିତ, ସମ୍ରିଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଉଛି l ସମ୍ରିଦ୍ଧ କିସାନ ଉତ୍ସବ ହେଉଛି ଏକ ଦିବସୀୟ କୃଷି ମେଳା l

ଛତିଶଗଡ଼ରେ ସମ୍ରିଦ୍ଧ କିସାନ ଉତ୍ସବ :-

ଅନେକ ରାଜ୍ୟରେ ଏହି ଏକ ଦିବସୀୟ କୃଷି ମେଳା ଆୟୋଜିତ ହେବାପରେ ଛତିଶଗଡ଼ରେ ସମ୍ରିଦ୍ଧ କିସାନ ଉତ୍ସବ କୃଷି ଜାଗରଣ ଦ୍ୱାରା ଆୟୋଜିତ ହେବାକୁ ଯାଉଛି l ଜୁନ ୭ ତାରିଖ ଦିନ ୧୦ ଘଟିକାରେ କୃଷି ବିଜ୍ଞାନ କେନ୍ଦ୍ର ଅଞ୍ଜରା , ଦୁର୍ଗ ର ( College of veterinary science and A.H., Anjora , Daurg , chhatisgarh)ସହଯୋଗରେ ଏହା ଆୟୋଜିତ ହେବାକୁ ଯାଉଛି l ଯେଉଁଠାରେ ଦକ୍ଷ କୃଷି କରୁଥିବା ଚାଷୀଙ୍କୁ ସମ୍ମାନିତ କରିବ କୃଷି ଜାଗରଣ ଟିମ l ଏହି ଏକ ଦିବସୀୟ କୃଷି ମେଳାରେ ଚାଷୀଙ୍କୁ " ମିଲେନିୟର୍ ଫାର୍ମର ଅଫ ଇଣ୍ଡିଆ " ପୁରସ୍କାର ବିଷୟରେ ମଧ୍ୟ ଜ୍ଞାନ ପ୍ରଦାନ କରିବ ଟିମ ଚାଷୀଙ୍କୁ l

ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମ୍ରିଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6  l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍  https://millionairefarmer.in/   ପରିଦର୍ଶନ କରନ୍ତୁ l

 

For more information fill the form:
https://forms.gle/zWJo5zmmuYZLKVt79   

Contact Us:
Subhra Mohanty : 98188 38998
Megha Sharma : 98916 68292
Poonam Biswakarma : 98188 93652

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)