1. କୃଷି ଖବର

ଆସନ୍ତା ୪୮ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୪ ଦିନ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି |

Rajashree
Rajashree
Heavy rain alert for Odisha

Heavy rain alert for Odisha

ପାଣିପାଗ ବିଭାଗର ପୂର୍ବାନୁମାନ ଆସନ୍ତା ୪୮ ଘଣ୍ଟାରେ ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | ଫଳରେ ଆସନ୍ତା ୪ ଦିନ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (Weather update) ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି |

ପାଣିପାଗ କେନ୍ଦ୍ର ସୂଚନାମୁତାବକ, ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ୱଲପୁର, ସମ୍ୱଲପୁର ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (Rain weather) ହେବାର ଆକଳନ କରାଯାଇଛି | କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବାଲେଶ୍ୱର, କଟକ, ସୋନପୁର, ବୌଦ୍ଧ, କନ୍ଧମାଳ, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା(Rain weather)ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି | ୪ ତାରିଖ ଦିନ ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (Heavy rain) ହେବାର ସମ୍ଭାବନା ରହିଛି | ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର |

୫ ତାରିଖ ସକାଳେ ନୟାଗଡ଼, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(Weather update) ହେବାର ସମ୍ଭାବନା ରହିଛି | କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବୌଦ୍ଧ ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ସେହିଭଳି ୬ ତାରିଖ ଦିନ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି |

ଜୁନ୍‌ ୧ରୁ ଜୁଲାଇ ୨ତାରିଖ ଭିତରେ ରାଜ୍ୟରେ ୧୫୦.୩ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି | ସ୍ୱାଭାବିକ ବର୍ଷାଠାରୁ( Rain weather )ଏହା ୩୬% କମ୍ | ଏହି ସମୟ ଭିତରେ ବୌଦ୍ଧରେ ସର୍ବାଧିକ ବର୍ଷା ହୋଇଥିବା ବେଳେ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ନୂଆପଡ଼ା ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଯାଇଛି |

ଆସନ୍ତା 4ତାରିଖରେ ଆସୁଛି ବଡ ଲଘୁଚାପ

ଆସୁଛି ଆଉ ଗୋଟିଏ ଲଘୁଚାପ, ନେବ ଅବପାତ ରୂପ!

Like this article?

Hey! I am Rajashree . Did you liked this article and have suggestions to improve this article? Mail me your suggestions and feedback.

Share your comments

ଆମ ନ୍ୟୁଜଲେଟରକୁ ସବସ୍କ୍ରାଇବ୍ କରନ୍ତୁ । ଆପଣ ଆପଣଙ୍କ ଆଗ୍ରହ ଥିବା ଟପିକ୍‌ ବାଛିବେ ଏବଂ ଆମେ ଆପଣଙ୍କୁ ବଛା ବଛା ନ୍ୟୁଜ ଓ ଆପଣଙ୍କ ପସନ୍ଦ ଅନୁଯାୟୀ ଲାଟେଷ୍ଟ ଅପଡେଟ୍‌ ପଠାଇଦେବୁ ।

ନ୍ୟୁଜଲେଟର ସବସ୍କ୍ରାଇବ୍‌ କରନ୍ତୁ