
Know What are the benefits of Short Term Agriculture Loan upto Rupees Three lakh
ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ(agriculture loans) ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି(Interest Subvention) ଯୋଗାଇ ଦେବାନେଇ ଘୋଷଣା କରିଥିଲେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫ ପ୍ରତିଶତ ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିସାରିଛି । ତେବେ ଆସନ୍ତୁ ଜାଣିବା ଏଥିରୁ ଚାଷୀଙ୍କୁ କଣ ସବୁ ସୁବିଧା ମିଳିବ...
ସୁଧ ରିହାତିରେ ବୃଦ୍ଧି କାରଣରୁ କୃଷି ଋଣ ଯୋଗାଣରେ ସ୍ଥିରତା ସୁନିଶ୍ଚିତ ହେବ । ଋଣପ୍ରଦାନକାରୀ ସଂସ୍ଥା, ବିଶେଷ କରି ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ ଏବଂ ସମବାୟ ବ୍ୟାଙ୍କମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଅଧିକ ଋଣ ଦେବାକୁ ସେମାନେ ସକ୍ଷମ ହୋଇପାରିବେ । ଏହା ଗ୍ରାମୀଣ ଅର୍ଥବ୍ୟବସ୍ଥାରେ ଯଥେଷ୍ଟ କୃଷି ଋଣ ଉପଲବ୍ଧ କରାଇବ ।
ପାଣ୍ଠି ବାବଦ ଖର୍ଚ୍ଚରେ ବୃଦ୍ଧିକୁ ସହ୍ୟ କରିବାରେ ବ୍ୟାଙ୍କମାନେ ସକ୍ଷମ ହେବେ ଏବଂ କୃଷକମାନଙ୍କୁ ସେମାନଙ୍କର କୃଷି ଆବଶ୍ୟକତା ପାଇଁ ଋଣ ପ୍ରଦାନ କରିପାରିବେ । ଏହାଦ୍ବାରା ଅଧିକରୁ ଅଧିକ ଚାଷୀ ଋଣର ଲାଭ ପାଇପାରିବେ ।
ଏହାବ୍ୟତୀତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ସହାୟତା ମିଳିବ । କାରଣ ସ୍ୱଳ୍ପ ଅବଧି କୃଷି ଋଣ ପଶୁପାଳନ, କୁକ୍କୁଟ ପାଳନ, ମତ୍ସ୍ୟ ପାଳନ ସମେତ ସବୁ କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟରେ ସହାୟତା ପାଇଁ ପ୍ରଦାନ କରାଯାଇଥାଏ । ଚାଷୀମାନେ ବାର୍ଷିକ ୪% ସୁଧ ହାରରେ ସ୍ୱଳ୍ପକାଳୀନ କୃଷି ଋଣ ନେବା ଜାରି ରଖିପାରିବେ ଏବଂ ଠିକ୍ ସମୟରେ ଋଣ ପରିଶୋଧ ନିମନ୍ତେ ସକ୍ଷମ ହେବେ ।
ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯଥା: ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜ୍ୟିକ ବ୍ୟାଙ୍କମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇଥିବା କମ୍ପ୍ୟୁଟରୀକୃତ ପ୍ରାଥମିକ କୃଷି ସମିତିମାନଙ୍କୁ ବାର୍ଷିକ ଦେଢ଼ ପ୍ରତିଶତ ସୁଧ ରିହାତି ମିଳିବ । ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାମାନେ ଏହି ଦେଢ଼ ପ୍ରତିଶତ ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇ ଦେବେ । ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି ବିଶିଷ୍ଟ କୃଷି ଋଣ ଉପରେ ଏହି ରିହାତି ସୁବିଧା ମିଳିବ।
ସୁଧ ଛାଡ଼ ସୁବିଧା ନିମନ୍ତେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩୪ ହଜାର ୮୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ଅତିରିକ୍ତ ବଜେଟ ବ୍ୟବସ୍ଥା କରାଯାଇଛି ।
କୃଷି ଭିତ୍ତିଭୂମି ପାଣ୍ଠି: 13 ହଜାର ପ୍ରୋଜେକ୍ଟ ପାଇଁ 9500 କୋଟି ମଞ୍ଜୁରୀ
Share your comments