1. କୃଷି ଖବର

ନୂଆଁଖାଇରେ ଚାଷୀମାନଙ୍କୁ ଉପହାର, ଚାଷୀମାନେ ପାଇଲେ ୭୪୩ କୋଟି

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ‘କାଳିଆ’ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର

Sugyan Kumar Nayak
Sugyan Kumar Nayak
Kalia Yojana

Kalia Yojana

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ‘କାଳିଆ’ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ୭୪୨.୫୮କୋଟି ଟଙ୍କା ପ୍ରଦାନ କରିଛନ୍ତି। ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨ ହଜାର ଟଙ୍କା ଲେଖାଏଁ ଜମା କରାଯାଇଛି। ଏହା ସଙ୍ଗେ ସଙ୍ଗେ କୃଷକମାନଙ୍କ କଲ୍ୟାଣ ନିମନ୍ତେ ସରକାର ହାତକୁ

ନେଉଥିବା କାର୍ଯ୍ୟକ୍ରମଗୁଡ଼ିକର ସବିଶେଷ ବିବରଣୀ ପ୍ରଦାନ କରିଥିଲେ l ଚାଷୀମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା। ସାରା ରାଜ୍ୟର ସମସ୍ୟା। ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ। ସାର ଯୋଗାଣ ନେଇ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି। ଏମ୍‌ଏସ୍‌ପି ଓ ଫସଲ ବୀମା ସମ୍ପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି। ସରକାର ସବୁବେଳ ଚାଷୀଙ୍କ ସାଥୀରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟରେ କମ୍‌ ବର୍ଷା ହୋଇଛି। ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିପାରେ। ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି। ଏହା ସହିତ କୃଷି ବିଭାଗର କ୍ଷେତ୍ର ଅଧିକାରୀମାନଙ୍କୁ ଚାଷୀମାନଙ୍କ ସହ ସବୁବେଳେ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀମାନଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇ କହିଥିଲେ ଯେ ନୂଆଁଖାଇ ହେଉଛି ମାଟି ମା’ର ପର୍ବ। କୃଷକମାନେ ହେଉଛନ୍ତି ମାଟି ମା’ର ସବୁଠାରୁ ବଡ ପୂଜାରୀ। ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ମୁଁ ବହୁତ ଖୁସି। କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା। ଭୂମିହୀନ ଚାଷୀମାନଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ। ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି। କୋଭିଡ୍‌ ମହାମାରୀ ଆରମ୍ଭ ହେବାଠାରୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀମାନଙ୍କୁ ୩୨୦୦ କୋଟି ଟଙ୍କାରୁ ଅଧିକ ସହାୟତା ପ୍ରଦାନ କରିସାରିଲେଣି।

Like this article?

Hey! I am Sugyan Kumar Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments