1. କୃଷି ଖବର

ସତର୍କ ସୂଚନା ! ଆଜି ରାଜ୍ୟରେ ପ୍ରବଳ ବର୍ଷିବ

ଆଜି ପଡ଼ିବ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ । ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା(Rain)। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡା,ମାଲକାନଗିରି, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରକୁ ସତର୍କତା ଜାରି ହୋଇଛି । ବାକି ୨୦ ଜିଲ୍ଲାରେ ବି ଘଡଘଡି ବିଜୁଳି ସହ ବର୍ଷାର ପ୍ରଭାବ ରହିବ ।

Priyambada Rana
Priyambada Rana
Today's Weather Report

Today's Weather Report

ଆଜି ପଡ଼ିବ ପଶ୍ଚିମା ଝଡ଼ର ସର୍ବାଧିକ ପ୍ରଭାବ । ସାରା ରାଜ୍ୟରେ ହେବ ପ୍ରବଳ ବର୍ଷା(Rain)। ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡା,ମାଲକାନଗିରି, କନ୍ଧମାଳ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରକୁ ସତର୍କତା ଜାରି ହୋଇଛି । ବାକି ୨୦ ଜିଲ୍ଲାରେ ବି ଘଡଘଡି ବିଜୁଳି ସହ ବର୍ଷାର ପ୍ରଭାବ ରହିବ ।

ସେହିପରି ଆସନ୍ତାକାଲି ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ(Yellow Warning) ଜାରି ହୋଇଛି । ବର୍ଷା ସହିତ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ବହିବ ପବନ । କିଛି ସ୍ଥାନରେ କୁଆପଥର ବୃଷ୍ଟି ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର କହିଛି । ଝଡବର୍ଷା ଏବଂ ଘଡଘଡି ବିଜୁଳି ସମୟରେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଦେବଗଡ ଆଦି ୧୨ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି । ଏହିସବୁ ଅଞ୍ଚଳ ଗୁଡ଼ିକରେ ଘଣ୍ଟାପ୍ରତି ପବନର ବେଗ ୪୦ରୁ ୫୦ କିଲୋମିଟର ବେଗରେ ରହିବ । ଆଜି କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ବାଂଲାଦେଶ ଓ ସଂଲଗ୍ନ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ରହିଥିବା ଘୂର୍ଣ୍ଣିବଳୟ ମଧ୍ୟ ଦେଇ ଏକ ଟ୍ରଫ୍‌ଲାଇନ୍‌ ଗତି କରୁଛି। ଏହି ଟ୍ରଫ୍‌ଲାଇନ୍‌ଟି ପଶ୍ଚିମବଙ୍ଗ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ପାଗ କୋହଲା ରହିଛି। ଆସନ୍ତା‌କାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଯଥା, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିବ।

ପ୍ଲାଷ୍ଟିକ ବୋତଲରେ ପାଣି ପିଉଥିଲେ ସାବଧାନ ! ନହେଲେ ହୋଇଯିବେ ନପୁଂସକ..

Like this article?

Hey! I am Priyambada Rana. Did you liked this article and have suggestions to improve this article? Mail me your suggestions and feedback.

Share your comments