News

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ବିଜୟୀ ହୋଇଛନ୍ତି । ଏହାସହ ଦେଶର ସେ ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହୋଇଛନ୍ତି ।

22 July, 2022 11:44 AM IST By: Sudesna Nayak

ଦେଶର ୧୫ତମ ରାଷ୍ଟ୍ରପତି ଭାବରେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ (Draupadi Murmu)ବିଜୟୀ ହୋଇଛନ୍ତି । ଏହାସହ ଦେଶର ସେ ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହୋଇଛନ୍ତି । ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ତାଙ୍କ ନିକଟକୁ ଦେଶର ବିଭିନ୍ନ କୋଣରୁ ଶୁଭେଚ୍ଛାର ସୁଅ ଛୁଟିଛି ।

ସୂଚନା ଅନୁଯାୟୀ, ମହାମହିମ ରାଷ୍ଟ୍ରପତି ହେଲେ ଓଡିଶା ଝିଅ ଦ୍ରୌପଦୀ ମୁର୍ମୁ (Draupadi Murmu) । ଓଡ଼ିଶାର ଝିଅ ତଥା ଦେଶର ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (Draupadi Murmu)ଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Pattnaik)

ଓଡ଼ିଆଙ୍କ ପାଇଁ ଐତହାସିକ ବିଜୟ । ବିପୁଳ ଭୋଟରେ ରାଷ୍ଟ୍ରପତି ନିର୍ବାଚନ ଜିତିଲେ ଦ୍ରୌପଦୀ ମୁର୍ମୁ । ଯଶୱନ୍ତ ସିହ୍ନାଙ୍କୁ ଏକତରଫା ଭାବେ ପରାସ୍ତ କରି ରାଷ୍ଟ୍ରପତି ମୁକୁଟ ହାତେଇଲେ ଦ୍ରୌପଦୀ ମୁର୍ମୁ (Draupadi Murmu)

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍‌ ଶାହ, ରାଜନାଥ ସିଂହ ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (Draupadi Murmu)ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରକାଶ ଥାଉ ଯେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ (Rahul Gandhi)ଦ୍ରୌପଦୀ ମୁର୍ମୁଙ୍କୁ ଦେଶର ୧୫ ତମ ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।

ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆଉ ୬ ମାସ ମିଳିବ ମାଗଣା ଚାଉଳ

ଆସନ୍ତା ୩ ଦିନ ବର୍ଷା, ୨୬ରୁ ସପ୍ତାହେ ଯାଏଁ ପାଗ ରହିବ ଶୁଖିଲା

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)