1. କୃଷି ଖବର

ବଦଳିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ ସୁନା ଦାମ କେତେ ?

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୧,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ରହିଥିବା ଜଣାଯାଇଛି।

Priyambada Rana
Priyambada Rana
Gold Price Today

Gold Price Today

ବିବାହ ଋତୁ ଚାଲିଛି। ଏହାକୁ ଲକ୍ଷ୍ୟ ରଖି ଜୋରସୋରରେ ଗହଣା କିଣା ବି ଚାଲିଛି। ଆଜି ସୁନା କାରବାରରେ କିଛି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନାଦର ।  ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର(Gold Price) ଦଶ ଗ୍ରାମ ପ୍ରତି ୫୧,୩୯୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୬,୧୦୦ ଟଙ୍କା ରହିଥିବା ଜଣାଯାଇଛି।

ଆଜି ସୁନା ଦରରେ ଆସିଛି ସାମାନ୍ୟ ପରିବର୍ତ୍ତନ । ତେବେ ଭୁବନେଶ୍ୱରରେ ୧୦୦ ଟଙ୍କା ବୃଦ୍ଧି ଘଟିଥିବା ବେଳେ ଓ ଅନ୍ୟ କେତେକ ସହରରେ କିଛିଟା ପରିବର୍ତ୍ତନ ହୋଇଛି । ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୧,୮୫୦ ଟଙ୍କା ଓ ୫୬,୫୫୦ ଟଙ୍କା ହୋଇଛି।

 

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ସ୍ଥିର ରହିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୧,୮୫୦ ଟଙ୍କା ଓ ୫୬,୫୫୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୧,୯୫୦ ଟଙ୍କା ଓ ୫୬,୫୫୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୨,୨୮୫ଟଙ୍କା ଥିବା ରେକର୍ଡ ହୋଇଛି।

ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୧,୮୫୦ ଟଙ୍କା ଓ ୫୬,୫୫୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୬୪ ,୧୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ। ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

ସୁନା କିଣାବିକା ପାଇଁ ବଦଳିଲା ନିୟମ, ଏପ୍ରିଲରୁ ନୂଆ ହଲମାର୍କିଂ

Like this article?

Hey! I am Priyambada Rana. Did you liked this article and have suggestions to improve this article? Mail me your suggestions and feedback.

Share your comments