News

Heavy Rain: ୫ଟି ଜିଲ୍ଲାରେ ପ୍ରବଳ ବର୍ଷା

କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା,ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତିରେ ପ୍ରବଳ ବର୍ଷା

05 September, 2024 10:18 AM IST By: Tanushree Mahapatra

ଗୁରୁବାର ଅର୍ଥାତ ଆଜି ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ସୂଚନା ରହିଛି । ଏହା ପ୍ରଭାବରେ ଆଜି ରାଜ୍ୟରେ ବର୍ଷା ବଢ଼ିବ । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ  ଏ ନେଇ କହିଛନ୍ତି, ଦକ୍ଷିଣ ଓଡ଼ିଶାର ପ୍ରାୟତଃ ୫ଟି ଜିଲ୍ଲାରେ ୯ ତାରିଖରୁ ୧୧ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ ୫ ତାରିଖରେ କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା,ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଏବଂ ଗଜପତିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମସ୍ତ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରାୟ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ପଶୁପାଳକଙ୍କ ସୂଚନା ଅନୁସାରେ, ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର ଦିଗରେ ଗତି କରିବ। ପରେ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ l ୧୦ ତାରିଖ ସୁଦ୍ଧା ଏହା ପଶ୍ଚିମବଙ୍ଗ ଏବଂ ବାଲାଂଦେଶ ଉପକୂଳରେ ପହଞ୍ଚିବ । ଅନ୍ୟପଟେ ୯ ତାରିଖ , ୧୦ ତାରିଖ ଏବଂ ୧୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା,ନବରଙ୍ଗପୁର ଏବଂ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ।

ଉପକୂଳ ଅଂଚଳ କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା,ବାଲେଶ୍ୱର, ମୟୂରଭଞ୍ଜ ଏବଂ ଭଦ୍ରକ ଜିଲ୍ଲାରେ ସବୁଠାରୁ କମ୍ ବର୍ଷା ହେବ । ଲଘୁଚାପ ପରେ ୭ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷା ହେବ ନାହିଁ ରାଜ୍ୟରେ । ତେଣୁ ଏଥିପାଇଁ ଚାଷୀଙ୍କୁ ନିଜ ନିଜ ଧାନ କ୍ଷେତରେ ପାଣି ବାନ୍ଧି ରଖିବାକୁ ସେ ପରାମର୍ଶ ମଧ୍ୟ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ

ଖାତାକୁ ଆସିବ ପିଏମ୍ କିସାନ ଟଙ୍କା!

ବାଲେଶ୍ୱରରେ ଏକ ଦିବସୀୟ କୃଷି ମେଳା ଆୟୋଜିତ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)