News

ଓଡିଶା ଛୁଇଁବ ମୌସୁମୀ ,ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ରବିବାର ଅର୍ଥାତ ଆଜି ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡିଶାରେ ମୌସୁମୀ ପ୍ରବେଶ କରିପାରେ ବୋଲି ସୋଆ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି |

19 June, 2022 10:18 AM IST By: Rajashree

ଗତ ଦୁଇ ଦିନ ଧରି ରାଜ୍ୟରେ ପାଗ ପରିବର୍ତନ ଯୋଗୁଁ ବର୍ଷା (Weather update) ଲାଗି ରହୁଛି | ରବିବାର ଅର୍ଥାତ ଆଜି ରାଜ୍ୟର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡିଶାରେ ମୌସୁମୀ ପ୍ରବେଶ କରିପାରେ ବୋଲି ସୋଆ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି | ଯଥା ଶୀଘ୍ର ପୂରା ଓଡ଼ିଶାକୁ ମୌସୁମୀ(Monsoon) ଛୁଇଁବାର ସମ୍ଭାବନା ଅଧିକ ବୋଲି ସେ ପୂର୍ବାନୁମାନ କରିଛନ୍ତି |

ଆଞ୍ଚଳିକ ପାଣିପାଗ ବିଭାଗ ବୈଜ୍ଞାନିକ ଡ. ଉମାଶଙ୍କର ଦାଶ କହିଛନ୍ତି, ଆସନ୍ତା ୨ରୁ ୩ ଦିନ ଭିତରେ ରାଜ୍ୟର ଆଉ କିଛି ସ୍ଥାନକୁ ମୌସୁମୀ ଛୁଇଁ ପାରେ |

ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ପାଗ ମେଘୁଆ ରହୁଥିବା ବେଳେ ପ୍ରାକ୍‌-ମୌସୁମୀ (Monsoon )ବର୍ଷା ଜାରି ରହିଛି | ଫଳରେ ଏହା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଓଡ଼ିଶା ଆଡ଼କୁ ବାଟ କଢ଼େଇ ଆଣୁଛି | ଆସନ୍ତା ୨ ଦିନରେ ରାଜ୍ୟର ଆଉ କିଛି କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ନେଇ ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନାଦିଆଯାଇଛି |

ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ଜାରି ରହିବ | ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା (Weather update) ସମ୍ଭାବନା ରହିଛି | ଉପରୋକ୍ତ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର | ୨୦ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ ବୋଲି ଆଶା ରଖାଯାଇଛି । ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା (Weather update) ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି |

ସେହିଭଳି ୨୧ ତାରିଖ ଦିନ ଉପକୂଳର ଅଧିକାଂଶ ଜିଲ୍ଲା ଯଥା, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଦିଆଯାଇଛି |ଆସନ୍ତା ୨୪ ଘଣ୍ଟାରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳର ଦିନର ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ରହିବ ଯାହାଫଳରେ ରାଜ୍ୟରେ ଥଣ୍ଡା ଅନୁଭୂତ ହେବ |

ଓଡିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଗୁଳୁଗୁଳିରୁ ମୁକ୍ତି

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)