
Cyclone Asani Update converted severe cyclonic storm says imd
ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା (Cyclone)‘ଅସାନୀ’ । ଏବେ ପୁରୀ ଠାରୁ ୮୮୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ବିଶାଖାପାଟଣା ଠାରୁ ୮୧୦ କିଲୋମିଟର ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା‘ଅସାନୀ’ । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ଏହା ୧୪ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା ‘ଅସାନୀ’।
ସୂଚନା ଅନୁଯାୟୀ, ସେହିପରି ୧୦ ତାରିଖ ସଂଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ ବାତ୍ୟା (Cyclone)‘ଅସାନୀ’ । ଏହା ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ରିକର୍ଭ କରିବ ବାତ୍ୟା (Cyclone) । ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି ।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଉଛି ଯେ, ସମୁଦ୍ର ଭିତରେ ବାତ୍ୟାର ପ୍ରଭାବରେ ପବନ ପ୍ରାୟ ୧୦୦ କିମି ବେଗରେ ଅଗ୍ରସର ହେଉଥିବାରୁ ସମୁଦ୍ର ଅଶାନ୍ତ ରହୁଛି । ପୁରୀର ଉତ୍ତର-ପୂର୍ବ ଦିଗରେ ୭୪୦କିମି ଦୂରରେ ବାତ୍ୟା (Cyclone)‘ଅସାନୀ’କେନ୍ଦ୍ରୀଭୂତ ହୋଇଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।
ସେହିଭଳି ସ୍ଥଳଭାଗ ନ ଛୁଇଁ ସମୁଦ୍ର ଭିତରେ ଦୁର୍ବଳ ହୋଇଯିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା (RAIN) ହେବ । ୧୦ ତାରିଖରେ ଗଞ୍ଜାମ, ଗଜପତି ଓ ପୁରୀରେ ପ୍ରବଳ ବର୍ଷା (RAIN)ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ । ସେହିପରି ୧୧ ତାରିଖରେ ୫ ଜିଲ୍ଲା ଗଞ୍ଜାମ ଜିଲ୍ଲା, ପୁରୀ ଜିଲ୍ଲା, ଖୋର୍ଦ୍ଧା ଜିଲ୍ଲା, କଟକ ଜିଲ୍ଲା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା (RAIN) ହେବାର ସମ୍ଭାବନା ରହିଛି ।
ପ୍ରକାଶ ଥାଉ ଯେ, ଏହା ସହ ୧୨ ତାରିଖରେ ମଧ୍ୟ କିଛି ଜିଲ୍ଲାରେ ବର୍ଷା (RAIN)ର ପ୍ରଭାବ ରହିବା ସହ ପୁରୀ, ଜଗତସିଂହପୁର ଜିଲ୍ଲା, କଟକ ଜିଲ୍ଲା,କେନ୍ଦ୍ରାପଡା ଜିଲ୍ଲା, ବାଲେଶ୍ଵର ଜିଲ୍ଲା,ଭଦ୍ରକ ଜିଲ୍ଲା ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ (Yellow Warming) ଜାରି କରାଯାଇଛି । ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ପବନର ବେଗ ବଢ଼ିବ । ଏହା ସହ ୪ ଟି ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଏଥିସହ ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।
ସ୍ଥଳଭାଗ ଛୁଇଁବନି ବାତ୍ୟା! ସମୁଦ୍ର ଭିତରେ ଦୁର୍ବଳ ହୋଇଯିବା ସମ୍ଭାବନା...
Share your comments