News

ରାଜ୍ୟରେ ପଶ୍ଚିମା ଝଡ଼: ଜାରି ହେଲା ସତର୍କ ସୂଚନା

ଆଜି ରାଜ୍ୟରେ ପଶ୍ଚିମା-ଝଡ଼ର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି, କୁଆପଥର ସହ ପ୍ରବଳ ବର୍ଷା ଏବଂ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୯ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

19 March, 2023 10:44 AM IST By: Priyambada Rana

ଆଜି ରାଜ୍ୟରେ ପଶ୍ଚିମା-ଝଡ଼ର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି, କୁଆପଥର ସହ ପ୍ରବଳ ବର୍ଷା ଏବଂ ଘଣ୍ଟା ପ୍ରତି ୪୦ ରୁ ୫୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୯ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ(Orange Warning) ଜାରି କରାଯାଇଛି ।

 

ଏହି ଜିଲ୍ଲାଗୁଡିକ ହେଲା କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ ପୁରୀ । ୩ଟି ଜିଲ୍ଲା କଟକ, ଯାଜପୁର ଏବଂ ଢ଼େଙ୍କାନାଳରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ ରୁ ୧୧ ସେମି) ସମ୍ଭାବନା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ପୂର୍ବାହ୍ନରେ ମୟୁରଭଞ୍ଜ ଜିଲ୍ଲାର କିଛି ଅଂଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିଥିବା ନେଇ ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଏକ ଟ୍ୱିଟ୍‌ରୁ ସୂଚନା ମିଳିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଜିଲ୍ଲାରେ ବର୍ଷା, ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗ ଯାଏଁ ପବନ ବହିବ। ବାକି ରାଜ୍ୟର ଅନ୍ୟ କେତେକ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ସମ୍ବାବନା ରହିଛି। ସେହିପରି ୨୦ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ଉତ୍ତର, ପୂର୍ବ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସ୍ଥାନେ ସ୍ଥାନେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ମିଳିଥିବା ରିପୋର୍ଟ ଅନୁଯାୟୀ ବାଲେଶ୍ୱର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସହ ପବନ ଅନୁଭୂତ ହୋଇଥିଲା। ଭଦ୍ରକ, ଯାଜପୁର, କେନ୍ଦୁଝରଠାରୁ ଆରମ୍ଭ କରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଦକ୍ଷିଣରେ ରାୟଗଡ଼ାରେ ପ୍ରବଳ କୁଆପଥର ମାଡ଼ ହୋଇଥିବା ବେଳେ ସମାନ ଭାବେ କନ୍ଧମାଳ ସହ ଅନ୍ୟ ସ୍ଥାନରେ ମଧ୍ୟ କୁଆପଥର ସହ ବର୍ଷା ହୋଇଥିଲା। ବର୍ଷା ସହ ପବନ କାରଣରୁ ରାଜ୍ୟର କେତେକ ସ୍ଥାନରେ ବଡ଼ ବଡ଼ ଗଛ ଭାଙ୍ଗି ପଡ଼ିଥିବା ବେଳେ କିଛି ସମୟ ପାଇଁ ବିଦ୍ୟୁତ୍‌‌ ସରବରାହ ବ୍ୟାହତ ହୋଇଥିଲା।

ସତର୍କ ସୂଚନା ! ଆଜି ରାଜ୍ୟରେ ପ୍ରବଳ ବର୍ଷିବ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)