News

କାଳିଆ ଯୋଜନାର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।

13 February, 2021 9:44 AM IST By: KJ Staff

୫୩ ଲକ୍ଷରୁ ଅଧିକ ଚାଷୀ ପାଇଲେ ୧୨୭୨ କୋଟି

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।
ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ୟ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି। ବିଶ୍ବବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ୟ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ। ତାର ଜୀବନଧାରଣ ମାନରେ ଉନ୍ନତି ଆସୁ। ମୁଁ ଚାହେଁ ମୋ ରାଜ୍ୟର ଚାଷୀ ସମ୍ମାନର ସହ ବଞ୍ଚୁ। ଏହି ଲକ୍ଷ୍ୟ ନେଇ ମୁଁ କାମ କରୁଛି।’ କୃଷି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କରୋନା ସମୟରେ ଅର୍ଥନୀତିର ସବୁ କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କିନ୍ତୁ, ଆମର ଚାଷୀଭାଇ ମାନଙ୍କ ସାହସ ଓ ପରିଶ୍ରମ କୃଷି କ୍ଷେତ୍ରରେ ଉନ୍ନତି ଆଣିଛି ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଚାଷୀଭାଇ ସଂଜୀବନୀ ପରି ଦେଶର ଅର୍ଥନୀତିକୁ ରକ୍ଷା କରିପାରିଛି । ‘ଚାଷୀର ତ୍ୟାଗକୁ, ତାର ପରିଶ୍ରମକୁ ମୁଁ ପ୍ରଣାମ କରୁଛି’ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଅରୁଣ ସାହୁ କହିଥିଲେ ଯେ ଅନେକ ପ୍ରାକୃତିକ ବିପର୍ୟ୍ୟୟ ଓ ବର୍ତ୍ତମାନର କୋଭିଡ ପରିସ୍ଥିତି ସତ୍ତ୍ବେ ଚାଷୀମାନେ ଭଲ ଫସଲ ଅମଳ କରି ଓଡିଶାକୁ ଆଗକୁ ନେଇପାରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ନେତୃତ୍ବ ଯୋଗୁ ରାଜ୍ୟ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି କରିପାରିଛି ବୋଲି ସେ କହିଥିଲେ। ଏହି ଅବସରରେ କାଳିଆ ଯୋଜନା ସଂପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି)  ଭି.କେ ପାଣ୍ଡିଆନ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ.ଶର୍ମା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)