News

ଆସନ୍ତା 4ତାରିଖରେ ଆସୁଛି ବଡ ଲଘୁଚାପ

ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି |

02 July, 2022 10:45 AM IST By: Rajashree

ରାଜ୍ୟରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ | ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଆସନ୍ତା ୪ ତାରିଖ ବେଳକୁ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | ଲଘୁଚାପ (low pressure)ପ୍ରଭାବରେ ଆସନ୍ତା ୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (heavy rain) ହେବାର ସମ୍ଭାବନା ରହିଛି | ଏଥିସହ ୨ ଓ ୩ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା (heavy rain) ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି |

ପାଣିପାଗ କେନ୍ଦ୍ରର ରିପୋର୍ଟ ମୁତାବକ ଆଜି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ‌କେନ୍ଦୁଝର, କଟକ, ଜଗତସିଂହପୁର, ‌କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା(rain update) ହେବାର ସମ୍ଭାବନା ରହିଛି | ସେହିଭଳି ୩ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା (rain update)ହୋଇପାରେ |

ସୂଚନାନୁଯାୟୀ, ୪ ତାରିଖଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର(heavy rain)ପରିମାଣ ଓ ବିସ୍ତୃତି ବଢ଼ିବ | ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ | ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଖୋର୍ଧା ଜିଲ୍ଲାର କିଛି କିଛି ସ୍ଥାନରେ ବି ସେହିଦିନ ପ୍ରବଳ ବର୍ଷିପାରେ |

ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ‌ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦୁଝର ଓ ନୂଆପଡ଼ା ଆଦି ଜିଲ୍ଲାରେ ୫ତାରିଖ ଦିନ ପ୍ରବଳ ବର୍ଷା (heavy rain) ହେବା ନେଇ ସୂଚନା ମିଳିଛି। ଆଜି ମଧ୍ୟ ରାଜଧାନୀ ଓ ଏହାର ସଂଲଗ୍ନ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ସମ୍ଭାବନା ମଧ୍ୟ ରହିଛି |

ଏଥର କମ ରହିବ ମୌସୁମୀ ବର୍ଷା: ପାଣିପାଗ ବିଶେଷଜ୍ଞଙ୍କ ସୂଚନା

ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ସତର୍କ କଲା ପାଣିପାଗ ବିଭାଗ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)