1. କୃଷି ଖବର

ଦଶହରା ଯାଏଁ ଧୋଇବ ବର୍ଷା ! ଆଜି 17 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଉତ୍ତର ପୂର୍ବ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହାଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Shuvanshu Kar
Shuvanshu Kar
IMD issues heavy to very heavy rainfall forecast for Odisha

IMD issues heavy to very heavy rainfall forecast for Odisha

ଦୁର୍ଗା ପୂଜାକୁ ନେଇ ସାରା ରାଜ୍ୟ ଉତ୍ସବ ମୁଖରିତ । ହେଲେ ଏପଟେ ଭୟ ବଢାଉଛି ବର୍ଷା(Rain) । ଉତ୍ତର ପୂର୍ବ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ(Low Pressure) ସୃଷ୍ଟି ହୋଇଛି । ଏହାଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା(heavy rain) ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି 17ଟି ଜିଲ୍ଲାକୁ ଜାରି କରାଯାଇଛି ୟେଲୋ ୱାର୍ଣ୍ଣିଂ । ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାବେଳେ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।

ସେହିପରି ସେପ୍ଟେମ୍ବର ୫ ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ଆଜି ମହାଅଷ୍ଟମୀ ଥିବାବେଳେ ସାରା ରାଜ୍ୟରେ ବର୍ଷାର ପରିମାଣ ବଢିପାରେ । ୫ ଯାଏଁ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି । ଦଶହରା ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଅନୁମାନ କରାଯାଉଛି ।

ଅଷ୍ଟମୀରୁ ସାରା ଓଡ଼ିଶାରେ ବର୍ଷା

ଚଳିତ ବର୍ଷ ଅଧିକ ବର୍ଷିଛି, ଚାଷ ଜମିରେ ତାତି ବଢିଛି

Share your comments