1. କୃଷି ଖବର

ଓଡ଼ିଶାରେ ଖୋଲିବ ୧୧ ସାଇବର ଥାନା

ସାଇବର ଅପରାଧ ଜନିତ ଆର୍ଥିକ ଅପରାଧକୁ ରୋକିବା ଏବଂ ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

Sudesna Nayak
Sudesna Nayak
eleven cyber and economic crime police stations to set up in odisha

eleven cyber and economic crime police stations to set up in odisha

ଏବେ ସାରା ବିଶ୍ବରେ ସାଇବର ଅପରାଧ ଏକ ଚିନ୍ତାର କାରଣ ପାଲିଟିଛି । ପ୍ରତିଦିନ ଦେଶ ତଥା ଆମ ରାଜ୍ୟ ଓଡିଶାରେ ମଧ୍ୟ ସାଇବର ଅପରାଧର ଅନେକ ଘଟଣା ଦୃଷ୍ଟିକୁ ଆସୁଅଛି । ସାଇବର ଅପରାଧ, ବ୍ୟାଙ୍କ ଦେଣନେଣ ତଥା ଜଟିଳ ଡିଜିଟାଲ ଦେଣନେଣରେ ଅଧିକ ଭାବରେ ସଂପୃକ୍ତ । ତେଣୁ ଏସବୁ ଅପରାଧର ଯଥାର୍ଥ ଅନୁସଂଧାନ ଓ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଜ୍ଞାନ ଓ ଦକ୍ଷତା ଆବଶ୍ୟକ । ତେଣୁ ସାଇବର ଅପରାଧ ଜନିତ ଆର୍ଥିକ ଅପରାଧକୁ ରୋକିବା ଏବଂ ଏଭଳି ଅପରାଧର ଶିକାର ହୋଇଥିବା ଲୋକମାନେ ଯେପରି ଉପଯୁକ୍ତ ନ୍ୟାୟ ପାଇପାରିବେ, ତାକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏଥିପାଇଁ ୧୧ଟି ସ୍ବତନ୍ତ୍ର ଥାନା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ରାଜ୍ୟ ସାଇବର ତଥା ଆର୍ଥିକ ଅପରାଧ ରୋକିବାରେ ଏହା ସହାୟକ ହେବା ସହିତ ଲୋକଙ୍କୁ ଶୀଘ୍ର ନ୍ୟାୟ ଦେବା ଦିଗରେ ଫଳପ୍ରଦ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।

କହିବାକୁ ଗଲେ, ବର୍ତ୍ତମାନ ସମ୍ବଲପୁର, ରାଉରକେଲା ଓ ବ୍ରହ୍ମପୁରରେ କାର୍ଯ୍ୟ କରୁଥିବା ୩ଟି ସାଇବର ଓ ଅର୍ଥନୈତିକ ଅପରାଧ ଥାନା ଏହି ନୂଆ ବ୍ୟବସ୍ଥା ସହ ମିଶିବ । ଏହା ଦ୍ଵାରା ଏହି ଥାନାର ସଖ୍ୟା ୧୪ରେ ପହଞ୍ଚିବ । ଯାହାକୁ ନେଇ କଟକ, ଭୁବନେଶ୍ବର, କେନ୍ଦୁଝର, ସମ୍ବଲପୁର, ବ୍ରହ୍ମପୁର, ରାଉରକେଲା, ଅନୁଗୁଳ, ବାଲେଶ୍ବର, ମୟୁରଭଞ୍ଜ,ପୁରୀ, କୋରାପୁଟ, ଭବାନୀପାଟଣା, ବଲାଙ୍ଗୀର ଓ କନ୍ଧମାଳ ଆଦି ୧୪ ଟି ସ୍ଥାନରେ ପ୍ରତିଷ୍ଠା କରାଯିବ ସାଇବର ଓ ଅର୍ଥନୈତିକ ଅପରାଧ ଥାନା ।

ସୂଚନା ଅନୁଯାୟୀ, ଏହି ଥାନା ମାନଙ୍କରେ ନିଯୁକ୍ତି ପାଇଁ ପୋଲିସ ବିଭାଗରେ ୧୫୪ଟି ପଦବୀ ସୃଷ୍ଟି କରାଯାଇଛି । ସେମାନଙ୍କ ମଧ୍ୟରେ ୧୪ଟି ଇନ୍ସପେକ୍ଟର, ୨୮ଟି ସବ୍ଇନ୍ସପେକ୍ଟର, ୨୮ଟି ASI (ଯୋଗାଯୋଗ), ୨୮ଟି କନେଷ୍ଟବଳ (ଯୋଗାଯୋଗ) ଓ ୫୬ଟି କନେଷ୍ଟବଳ ପଦବୀ ଅନ୍ତର୍ଭୁକ୍ତ ।

ଏମାନଙ୍କ ବ୍ୟତୀତ ଆଉ Finance ଓ Accounts Analyst, IT Expert ଓ Cyber forensic expert ଭଳି ୯୦ ଜଣ ବିଶେଷଜ୍ଞଙ୍କୁ ମଧ୍ୟ ଏହି ଥାନା ମାନଙ୍କରେ ନିୟୋଜିତ କରାଯିବ ।

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments