1. କୃଷି ଖବର

କଟକ ଓ ଖୋର୍ଦ୍ଧାରେ ଆଜି BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ସ୍ମାର୍ଟ ସେବାରେ ସାମିଲ୍ ହେବ ସିଲଭର ସିଟି । ଆଜି କଟକରେ ଲେଖା ହେବ ସେବା ଆଉ ବିକାଶର ନୂଆ କାହାଣୀ । ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Sudesna Nayak
Sudesna Nayak
cm naveen pattnaik distribute bsky smart health card

cm naveen pattnaik distribute bsky smart health card

ସ୍ମାର୍ଟ ସେବାରେ ସାମିଲ୍ ହେବ ସିଲଭର ସିଟି । ଆଜି କଟକରେ ଲେଖା ହେବ ସେବା ଆଉ ବିକାଶର ନୂଆ କାହାଣୀ । ଜିଲ୍ଲାବାସୀଙ୍କୁ ବିକାଶର ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି (ସୋମବାର) ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ (Smart health card) ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ସାମିଲ ହେଉଛି ଆମ ରାଜ୍ୟ ଓଡିଶା । ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଜାରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ (Biju Swasthya Kalyan Yojana) ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ । ଗତକାଲି ଗଞ୍ଜାମ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ସୋମବାର) ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ (Smart health card) ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (CM Naveen Patnaik) । ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ ପ୍ରଥମେ କଟକ ଜିଲ୍ଲା ଗସ୍ତ କରିବେ । ଜିଲ୍ଲାରେ ୧୦ ଜଣ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ସ୍ମାର୍ଟକାର୍ଡର ଶୁଭାରମ୍ଭ ହେବା ପରେ ୧୪ ତାରିଖ ପରଠୁ ଜିଲ୍ଲାର ପ୍ରତି ବ୍ଲକରେ ଏହି ସ୍ମାର୍ଟ ହେଲଥ କାର୍ଡ ବିତରଣ ଆରମ୍ଭ ହେବ । ଜିଲ୍ଲାରେ ପାଖାପାଖି ୫ ଲକ୍ଷ ୫ ହଜାରରୁ ଅଧିକ ହିତାଧିକାରୀ କାର୍ଡ ଦ୍ବାରା ଉପକୃତ ହେବେ । ଏହା ପରେ ଜିଲ୍ଲାରେ ୨୬୭ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦଘାଟନ କରିବେ । ଏହା ସହ ୧୪୫୫ କୋଟି ୧୮ ଲକ୍ଷ ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ଏହାପରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରିବେ । ୧୧ ଟା ୪୦ ରେ ଜିଲ୍ଲା ବେଗୁନିଆସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବେ । ଏନେଇ ସେଠାରେ ସମସ୍ତ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି । ଜିଲ୍ଲାରେ ୩୦୦ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ ସହ ୧୨୬ଟି ପ୍ରକଳ୍ପର ଉଦଘାଟନ କରିବେ । ଏହା ସହ ୪୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ଯାଞ୍ଚ ହୋଇଛି ।

ଆଉ ୪ ମାସ ମାଗଣା ଚାଉଳ – ମୁଖ୍ୟମନ୍ତ୍ରୀ

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments