1. କୃଷି ଖବର

ବାତ୍ୟା ‘ୟାସ୍‌’ ପ୍ରଭାବିତ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପ୍ରଦାନ କରିବା ପାଇଁ କୃଷି ମନ୍ତ୍ରୀ ଡ. ସାହୁଙ୍କ ନିର୍ଦ୍ଦେଶ

ବାତ୍ୟା ‘ୟାସ୍‌’ ପ୍ରଭାବିତ ଜିଲ୍ଲାଗୁଡ଼ିକରେ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ଏକ ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Gyanadutta Behra
Gyanadutta Behra

ଭୁବନେଶ୍ୱର : ବାତ୍ୟା ‘ୟାସ୍‌’ ପ୍ରଭାବିତ ଜିଲ୍ଲାଗୁଡ଼ିକରେ କୃଷି ଓ ଆନୁଷଙ୍ଗିକ କୃଷି କ୍ଷେତ୍ରରେ ହୋଇଥିବା କ୍ଷୟକ୍ଷତିର ଆକଳନ କରି ଏକ ପ୍ରାଥମିକ ରିପୋର୍ଟ ତୁରନ୍ତ ପ୍ରଦାନ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ଗୁରୁବାର ପୂର୍ବାହ୍ନରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ବୈଠକରେ ମନ୍ତ୍ରୀ ଡ. ସାହୁ ବାତ୍ୟା ପ୍ରଭାବିତ ଜିଲ୍ଲାରେ କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ଆଦିର କ୍ଷୟକ୍ଷତି ସଂପର୍କରେ ବିଭାଗୀୟ ସଚିବ ଓ ନିର୍ଦ୍ଦେଶକମାନଙ୍କ ସହିତ ଆଲୋଚନା କରିଥିଲେ । ଜିଲ୍ଲା ଅଧିକାରୀମାନେ ତୁରନ୍ତ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କରି କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପଠାଇବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ । ବିଭିନ୍ନ ଜିଲ୍ଲାରୁ ପ୍ରାଥମିକ ରିପୋର୍ଟ ହସ୍ତଗତ ହେବା ପରେ ଏ ଦିଗରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ପାଣି ସଂପୂର୍ଣ୍ଣ ଛାଡ଼ିଗଲେ ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ଗୃହପାଳିତ ପଶୁ ଓ କୁକୁଡ଼ା ଫାର୍ମ କ୍ଷତିଗ୍ରସ୍ତ ହୋଇଥିଲେ ତା’ର ରିପୋର୍ଟ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ ।
ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଆର୍‌. ରଘୁପ୍ରସାଦ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର, ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା ଯୋଗଦେଇ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ ।

Like this article?

Hey! I am Gyanadutta Behra. Did you liked this article and have suggestions to improve this article? Mail me your suggestions and feedback.

Share your comments