1. କୃଷି ଖବର

ବାତ୍ୟା ‘ଜୱାଦ’: ପ୍ରଥମେ ଦକ୍ଷିଣ ଓଡିଶାରେ ବର୍ଷିବ, ପରେ ଉପକୂଳରେ ଛେଚିବ

କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପରିଣତ ହୋଇଛି ।

Sudesna Nayak
Sudesna Nayak
cyclone jawad heavy rain

cyclone jawad heavy rain

କେନ୍ଦ୍ରୀୟ ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗର ଅଞ୍ଚଳରେ ଗୋଟିଏ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ପରିଣତ ହୋଇଛି । ଯାହା ବର୍ତ୍ତମାନ ସକ୍ରିୟ ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସହିତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଅବପାତର ରୂପନେବ । ଏହାସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।

cyclone jawad

cyclone jawad

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଶୁକ୍ରବାର ସଂଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବ । ସେତେବେଳକୁ ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଥିବ । ପୁଣି ଏହା ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହେବ ।

ଶନିବାର ସକାଳେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡିଶା ଉପକୂଳରେ ପହଞ୍ଚିବା ସମ୍ଭାବନା ରହିଛି । ତେବେ ଏହା ସମୁଦ୍ର ମଝିରୁ କେଉଁଠୁ ଦିଗ ପରିବର୍ତ୍ତନ କରିବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ଏପରିକି ସ୍ଥଳଭାଗ ଛୁଇଁବ କି ନାହିଁ ଏବଂ କେତେବେଳେ ଦିଗ ବଦଳାଇବ ସେ ବାବଦରେ କୌଣସି ସୂଚନା ନାହିଁ ।

ଏହି ସମ୍ଭାବ୍ୟ ବାତ୍ୟା ୪ ତାରିଖରେ ସାମୁଦ୍ରିକ ବାତ୍ୟାର ରୂପ ନେବ । ସକାଳୁ ଦିଗ ପରିବର୍ତ୍ତନର ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ ବେଳେ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବ । ୩ ତାରିଖ ମଧ୍ୟରାତ୍ରୀରୁ ବର୍ଷା ଆରମ୍ଭ, ୪ ଓ ୫ରେ ବର୍ଷିବ । ପ୍ରଥମେ ଦକ୍ଷିଣରେ ବର୍ଷିବ, ପରେ ଉପକୂଳରେ ଛେଚିବ । ଖାସକରି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତିରେ ପ୍ରଥମେ ବର୍ଷିବ, ତାପରେ ବାତ୍ୟା ସ୍ଥଳଭାଗ ମୁହାଁ ହେବା ପରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ।

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments