News

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା : ଘର ମରାମତି ପାଇଁ ମିଳିବ ୩ ହଜାର ଟଙ୍କା

ଏଣିକି ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି । ବିଜୁ ପକ୍କା ଘର ହିତାଧିକାରୀମାନଙ୍କ ପାଇଁ ଏହି ଘୋଷଣା କରାଯାଇଛି । ଏଣିକି ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ମିଳିବ ବଡ ସହାୟତା ।

22 December, 2021 10:47 AM IST By: Sudesna Nayak

ଏଣିକି ରାଜ୍ୟବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ ଘୋଷଣା କରିଛନ୍ତି । ବିଜୁ ପକ୍କା ଘର ହିତାଧିକାରୀମାନଙ୍କ ପାଇଁ ଏହି ଘୋଷଣା କରାଯାଇଛି । ଏଣିକି ବିଜୁ ପକ୍କା ଘର ପାଇଥିବା ହିତାଧିକାରୀଙ୍କୁ ମିଳିବ ବଡ ସହାୟତା । ବିଜୁ ପକ୍କା ଘର ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ୩ ହଜାର ଟଙ୍କା ସହାୟତା ମିଳିବ। ଏହାଦ୍ବାରା ରାଜ୍ୟର ୩୦ ଲକ୍ଷ ହିତାଧିକାରୀମାନେ ଉପକୃତ ହେବେ । କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରମାନକୁ ଘର ମରାମତି ପାଇଁ ୫ ହଜାର ଟଙ୍କା ଦିଆଯିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଘର ହେଉଛି ଗୋଟିଏ ପରିବାରର ବଡ ପରିଚୟ । ଭଲ ଘରଟିଏ ସମସ୍ତଙ୍କର ସ୍ୱପ୍ନ । ଓଡ଼ିଶା ଉପରେ ସବୁବେଳେ ବାତ୍ୟା, ବନ୍ୟାର ଭୟ ରହିଆସୁଛି । ପ୍ରତିବର୍ଷ ଆମେ ବାତ୍ୟା ବନ୍ୟାର ସାମ୍ନା କରୁଛୁ । ତେଣୁ ଆଶ୍ରୟ ସୁରକ୍ଷା ସବୁ ସୁରକ୍ଷାର ଆଧାର ଅଟେ । ସବୁ ପରିବାରର ମୁଣ୍ଡ ଉପରେ ଛାତ ଥିଲା ବିଜୁବାବୁଙ୍କ ଏକ ବଡ ସ୍ୱପ୍ନ । ତାଙ୍କର ସ୍ୱପ୍ନକୁ ସାକାର କରିବା ପାଇଁ ଆମେ ବିଜୁ ପକ୍କାଘର ଯୋଜନା ଆରମ୍ଭ କରିଛୁ । ସବୁ କଚ୍ଚା ଘରମାନକୁ ପକ୍କା ଘର କରିବା ପାଇଁ ୨୦୧୪ର ଶେଷ କ୍ୟାବିନେଟରେ ନିଷ୍ପତ୍ତି ନେଇଥିଲୁ । ଏହି ଦିଗରେ ସବୁଠୁ ଭଲ କାମ ହୋଇଛି ।

ଗ୍ରାମାଞ୍ଚଳମାନଙ୍କରେ ଘର ତିଆରିରେ ଓଡ଼ିଶା ସାରା ଦେଶରେ ଏକ ଆଗୁଆ ରାଜ୍ୟ ଅଟେ । ୨୦୧୪ରୁ ଏ ପର୍ଯ୍ଯନ୍ତ ରାଜ୍ୟ ସରକାର ଗୃହ ନିର୍ମାଣ ପାଇଁ ୨୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିସାରିଛନ୍ତି । ଗାଁର ଗରିବ ଲୋକମାନଙ୍କୁ ପକ୍କା ଘର ଖଣ୍ଡିଏ ଦେବା ପାଇଁ ନିଜ ପାଣ୍ଠିରୁ ବିଜୁ ପକ୍କାଘର, ଶ୍ରମିକ ନିର୍ମାଣ ସହ ଖଣି ଅଞ୍ଚଳ ପକ୍କାଘର ଯୋଜନା କରିଛନ୍ତି । ଏଥିସହ କେନ୍ଦ୍ରର ପ୍ରଧାନମନ୍ତ୍ରୀ ଆୱାସ ଯୋଜନା ରହିଛି । ଏଥିପାଇଁ ରାଜ୍ୟ ସରକାର ଅଧା ଖର୍ଚ୍ଚ ମଧ୍ୟ କରୁଛନ୍ତି ।

କୋଭିଡ ମହାମାରୀ ଯୋଗୁଁ ଆମର ଗରିବ ଲୋକମାନେ ବହୁତ କଷ୍ଟରେ ଅଛନ୍ତି । ଘରର ଛୋଟ ଛୋଟ ମରାମତି ଏପରିକି ଘରେ ଚୂନ ଦେବାରେ ଅସୁବିଧା ହେଉଛି । ଏଥିପାଇଁ ଆଜି ରାଜ୍ୟ କ୍ୟାବିନେଟ ଐତିହାସିକ ନିଷ୍ପତ୍ତି ନେଇଛି ।

ବିଜୁ ପକ୍କାଘର, ନିର୍ମାଣ ଶ୍ରମିକ ପକ୍କାଘର ଓ ଖଣି ଅଞ୍ଚଳ ପକ୍କାଘର ଯୋଜନାରେ ଘର ପାଇଥିବା ଲୋକମାନଙ୍କୁ ଘର ମରାମତି ପାଇଁ ୩ ହଜାର ଟଙ୍କା ମିଳିବ । କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରମାନକୁ ଘର ମରାମତି ପାଇଁ ୫ ହଜାର ଟଙ୍କା ଦିଆଯିବ । ଯାହାକୁ ନେଇ ୩୦ ଲକ୍ଷ ପରିବାର ଉପକୃତ ହେବେ । ଏଥିପାଇଁ ୧୪ ଶହ ୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଟଙ୍କା ବିଜୁ ପକ୍କାଘର ଯୋଜନାରୁ ଖର୍ଚ୍ଚ ହେବ ।

ଆଜିଠୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା,ରୋଗୀଙ୍କ ପାଖରେ ପହଞ୍ଚିବେ ଡାକ୍ତର

କେନ୍ଦ୍ରାପଡ଼ାରେ ହେବ ଦେଶର ସବୁଠୁ ବଡ ଷ୍ଟିଲ ପ୍ଲାଣ୍ଟ, ୧୬ ହଜାରରୁ ଅଧିକ ଲୋକଙ୍କୁ ମିଳିବ ନିଯୁକ୍ତି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)