କୃଷକ କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଇଲା ନୂଆ ସରକାରଙ୍କ ପ୍ରଥମ ନିଷ୍ପତ୍ତି l ପିଏମ କିଷାନ ସମ୍ମାନ ନିଧି ଅର୍ଥରାଶି ଜାରି କରିବା ସଂକ୍ରାନ୍ତ ପ୍ରଥମ ଫାଇଲରେ ଦସ୍ତଖତ କଲେ ପ୍ରଧାନମନ୍ତ୍ରୀ l କୃଷକ କଲ୍ୟାଣ ପାଇଁ ଆମ ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ । ତେଣୁ ଦାୟିତ୍ୱ ନେବା ପରେ ସ୍ୱାକ୍ଷରିତ ପ୍ରଥମ ଫାଇଲ କୃଷକ କଲ୍ୟାଣ ସହ ଜଡିତ l ଆଗାମୀ ଦିନରେ ଆମେ କୃଷକ ଓ କୃଷି କ୍ଷେତ୍ର ପାଇଁ ଆହୁରି ଅଧିକ କାମ କରିବାକୁ ଚାହୁଁଛୁ l
ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ନିଧିର ୧୭ତମ କିସ୍ତି ଜାରି କରିବା ପାଇଁ ତାଙ୍କର ପ୍ରଥମ ଫାଇଲରେ ସ୍ୱାକ୍ଷର କରିଛନ୍ତି। ଏହା ଦ୍ୱାରା ୯ କୋଟି ୩୦ ଲକ୍ଷ କୃଷକ ଉପକୃତ ହେବେ ଏବଂ ସେମାନଙ୍କୁ ପ୍ରାୟ ୨୦,୦୦୦ କୋଟି ଟଙ୍କା ବିତରଣ କରାଯିବ ।
ଫାଇଲରେ ଦସ୍ତଖତ କରିବା ପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ‘‘କୃଷକଙ୍କ କଲ୍ୟାଣ ପାଇଁ ଆମର ସରକାର ସମ୍ପୂର୍ଣ୍ଣ ପ୍ରତିଶ୍ରୁତିବଦ୍ଧ। ତେଣୁ ଦାୟିତ୍ୱ ନେବା ପରେ ସ୍ୱାକ୍ଷରିତ ପ୍ରଥମ ଫାଇଲ କୃଷକ କଲ୍ୟାଣ ସହ ଜଡିତ ହେବା ଏକ ଉପଯୁକ୍ତ ନିଷ୍ପତ୍ତି । ଆଗାମୀ ଦିନରେ ଆମେ କୃଷକ ଓ କୃଷି କ୍ଷେତ୍ର ପାଇଁ ଆହୁରି ଅଧିକ କାମ କରିବାକୁ ଚାହୁଁଛୁ।’
ପ୍ରଧାନ ମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା (pm kisan) ହେଉଛି ଏକ କେନ୍ଦ୍ରୀୟ ସରକାରୀ ଯୋଜନା। ଏହି ଯୋଜନାକୁ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଛି । କେନ୍ଦ୍ର ସରକାର କୃଷକମାନଙ୍କ ପାଇଁ ପ୍ରଧାନ ମନ୍ତ୍ରୀ କିସାନ୍ ସମ୍ମାନ ନିଧି ଯୋଜନା ପରିଚାଳନା କରୁଛନ୍ତି । ଯୋଗ୍ୟ କୃଷକମାନେ ଏହି ଯୋଜନାରେ ଯୋଗ ଦେଇ ଆର୍ଥିକ ଲାଭ ପାଇପାରିବେ l ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ସରକାର ପ୍ରତି ଚାରି ମାସରେ ୨ ,୦୦୦ ଟଙ୍କା କିସ୍ତି ପ୍ରଦାନ କରନ୍ତି l ଅର୍ଥାତ କୃଷକମାନେ ବାର୍ଷିକ ୬ ,୦୦୦ ଟଙ୍କା ଲାଭ ପାଇଥାନ୍ତି ।
କୃଷକଙ୍କ ଆୟକୁ ଦ୍ୱିଗୁଣିତ କରିବା ଏବଂ ଚାଷରେ ଅସୁବିଧାର ସମ୍ମୁଖୀନ ହେଉଥିବା ଆର୍ଥିକ ସମସ୍ୟାକୁ ଦୂର କରିବା ହେଉଛି କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ । ସେଥିପାଇଁ ସେ ଚାଷୀଙ୍କ ପାଇଁ ଦେଶରେ ପ୍ରଚଳନ କରିଛନ୍ତି ଅନେକ କୃଷି ଯୋଜନା l ଯାହା ମଧ୍ୟରୁ ପିଏମ କିସାନ ଯୋଜନା ହେଉଛି ଅନ୍ୟତମ l କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିସାନ ସମାନ ନିଧି ଯୋଜନା ଆରମ୍ଭ କରିଥିଲେ ।
ଅଧିକ ପଢ଼ନ୍ତୁ
Share your comments