1. କୃଷି ଖବର

ଓଡ଼ିଆରେ ନାମଫଳକ ବାଧ୍ୟତା ମୂଳକ, ନଚେତ ଲାଇସେନ୍ସ ରଦ୍ଧ

ଏବେ ଓଡ଼ିଆ ନାମଫଳକ ବାଧ୍ୟତା ହେବ ରାଜ୍ୟରେ l ଓଡ଼ିଶାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଆରେ ନାମ ଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଛି ରାଜ୍ୟ ସରକାରଙ୍କ ଦ୍ୱାରା । ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ଏହାର କଡାକଡି ନିରୀକ୍ଷଣ କରାଯିବ ବୋଲି ମଧ୍ୟ ସୂଚନା ଦିଆଯାଇଛି l

Tanushree Mahapatra
Tanushree Mahapatra
It is compulsory for all shops, to write name boards in odia

It is compulsory for all shops, to write name boards in odia

ଏବେ ଓଡ଼ିଆ ନାମଫଳକ ବାଧ୍ୟତା ହେବ ରାଜ୍ୟରେ l ଓଡ଼ିଶାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଓଡ଼ିଆରେ ନାମ ଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଛି ରାଜ୍ୟ ସରକାରଙ୍କ ଦ୍ୱାରା । ଶ୍ରମ ଏବଂ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ଏହାର କଡାକଡି ନିରୀକ୍ଷଣ କରାଯିବ ବୋଲି ମଧ୍ୟ ସୂଚନା ଦିଆଯାଇଛି l ଖିଲାପକାରୀ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନମାନଙ୍କୁ ୭ ଦିନିଆ ନୋଟିସ ଦିଆଯିବ ।

ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ , ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ଏକ ବୈଠକ ଆହୂତ କରାଯିବ । ଚଳିତମାସରୁ ଅନୁପାଳନ ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜୋରିମାନା / ଲାଇସେନ୍ସ ରଦ୍ଦ କରାଯିବ । ତେବେ ଏହାକୁ ସଠିକ ଭାବେ ଅନୁପାଳନ ନ କଲେ ଏଥର ଭୋଗିବାକୁ ପଡିବ ତଣ୍ଡ l

ଜିଲ୍ଲା ଶ୍ରମ ଅଧିକାରୀ , ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନେ କଡାକଡି ନିରୀକ୍ଷଣ କରିବେ । ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପରି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା । ଏଥନିମିତ୍ତ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଦ୍ବାରା ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକୀୟ ସଂଶୋଧନ କରାଯାଇଅଛି । ଏଯାବତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨ , ୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭ , ୦୦୦ ପ୍ରତିଷ୍ଠାନରେ ଓଡ଼ିଆର ନାମଫଳକ ଲେଖାଯାଇଅଛି । କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୁଦ୍ଧରେ ମକଦ୍ଦମା ସହିତ ଜୋରିମାନା ମଧ୍ୟ କରାଯାଇଅଛି । ଆଜି ଅତିରିକ୍ତ ମୁଖ୍ୟ ଶାସନ ସଚିବ , ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗଙ୍କ ଅଧ୍ୟକ୍ଷତାରେ ଆୟୁକ୍ତ ତଥା ସଚିବ , ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ , ଶ୍ରମ ଆୟୁକ୍ତ ଏବଂ ଜିଲ୍ଲା ଶ୍ରମ ଅଧିକାରୀମାନକୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ପରିବର୍ତ୍ତିତ ଅଧିନିୟମର କଡାକଡ଼ି ଅନୁପାଳନ କରାଯିବା ପାଇଁ ନିଷ୍ପରି କରାଗଲା ।

ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଗୁଡ଼ିକରେ ଓଡ଼ିଆରେ ନାମଫଳକ ଲଗାଇବା ନିମନ୍ତେ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କୁ ଏହାର କଡାକଡି ନିରୀକ୍ଷଣ କରି ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି । ଚଳିତମାସଠାରୁ ଖିଲାପକାରୀଙ୍କୁ ୭ଦିନିଆ ନୋଟିସ ଦିଆଯିବ । ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନହୁଏ , ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜୋରିମାନା / ଲାଇସେନ୍ସ ରଦ୍ଦ କରାଯିବ । ପ୍ରଥମଥର ଖିଲାପକାରୀଙ୍କୁ ୫୦୦୦ ଟଙ୍କା ଜୋରିମାନା ଏବଂ ଦ୍ୱିତୀୟଥର ଖିଲାପକାରୀଙ୍କୁ ୨୫୦୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ । ଜିଲ୍ଲାସ୍ତରରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଶ୍ରମ ଅଧିକାରୀ , ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ବଜାର ଦୋକାନ ଓ ବାଣିଜ୍ୟ ସଂଘ ସହିତ ପ୍ରତି ମାସରେ ଏକ ବୈଠକ କରି ଏହାର ସମୀକ୍ଷା କରିବା ସହିତ ବିବରଣୀ ଶ୍ରମ ଆୟୁକ୍ତ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗଙ୍କୁ ପ୍ରଦାନ କରିବା ନିମିତ୍ତ ନିର୍ଦ୍ଦେଶ ପ୍ରଦାନ କରାଯାଇଛି ।

ତେବେ ଏ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବସିଥିଲା । ଏହି ବୈଠକରେ ପରିବର୍ତ୍ତିତ ନିୟମର କଡ଼ାକଡ଼ି ପାଳନ ନେଇ ନିଷ୍ପତି ହୋଇଛି  । ଏଥି ନିମନ୍ତେ ଶ୍ରମ ଆୟୁକ୍ତ ଓଡ଼ିଶାର ସମସ୍ତ ଦୋକାନ ଓ ବାନିଜ୍ୟିକ ପ୍ରତିଷ୍ଠାନ ଗୁଡ଼ିକରେ ଓଡ଼ିଆରେ ଫଳକ ଲଗାଇବା ପାଇଁ ଜିଲ୍ଲା ଶ୍ରମ ଅଧିକାରୀ ଓ ପୌରାଞ୍ଚଳ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଏହାର କଡ଼ାକଡ଼ି ନିରୀକ୍ଷଣ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କଡାକଡି ବ୍ଯବଏ ଏହାକୁ ମାନିବା ପାଇଁ ରାଜ୍ୟ ସରକାର କଡା ନିର୍ଦେଶ ଦେଇଛନ୍ତି l

ISROର ମାଗଣା ସାର୍ଟିଫିକେସନ୍ ପାଠ୍ୟକ୍ରମ

Like this article?

Hey! I am Tanushree Mahapatra. Did you liked this article and have suggestions to improve this article? Mail me your suggestions and feedback.

Share your comments