1. କୃଷି ଖବର

କେନ୍ଦୁପତ୍ର ତୋଳାଳୀଙ୍କୁ ୫୯.୭୮କୋଟି ଟଙ୍କାର ବୋନସ୍‌

ଭୁବନେଶ୍ୱର : କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ୫୯.୭୮କୋଟି ଟଙ୍କାର ବୋନସ୍ ସମେତ ମୋଟ ୯୨.୩୭କୋଟି ଟଙ୍କାର ସହାୟତା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମ ହେଲେ ସେମାନଙ୍କୁ ଏକ ଲକ୍ଷ ଟଙ୍କା ପରିବର୍ତ୍ତେ ଏଣିକି ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୈଠକରେ ସାମିଲ ହୋଇଥିଲେ ।

KJ Staff
KJ Staff

ଭୁବନେଶ୍ୱର : କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ୫୯.୭୮କୋଟି ଟଙ୍କାର ବୋନସ୍ ସମେତ ମୋଟ ୯୨.୩୭କୋଟି ଟଙ୍କାର ସହାୟତା ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମ ହେଲେ ସେମାନଙ୍କୁ ଏକ ଲକ୍ଷ ଟଙ୍କା ପରିବର୍ତ୍ତେ ଏଣିକି ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦୁପତ୍ର କଲ୍ୟାଣ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବୈଠକରେ ସାମିଲ ହୋଇଥିଲେ । ବୋର୍ଡ ବୈଠକରେ କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତବର୍ଷ ବୋନସ, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୂମି ବିକାଶ ଉଦ୍ଦେଶ୍ୟରେ ୯୨.୩୭କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛନ୍ତି । କୋଭିଡ୍ ମହାମାରୀ ସମୟରେ ୬୦ଲକ୍ଷରୁ ଅଧିକ କର୍ମ ଦିବସ ଜଙ୍ଗଲ ବିଭାଗ ସୃଷ୍ଟି କରିପାରିଥିଲା । ଏହାଦ୍ୱାରା ୭ଲକ୍ଷ ୫୪ହଜାର ୬୩୧ଜଣ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ଜଣ ବନ୍ଧେଇ ଶ୍ରମିକ ଓ ୧୬୫୩୩ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି ।

୨୦୨୦ ମସିହାରେ ଏବାବଦରେ ୨୫୦କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକଉଣ୍ଟରେ ପୈଠ ହୋଇଛି ।
ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପିସିସିଏଫ ପ୍ରଭାକର ବେହେରା, ଜଙ୍ଗଲ ଓ ପରିବେଶ ସଚିବ ମୋନା ଶର୍ମାଙ୍କ ସମେତ ମୁଖ୍ୟ ସଚିବ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Like this article?

Hey! I am KJ Staff. Did you liked this article and have suggestions to improve this article? Mail me your suggestions and feedback.

Share your comments