News

ଷଷ୍ଠୀରୁ ଅଷ୍ଟମୀ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଏଥର ଫିକା ପଡ଼ିପାରେ ଶାରଦୀୟ ଦୁର୍ଗାପୂଜା । ଆସନ୍ତାକାଲି ଠୁ ଅର୍ଥାତ୍‌ ଷଷ୍ଠୀ ଠୁ ମହାଷ୍ଟମୀ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

30 September, 2022 10:04 AM IST By: Sudesna Nayak

ଏଥର ଫିକା ପଡ଼ିପାରେ ଶାରଦୀୟ ଦୁର୍ଗାପୂଜା (Dussehra)। ଆସନ୍ତାକାଲି ଠୁ ଅର୍ଥାତ୍‌ ଷଷ୍ଠୀ ଠୁ ମହାଷ୍ଟମୀ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା (Rain) ହେବାର ସମ୍ଭାବନା ରହିଛି ।

ସୂଚନା ଅନୁଯାୟୀ, ମହାଷଷ୍ଠୀରେ ଭିଜିବ ଉତ୍ତର ଉପକୂଳ । ସପ୍ତମୀରେ ସମ୍ପର୍ଣ୍ଣ ଉପକୂଳ ଓଡ଼ିଶା (odisha)ରେ ବର୍ଷା (Rain)ହେବ । ଅଷ୍ଟମୀରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା (Rain)ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା (Rain)ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି ।

ଆଜି ଶୁକ୍ରବାର (Friday) ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା (Rain) ହୋଇପାରେ । ମାଲକାନଗିରି ଜିଲ୍ଲା, କୋରାପୁଟ ଜିଲ୍ଲା, ରାୟଗଡ଼ା ଜିଲ୍ଲା, ଗଜପତି, କନ୍ଧମାଳ, ଗଞ୍ଜାମ ଜିଲ୍ଲା, ବୌଦ୍ଧ ଜିଲ୍ଲା, ଅନୁଗୁଳ ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କେନ୍ଦୁଝର ଜିଲ୍ଲା ଓ ମୟୂରଭଞ୍ଜ ଜିଲ୍ଲା ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା (Rain) ହେବ ।

ପ୍ରକାଶ ଥାଉ ଯେ, ଅକ୍ଟୋବର (october)ପହିଲାରେ ଉତ୍ତର-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା (Rain) ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଜି ଠୁ ରାଜ୍ୟରେ ବର୍ଷା, 14 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସିଟ୍‌ ବେଲ୍ଟ ନ ବାନ୍ଧିଲେ ଗଣିବେ ୧,୦୦୦ ଟଙ୍କା ଫାଇନ୍‌

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)