News

ଏବେ ଓଡ଼ିଶାର ଲକ୍ଷ ଲକ୍ଷ ମା’ ଉପକୃତ ହେବେ

ବିନା ମହିଳା ଶକ୍ତିରେ କୌଣସି ପରିବାର, ସମାଜ, ରାଜ୍ୟ କିମ୍ବା ରାଷ୍ଟ୍ର କେବେ ବି ଆଗେଇ ପାରିବ ନାହିଁ । ଏ ପର୍ଯ୍ୟନ୍ତ ଓଡ଼ିଶାରେ ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାର୍ଯ୍ୟ କରୁଛନ୍ତି । ରାଜ୍ୟ ସରକାର ଏସଏଚଜି ମାନଙ୍କୁ ରୂପାନ୍ତର କରିବାକୁ ଲକ୍ଷ୍ୟ ରଖିଛି ।

03 December, 2022 4:41 PM IST By: Tanushree Mahapatra

ବିନା ମହିଳା ଶକ୍ତିରେ କୌଣସି ପରିବାର, ସମାଜ, ରାଜ୍ୟ କିମ୍ବା ରାଷ୍ଟ୍ର କେବେ ବି ଆଗେଇ ପାରିବ ନାହିଁ । ଏ ପର୍ଯ୍ୟନ୍ତ ଓଡ଼ିଶାରେ ୬ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ କାର୍ଯ୍ୟ କରୁଛନ୍ତି । ରାଜ୍ୟ ସରକାର ଏସଏଚଜି ମାନଙ୍କୁ ରୂପାନ୍ତର କରିବାକୁ ଲକ୍ଷ୍ୟ ରଖିଛି । ଏଥିଲାଗି ସବୁକିଛି କରିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି  ।

ଏଥିପାଇଁ ଗତ କିଛିଦିନ ପୂର୍ବରୁ ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ  । ଏହାଦ୍ବାରା ଓଡ଼ିଶାର ଲକ୍ଷ ଲକ୍ଷ ମା’ ଉପକୃତ ହେବେ ବୋଲି ଆଶା ରଖାଯାଇଛି ।

ଆସନ୍ତା ୫ ବର୍ଷରେ ଏସଏଚଜିମାନଙ୍କ ଠାରୁ ୫ ହଜାର କୋଟି ଟଙ୍କା ସେବା ଓ ସାମଗ୍ରୀ ପାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ଆଜି ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଆୟୋଜିତ ଏସଏଚଜି ସମ୍ମିଳନୀରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି- ବର୍ତ୍ତମାନ ସାରା ରାଜ୍ୟରେ ୭୦ ଲକ୍ଷ ସଶକ୍ତ ମହିଳା ସୃଷ୍ଟି ହୋଇଛନ୍ତି । ଭୁବନେଶ୍ବର ଜନତା ମଇଦାନରେ ଚାଲିଥିବା ମେଗା ବିଜନେସ ସମିଟ ମେକ୍ ଇନ୍ ଓଡ଼ିଶା କଲକ୍ଲେଭର ମିଶନ ଶକ୍ତି ପକ୍ଷରୁ ରାଜ୍ୟର ୩ହଜାରରୁ ଅଧିକ ଏସଏଚଜିଙ୍କୁ ନେଇ ଶକ୍ତି ସମାବେଶ ହୋଇଛି । ଆଜି ମହିଳା ବହୁତ ଆଗରେ ଅଛନ୍ତି l

 

‘ମୋ ସରକାର’ ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ୍ ନୁହେଁ, ଏହା ଏକ ପବିତ୍ର ଦାୟିତ୍ଵ।  ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋର ଦୃଢ ବିଶ୍ବାସ, ମା ମାନଙ୍କୁ ସଶକ୍ତ ନ କରି, କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ବା କୌଣସି ଦେଶ ଆଗକୁ ବଢ଼ି ପାରିବ ନାହିଁ। ଓଡ଼ିଶାରେ ଛଅ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ SHG ମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଏଥିପାଇଁ ଆମେ ସବୁ କିଛି କରିବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମିଶନ ଶକ୍ତି ଫେଡେରେସନ ମାନଙ୍କୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ର (vibrant financial hub) ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ ପଚାଶ ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

ସେହିପରି ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ମଧ୍ୟ କରାଯିବ ମହିଳାଙ୍କ ପାଇଁ  । ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରିବା ପାଇଁ ତିରିଶଟି ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର ଏକ କଫି ଟେବୁଲ ବୁକ, Mission Shakti – Scaling Up ଉନ୍ମୋଚନ ମଧ୍ୟ  କରିଥିଲେ । ଏହି ଅବସରରେ କଟକ ମା ତାରେଣୀ ଏସଏଚଜିର କବିତା ସାହୁ, ସୁନ୍ଦରଗଡ଼ ଦିବ୍ୟଜ୍ୟୋତି ଏସଏଚଜିର ପ୍ରେମା ଦାସ ଓ ନୂଆପଡା ବନଦୁର୍ଗା ଏସଏଚଜିର ଗାୟତ୍ରୀ ସୁନାଇଙ୍କୁ ସମ୍ମାନିତ କରିଛନ୍ତି ନବୀନ ।.

ସେହିପରି ଏସଏଚଜି ମାନଙ୍କୁ ଋଣ ଦେବା ଭଳି ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳାମାନେ ଏବେ ଭିନ୍ନ ପରିଚୟରେ ପରିଚିତ ହେଉଛନ୍ତି । ପରିବାରକୁ ଗଢ଼ିବା ସହ ଏବେ ସମାଜକୁ ଗଢ଼ିବାର ଗୁରୁଦାୟିତ୍ବକୁ ନିଷ୍ଠାର ସହ ତୁଲାଉଛନ୍ତି । ମା ଭଉଣୀମାନଙ୍କୁ ଅଧିକ ସଶକ୍ତ କରିବାକୁ ଏଣିକି ବିନା ସୁଧରେ ୫ ଲକ୍ଷ ଯାଏ ଋଣ ଯୋଗାଇ ଦିଆଯିବ । ଏହା ମହିଳାମାନଙ୍କୁ ଅଧିକ ଆର୍ଥିକ ସ୍ବାଧୀନତା ଦେବ ବୋଲି ସେ ଦୃଢୋକ୍ତି ବାଢ଼ିଛନ୍ତି  । ମେକ ଇନ ଓଡ଼ିଶା କନକ୍ଳେଭର ଶକ୍ତି ସମାବେଶରେ ଏହା କହିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ।

ସେହିପରି ମହିଳାମାନଙ୍କ ସ୍ବତନ୍ତ୍ର ଅଧିବେଶନରେ ଶ୍ରୀମତୀ କାର୍ତ୍ତିକେୟନ କହିଛନ୍ତି, ମହିଳା ଏସଏଚଜିଗୁଡ଼ିକ ରାଜ୍ୟରେ ଏବେ ସରକାର ଓ ସମାଜ ମଧ୍ୟରେ ସେତୁ ଭଳି କାମ କରୁଛନ୍ତି । ମହିଳାମାନଙ୍କୁ ଆହୁରି ଆଗକୁ ନେବାକୁ ମିଶନଶକ୍ତି ବିଭାଗ ସଂକଳ୍ପବଦ୍ଧ ରହିଛି  । ବିଭିନ୍ନ ସଂସ୍ଥା ସହ ବିଭାଗ ପକ୍ଷରୁ ଚୁକ୍ତି ସ୍ବାକ୍ଷରିତ ମଧ୍ୟ ହୋଇଛି ଏଥିପାଇଁ  । ମହିଳାମାନଙ୍କ ଉତ୍ପାଦିତ ସାମଗ୍ରୀର ବଜାର ମୂଲ୍ୟ ବଢ଼ିବ । ଫ୍ଲିପକାର୍ଟ ସହ ଆମର ଏମଓୟୁ ପରେ ଏଣିକି ଆମ ମହିଳାଙ୍କ ହାତ ତିଆରି ଜିନିଷ ଆମେରିକା ଓ ଅଷ୍ଟ୍ରେଲିଆ ବଜାରରେ ମଧ୍ୟ ବିକ୍ରି ହେବ । ଆର୍ନ୍ତଜାତିକ ବଜାରରେ ପହଞ୍ଚିବ ଓଡ଼ିଶା ମହିଳାଙ୍କ ସାମଗ୍ରୀ । ମହିଳା ଏସଏଚଜିଗୁଡ଼ିକୁ ସରକାର ଅଧିକ ସହଯୋଗ ଓ ସହାୟତା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶା ମହିଳାଙ୍କ ବିକାଶର ଧାରା ସମଗ୍ର ଦେଶକୁ ରାସ୍ତା ଦେଖାଇବ ବୋଲି କହିଛନ୍ତି ମିଶନ ଶକ୍ତି ସଚିବ ।

ରାଜ୍ୟ ସରକାର ଗ୍ରହଣ କଲେ ମୋଟ୍ ୮ ଲକ୍ଷ ୯୦ ହଜାର କୋଟି ଟଙ୍କାର ନିବେଶ ପ୍ରସ୍ତାବ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)