News

ଦିନକୁ ଦିନ ବଢୁଛି ତାତି, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ଗତ କିଛିଦିନ ହେବ ପାରଦ ବଢିବାରେ ଲାଗିଛି । ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ସାଧାରଣ ଜୀବନ । ସକାଳ ୧୦ଟା ହେଲେ ବାହାରକୁ ବାହାରିବା ମୁସ୍କିଲ ହୋଇ ଗଲାଣି ।

12 April, 2022 10:13 AM IST By: Sudesna Nayak

ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ (Heat Wave) । ଗତ କିଛିଦିନ ହେବ ପାରଦ ବଢିବାରେ ଲାଗିଛି । ପ୍ରଚଣ୍ଡ ଖରାରେ ଅସ୍ତବ୍ୟସ୍ତ ସାଧାରଣ ଜୀବନ । ସକାଳ ୧୦ଟା ହେଲେ ବାହାରକୁ ବାହାରିବା ମୁସ୍କିଲ ହୋଇ ଗଲାଣି ।

ସୂଚନା ଅନୁଯାୟୀ, ସୋମବାର (Monday)ରାଜ୍ୟର ୧୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ସେହିଭଳି ୫ ସହରରେ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଏହାକୁ ନେଇ ଟ୍ବିଟ୍‌ କରି ସୂଚନା ଦେଇଛି ଭୁବନଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

କେଉଁ ଦିନ ତାତିରେ ଟିଟିଲାଗଡ ରେକର୍ଡ କାଟୁଛି ତ ଆଉ କେଉଁ ଦିନ ସୋନପୁର । ତେବେ ସୋମବାର ବାରିପଦା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଏଠାରେ ଆଜି ପାରଦ ୪୨.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ବିଶେଷ କରି ପଶ୍ଚିମ ଓଡ଼ିଶା (ODISHA)ରେ ତତଲା କଡ଼େଇରେ ପରିଣତ ହୋଇଛି ।

ଆଞ୍ଚଳିକ ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟର ପଶ୍ଚିମାଞ୍ଚଳରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି । ବଲାଙ୍ଗିର ଜିଲ୍ଲାରେ ତାପମାତ୍ରା ୪୨.୫ ଡିଗ୍ରୀ, ଝାରସୁଗୁଡା ଜିଲ୍ଲାରେ ୪୨.୪, ସୋନପୁର ଜିଲ୍ଲାରେ ୪୨.୧, ବୌଦ୍ଧ ଜିଲ୍ଲାରେ ୪୨, ଅନୁଗୁଳ ଜିଲ୍ଲାରେ ୪୧.୯, ଟିଟିଲାଗଡରେ ୪୧.୬, ସମ୍ବଲପୁର ଜିଲ୍ଲାରେ ୪୧.୪ ଡିଗ୍ରୀ, ସୁନ୍ଦରଗଡ ଜିଲ୍ଲାରେ ୪୧, ହୀରାକୁଦରେ ୪୦.୯, ଭବାନୀପାଟଣାରେ ୪୦.୮ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଛି ।

ସେହିପରି ରାଜଧାନୀ ଭୁବନେଶ୍ଵର (BHUBANESWAR)ରେ ପାରଦ ୩୭ ଡିଗ୍ରୀ ଏବଂ କଟକରେ ତାପମାତ୍ରା ୩୬.୧ ଡିଗ୍ରୀ ସେଲସିୟସ ରହିଥିଲା । ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ଅନୁଗୋଳ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ସ୍ବଳ୍ପ ବର୍ଷା (RAIN) ରେକର୍ଡ କରାଯାଇଛି ।

ପ୍ରକାଶ ଥାଉ ଯେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, ରାୟଗଡ଼ା ଜିଲ୍ଲା, ମୟୂରଭଞ୍ଜ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା (RAIN)ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ତାତିରେ ସିଝୁଛି ଓଡିଶା,୧୩ ତାରିଖରୁ ଆହୁରି ବଢ଼ିବ

ଆଜିଠୁ ୩ ଦିନ ଲଗାତାର ବର୍ଷା! ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)