News

ସରକାରଙ୍କ ସୁଧ ରିହାତି ଘୋଷଣାରୁ କଣ ମିଳିବ ଲାଭ ? ଜାଣନ୍ତୁ...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫ ପ୍ରତିଶତ ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିଛି ।

20 August, 2022 10:05 AM IST By: Shuvanshu Kar

ତିନି ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧିର କୃଷି ଋଣ(agriculture loans) ଉପରେ ବାର୍ଷିକ ୧.୫ ପ୍ରତିଶତ ସୁଧ ରିହାତି(Interest Subvention) ଯୋଗାଇ ଦେବାନେଇ ଘୋଷଣା କରିଥିଲେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସବୁ ଋଣ ଲଗାଣକାରୀ ସଂସ୍ଥା ପାଇଁ ୧.୫ ପ୍ରତିଶତ ସୁଧ ରିହାତି ପ୍ରସ୍ତାବକୁ ମଞ୍ଜୁରି ମିଳିସାରିଛି । ତେବେ ଆସନ୍ତୁ ଜାଣିବା ଏଥିରୁ ଚାଷୀଙ୍କୁ କଣ ସବୁ ସୁବିଧା ମିଳିବ...

ସୁଧ ରିହାତିରେ ବୃଦ୍ଧି କାରଣରୁ କୃଷି ଋଣ ଯୋଗାଣରେ ସ୍ଥିରତା ସୁନିଶ୍ଚିତ ହେବ । ଋଣପ୍ରଦାନକାରୀ ସଂସ୍ଥା, ବିଶେଷ କରି ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ ଏବଂ ସମବାୟ ବ୍ୟାଙ୍କମାନଙ୍କର ଆର୍ଥିକ ସ୍ଥିତିରେ ସୁଧାର ଆସିବ ଏବଂ ଅଧିକ ଋଣ ଦେବାକୁ ସେମାନେ ସକ୍ଷମ ହୋଇପାରିବେ । ଏହା ଗ୍ରାମୀଣ ଅର୍ଥବ୍ୟବସ୍ଥାରେ ଯଥେଷ୍ଟ କୃଷି ଋଣ ଉପଲବ୍ଧ କରାଇବ ।

ପାଣ୍ଠି ବାବଦ ଖର୍ଚ୍ଚରେ ବୃଦ୍ଧିକୁ ସହ୍ୟ କରିବାରେ ବ୍ୟାଙ୍କମାନେ ସକ୍ଷମ ହେବେ ଏବଂ କୃଷକମାନଙ୍କୁ ସେମାନଙ୍କର କୃଷି ଆବଶ୍ୟକତା ପାଇଁ ଋଣ ପ୍ରଦାନ କରିପାରିବେ । ଏହାଦ୍ବାରା ଅଧିକରୁ ଅଧିକ ଚାଷୀ ଋଣର ଲାଭ ପାଇପାରିବେ ।
ଏହାବ୍ୟତୀତ ନିଯୁକ୍ତି ସୁଯୋଗ ସୃଷ୍ଟିରେ ସହାୟତା ମିଳିବ । କାରଣ ସ୍ୱଳ୍ପ ଅବଧି କୃଷି ଋଣ ପଶୁପାଳନ, କୁକ୍କୁଟ ପାଳନ, ମତ୍ସ୍ୟ ପାଳନ ସମେତ ସବୁ କୃଷି ଏବଂ ଆନୁସଙ୍ଗିକ କାର୍ଯ୍ୟରେ ସହାୟତା ପାଇଁ ପ୍ରଦାନ କରାଯାଇଥାଏ । ଚାଷୀମାନେ ବାର୍ଷିକ ୪% ସୁଧ ହାରରେ ସ୍ୱଳ୍ପକାଳୀନ କୃଷି ଋଣ ନେବା ଜାରି ରଖିପାରିବେ ଏବଂ ଠିକ୍‌ ସମୟରେ ଋଣ ପରିଶୋଧ ନିମନ୍ତେ ସକ୍ଷମ ହେବେ ।

ସବୁ ଋଣ ଲଗାଣକାରୀ ଆର୍ଥିକ ସଂସ୍ଥା ଯଥା: ସରକାରୀ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, କ୍ଷୁଦ୍ର ଆର୍ଥିକ ବ୍ୟାଙ୍କ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ ଏବଂ ବାଣିଜ୍ୟିକ ବ୍ୟାଙ୍କମାନଙ୍କ ସହ ସିଧାସଳଖ ଯୋଡ଼ି ହୋଇଥିବା କମ୍ପ୍ୟୁଟରୀକୃତ ପ୍ରାଥମିକ କୃଷି ସମିତିମାନଙ୍କୁ ବାର୍ଷିକ ଦେଢ଼ ପ୍ରତିଶତ ସୁଧ ରିହାତି ମିଳିବ । ଆର୍ଥିକ ଋଣ ଲଗାଣକାରୀ ସଂସ୍ଥାମାନେ ଏହି ଦେଢ଼ ପ୍ରତିଶତ ସୁଧ ରିହାତି ସୁବିଧା ଚାଷୀମାନଙ୍କୁ ଯୋଗାଇ ଦେବେ । ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱଳ୍ପ ଅବଧି ବିଶିଷ୍ଟ କୃଷି ଋଣ ଉପରେ ଏହି ରିହାତି ସୁବିଧା ମିଳିବ।

ସୁଧ ଛାଡ଼ ସୁବିଧା ନିମନ୍ତେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନାରେ ୨୦୨୨-୨୩ ଆର୍ଥିକ ବର୍ଷ ଠାରୁ ୨୦୨୪-୨୫ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୩୪ ହଜାର ୮୫୬ କୋଟି ଟଙ୍କା ଖର୍ଚ୍ଚ ହେବ । ଏଥିପାଇଁ ଅତିରିକ୍ତ ବଜେଟ ବ୍ୟବସ୍ଥା କରାଯାଇଛି ।

NPAs: କୃଷି ଋୁଣ 15% ବୃଦ୍ଧି

କୃଷି ଭିତ୍ତିଭୂମି ପାଣ୍ଠି: 13 ହଜାର ପ୍ରୋଜେକ୍ଟ ପାଇଁ 9500 କୋଟି ମଞ୍ଜୁରୀ

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)