News

Today Weather: ଘନ କୁହୁଡ଼ି ଘେରରେ ଟ୍ୱିନ ସିଟି

ରାଜ୍ୟରେ ଘନ କୁହୁଡ଼ି ଆସ୍ତରଣ l ଆଗକୁ ଏହିଭଳି ପାଗ ଦୁଇ ଦିନ ଲାଗି ରହିବ l

04 February, 2024 10:13 AM IST By: Tanushree Mahapatra

ରବିବାର ସକାଳୁ ଅର୍ଥାତ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି । ବିଶେଷ କରି ରାଜ୍ୟର ଟ୍ୱିନ ସିଟିରେ କୁହୁଡ଼ିର ପରିମାଣ ଖୁବ ଅଧିକ ରହିଥିବା ଅନୁମାନ କରାଯାଉଛି । ରାସ୍ତାଘାଟ ସଠିକ ଭାବରେ ଦେଖା ଯାଉ ନଥିବା ବେଳେ ଯାତାୟତ ଉପରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଥିଲା । କଟକ ଭୁବନେଶ୍ୱରର କିଛି ଅଞ୍ଚଳରେ ଏହି ଘନକୁହୁଡ଼ି ପାଇଁ ଯାନବାହନ ଚଳାଚଳରେ ବିଶେଷ ସମସ୍ୟା ସୃଷ୍ଟି ହୋଇଥିବା ନଜିର ରହିଛି ।

ଏହିପରି ଆଗକୁ ରାଜ୍ୟକୁ ଦୁଇ ଦିନ ଘାଣ୍ଟିବ ଘନ କୁହୁଡି । ରାଜ୍ୟରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ମଧ୍ୟ ଜାରି କରାଯାଇଛି । ପାଣିପାଗ ବିଭାଗ ତରଫରୁ ଆଜି ଘନ କୁହୁଡି ପାଇଁ ରାଜ୍ୟର ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଜିଲ୍ଲା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିଭଳି ଆଜି ଅର୍ଥାତ ରବିବାର ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାରେ ଦୃଶ୍ୟମାନ ଦୂରତା ପ୍ରାୟତଃ ୫୦ ରୁ ୨୦୦ ମିଟର ମଧ୍ୟରେ ରହିବ ।

ଓଡ଼ିଶାର ଅନ୍ୟ କିଛି ଜିଲ୍ଳାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେହିପରି ବର୍ତ୍ତମାନ ବାୟୁମଣ୍ଡଳରେ ଜଳୀୟବାଷ୍ପରର ପରିମାଣ ଅଧିକ ରହୁଥିବାରୁ ଏଭଳି ପରିସ୍ଥିତି ଦେଖାଦେଇଥିବା କୁହାଯାଉଛି । ପାଣିପାଗ କେନ୍ଦ୍ରର ସତର୍କତା ପରେ ପୋଲିସ ଡିଜି ଏବଂ ପରିବହନ ବିଭାଗକୁ ଚିଠି ଲେଖି ସତର୍କତା ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ରାଜ୍ୟରେ ଘନ କୁହୁଡି ସମୟରେ ଗାଡି ଚଳାଚଳ ଉପରେ ଅଧିକ ନଜର ରଖିବା ସହ ଡ୍ରାଇଭର ମାନଙ୍କୁ ସଚେତନ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଆଜି ସକାଳୁ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସୂଚନା ନଥିବାରୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି କହିଛି ବିଭାଗ ।

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)