News

ବଡ ଖୁସି ଖବର: ୪୦ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀଙ୍କ ଆକାଉଣ୍ଟକୁ ୨-୨ ହଜାର ଟଙ୍କା ପଠାଇଲେ ରାଜ୍ୟ ସରକାର

ଆସିଲା ଚାଷୀମାନଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅକ୍ଷୟ ତୃତୀୟା ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ କାଳିଆ ଯୋଜନା ର ସହାୟତା ପ୍ରଦାନ କରିଛନ୍ତି ।

04 May, 2022 11:31 AM IST By: Sudesna Nayak

ଆସିଲା ଚାଷୀ(Farmers)ମାନଙ୍କ ପାଇଁ ଖୁସି ଖବର (GOOD NEWS)। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Odisha CM Naveen Patnaik) ଅକ୍ଷୟ ତୃତୀୟା (Akshaya Tritiya 2022) ଓ କୃଷକ ଦିବସ ଅବସରରେ ରାଜ୍ୟର କୃଷକ ମାନଙ୍କୁ (Odisha Farmers)କାଳିଆ ଯୋଜନା (KALIA Yojana)ର ସହାୟତା ପ୍ରଦାନ କରିଛନ୍ତି ।

ସୂଚନା ଅନୁଯାୟୀ, ଏହାଦ୍ୱାରା ଝାରସୁଗୁଡା ବ୍ୟତୀତ ରାଜ୍ୟର ପ୍ରାୟ ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ (Farmers)ଙ୍କ ବ୍ୟାଙ୍କ ଖାତାକୁ ପାଖାପାଖି ୮୦୦ କୋଟି ଟଙ୍କା ସିଧାସଳଖ ପ୍ରଦାନ କରାଯାଇଛି । ଚାଷୀମାନଙ୍କୁ (Farmers)ଏହି ଟଙ୍କାକୁ ଚାଷ କାମରେ ଲଗାଇ କୃଷିରେ ଉନ୍ନତି ଆଣିବା ପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀ (Farmers)ଆମ ଅର୍ଥନୀତିର ମୁଖ୍ୟ ଆଧାର । ଆମର କୃଷକମାନେ କେବଳ ଓଡିଶା (Odisha)ନୁହେଁ, ସାରା ଦେଶର ଖାଦ୍ୟ ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି ଓ ଓଡିଶା ପାଇଁ ଗୌରବ ଆଣିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଚାଷୀ ଭାଇଭଉଣୀ ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

କୃଷି ବିକାଶ ଓ କୃଷକ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ବର୍ଷ କୃଷି ପାଇଁ ୨୦ ହଜାର କୋଟିରୁ ଅଧିକ ଟଙ୍କାର ବଜେଟ (BUDGET)ରଖାଯାଇଛି ।

ଏହି ଅବସରରେ କୃଷି ବିକାଶ ପାଇଁ ୮ଟି ନୂଆ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା । ପଣସ ମିଶନ ଓ ରିୱାର୍ଡ (Rejuvenating Watershed for Agricultural Resilience through Innovative Development) କାର୍ଯ୍ୟକ୍ରମର ଶୁଭାରମ୍ଭ ହେବା ସହିତ ମିଲେଟ୍‌ ମିଶନ ଓ ସମନ୍ବିତ କୃଷି ପ୍ରୋତ୍ସାହନ ନିମନ୍ତେ ସ୍ବତନ୍ତ୍ର କାର୍ଯ୍ୟକ୍ରମ (Special Programme for Promotion of Integrated Farming) ର ପ୍ରସାର ମଧ୍ୟ କରାଯାଉଛି ।

ପ୍ରକାଶ ଥାଉ ଯେ, ପଣସ ମିଶନରେ ୯ଟି ଜିଲ୍ଲାର ପଣସ ଚାଷୀଙ୍କ ପାଇଁ ୯୭ କୋଟି ଟଙ୍କାର ପ୍ରୋତ୍ସାହନ ରଖାଯାଇଥିବା ବେଳେ ରିୱାର୍ଡ ଯୋଜନାରେ ବୈଜ୍ଞାନିକ ପ୍ରଣାଳୀରେ ଜଳ ବିଭାଜିକା କାର୍ଯ୍ୟକ୍ରମ ଜରିଆରେ ଚାଷ ଜମିର ଉତ୍ପାଦକତା ବୃଦ୍ଧି ପାଇଁ ୫୦୦ କୋଟି ଟଙ୍କାର ହିଁ ଅର୍ଥ ବ୍ୟବସ୍ଥା କରାଯାଇଛି । ସେହିପରି ଓଡିଶା ମିଲେଟ୍‌ ମିଶନରେ ୧୯ ଟି ଜିଲ୍ଲାର ୧୮୨ଟି ବ୍ଲକ୍‌ର ଚାଷୀ (Farmers)ମାନଙ୍କ ପାଇଁ ୨୮୦୮ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଥିବା ବେଳେ ସମନ୍ବିତ କୃଷିର ପ୍ରୋତ୍ସାହନ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ୮ ଟି ଜିଲ୍ଲାର ୧.୮ ଲକ୍ଷ କୃଷକ (Farmers)ପରିବାରକୁ ସାମିଲ କରିବା ପାଇଁ ୨୩୯ କୋଟି ଟଙ୍କାର ଅର୍ଥ ବ୍ୟବସ୍ଥା କରାଯାଇଛି । ଏହି ୪ ଟି ଯୋଜନା ପାଇଁ ୩୬୪୪ କୋଟି ଟଙ୍କା ଖର୍ଚ୍ଚ କରାଯିବ ।

କାଳିଆ ଯୋଜନା ହିତାଧିକାରୀଙ୍କୁ ମିଳିବ ଅର୍ଥ …

ଅକ୍ଷୟ ତୃତୀୟାରେ ମିଳିବ ୧୧ତମ କିସ୍ତି!

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)