1. କୃଷି ଖବର

ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ, ଭାବବିନୋଦିଆକୁ ଦେଖି ଭାବବିହ୍ବଳ ଭକ୍ତ

ଜ୍ବରରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦୀର୍ଘ 15 ଦିନ ପରେ ନିଜ ଭାବ ବିନୋଦିଆକୁ ଦେଖି ଭାବ ବିହ୍ବଳ ହୋଇପଡିଛନ୍ତି ଭକ୍ତ ।

Shuvanshu Kar
Shuvanshu Kar
Know about Nabajouban Darshan of Lord Jagannath

Know about Nabajouban Darshan of Lord Jagannath

ଆଉ ଦିନକ ପରେ ଘୋଷ ଯାତ୍ରା(Rathyatra) । ଏହା ପୂର୍ବରୁ ଶ୍ରୀମନ୍ଦିରରେ ଚାଲିଛି ଶ୍ରୀଜୀଉଙ୍କ ନବଯୌବନ ବେଶ ଦର୍ଶନ(Nabajouban Darshan) । ଜ୍ବରରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦୀର୍ଘ 15 ଦିନ ପରେ ନିଜ ଭାବ ବିନୋଦିଆକୁ ଦେଖି ଭାବ ବିହ୍ବଳ ହୋଇପଡିଛନ୍ତି ଭକ୍ତ ।

ନଯୌବନ ଦର୍ଶନ(Nabajouban Darshan) ପାଇଁ ପୁରୀ(Puri)ରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଛି । ସୁରୁଖୁରୁରେ ଚାଲିଛି ନୀତିକାନ୍ତି । ୧୫ ଦିନର ଅନବସର ନୀତି ପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ପରମାଣିକ ଦର୍ଶନ ହୋଇଥିଲା । ଏହାପରେ ସର୍ବସାଧାରଣ ଦର୍ଶନ ଚାଲିଛି । ଶୃଙ୍ଖଳିତ ଦର୍ଶନ ପାଇଁ ପୁରୀରେ 40 ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି ।

ନବଯୌବନ ବେଶ କଣ ?

ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ମହାପ୍ରଭୁଙ୍କ ସ୍ବତନ୍ତ୍ର ବେଶକୁ ନବଯୌବନ ବେଶ କୁହାଯାଏ । ସ୍ନାନ ପୂର୍ଣ୍ଣିମାରେ 108 ଗରା ଜଳରେ ସ୍ନାନ ପରେ ଶ୍ରୀଜୀଉମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ହୁଅନ୍ତି ବଞ୍ଚିତ । ଅଣସର ଶେଷରେ ପୁଣି ଯେଉଁଦିନ ଭଗବାନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କୁହାଯାଏ ।

ଖଡ଼ି ଲାଗି ଓ ବନକଲାଗି ପରେ ଦାରୁବ୍ରହ୍ମ ନୂଆ ପରି ଉଜ୍ଜ୍ୱଳ ଦିଶୁଥିବାରୁ ଏହାକୁ ନବଯୌବନ କୁହାଯାଇଥାଏ । ଏହି ସମୟରେ ମହାପ୍ରଭୁ ରତ୍ନ ସିଂହାସନକୁ ଆଉ ବିଜେ କରନ୍ତି ନାହିଁ । ନବଯୌବନ ଓ ନେତ୍ରୋତ୍ସବ ପରେ ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ଦିନ ରଥଯାତ୍ରାରେ ଶ୍ରୀଗୁଣ୍ଡିଚା ମନ୍ଦିର ବିଜେ କରନ୍ତି । ନବଯୌବନ ଦର୍ଶନ ଲାଭ ସୁଯୋଗକୁ ଶ୍ରଦ୍ଧାଳୁ ଭକ୍ତମାନେ ବର୍ଷ ବ୍ୟାପି ପ୍ରତୀକ୍ଷା କରିଥାଆନ୍ତି । ନେତ୍ରୋତ୍ସବର ଅର୍ଥ ହେଲା ମହାପ୍ରଭୁମାନଙ୍କ ଚକ୍ଷୁରେ ନବଯୌବନ ବେଶର ଅନ୍ତିମ ସ୍ପର୍ଶ ।

ଦଶମୂଳରୁ ପ୍ରସ୍ତୁତ ଜଗାର ଫୁଲୁରି ତେଲ, ମାଟି ତଳେ ପୋତାହୁଏ ଏକ ବର୍ଷ

ବଦଳିବ ପୁରୀ.. ସବୁଜ ଓ ଐତିହାସିକ ପୁରୀ ନିର୍ମାଣ ର ଶୁଭାରମ୍ଭ

ନବଯୌବନ ଦର୍ଶନର ନୀତିକାନ୍ତି

ସ୍ନାନଯାତ୍ରା ହେତୁ ରଥଯାତ୍ରାର ଚାରିଦିନ ପୂର୍ବରୁ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପୁନଶ୍ଚ ରଞ୍ଜିବାର ଆବଶ୍ୟକତା ପଡ଼ିଥାଏ, ଏହାକୁ ଅଙ୍ଗରାଗ କୁହାଯାଏ । ଏହାପରେ ନବଯୌବନର ଦର୍ଶନ ଦିନ ପ୍ରାତଃକାଳରେ ନେତ୍ରୋତ୍ସବ ପାଳନ କରାଯାଏ ।

ଶ୍ରୀଜୀଉଙ୍କୁ ଅର୍ଦ୍ଧ-ସମାନ୍ତର ସ୍ଥିତିରେ ରଖାଯାଇ ସେମାନଙ୍କୁ ଉପଯୁକ୍ତ ଭାବେ ଚିତ୍ରିତ କରାଯାଏ । ଏହି ସେବା ସରିବାପରେ ନେତ୍ରୋନ୍ମୀଲନ ନୀତି ପାଳିତ ହୁଏ । ଏଥିରେ ପ୍ରତ୍ୟେକ ଠାକୁରଙ୍କ ଉଭୟ ଚକ୍ଷୁରେ ତୁଳସୀ ପତ୍ର ସାହାଯ୍ୟରେ ଔଷଧୀ ପ୍ରୟୋଗ କରାଯାଇଥାଏ । ଏତଦପରେ କଜ୍ୱଳ ଲାଗି କରାଯାଏ । ନେତ୍ରୋନ୍ମୀଲନ ପରେ ଶ୍ରୀଜୀଉମାନଙ୍କର କ୍ଷୁଧା ଫେରିଥାଏ ଏବଂ ସ୍ନାନଯାତ୍ରା ପରେ ସେମାନେ ପ୍ରଥମଥର ପାଇଁ ରାଜଭୋଗ ଗ୍ରହଣ କରିଥାନ୍ତି । ଏହାପରେ ଜନସାଧାରଣ ନବଯୌବନ ବେଶ ସହ ନିଜ ଆରାଧ୍ୟଙ୍କ ପ୍ରଥମ ଦର୍ଶନ ଲାଭ କରିଥାନ୍ତି ।

Like this article?

Hey! I am Shuvanshu Kar. Did you liked this article and have suggestions to improve this article? Mail me your suggestions and feedback.

Share your comments