ରାଜ୍ୟରେ ମୌସୁମି ସକ୍ରିୟ ରହିଛି ଯେଉଁଥିପାଇଁ ଲଗାତାର କିଛିଦିନ ବର୍ଷା ଲାଗି ରହିଛି । ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ମୌସୁମି ବର୍ଷା ଜାରି ରହିଛି । କିଛି କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ମଧ୍ୟ ହେଉଥିବା ରେକର୍ଡ କରାଯାଇଛି ।
ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପୂର୍ବାନୁମାନ କରି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ପ୍ରଦାନ କରିଛି । ବର୍ତ୍ତମାନ ବାଂଲାଦେଶ ଏବଂ ତା'ର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ବାୟୁମଣ୍ଡଳରେ ଏକ ଟ୍ରପ୍ ଲାଇନ ବି ରହିଛି ।
ଏହାର ପ୍ରଭାବରେ ଆଜି ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ପାଇଁ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାକୁ ଏହି ଆଲର୍ଟ ଜାରି କରାଯାଇଛି l ସେହିପରି ଆସନ୍ତାକାଲି ମଧ୍ୟ ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି l
ଆସନ୍ତାକାଲି ୫ ତାରିଖରେ ବର୍ଷାର ପରିମାଣ କମିବା ସହ ୬ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି କୁହାଯାଉଛି । ତେବେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅନ୍ୟପଟେ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ରାଜ୍ୟରେ । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
ଅଧିକ ପଢ଼ନ୍ତୁ