ଆଜିଠାରୁ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା – ୨୦୨୫” ର ଆୟୋଜନ କରାଯାଇଛି । ରାଜ୍ୟର ସମସ୍ତ ଚାଷୀଙ୍କ ପାଇଁ ରାଜ୍ୟ ସରକାର କିଛି ବର୍ଷ ହେବ ଏହି କୃଷି ଓଡିଶା କାର୍ଯ୍ୟକ୍ରମର ଆୟୋଜନ କରୁଛନ୍ତି l ଯେଉଁଠି ଚାଷୀଙ୍କ ପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି l
ଏହି କୃଷି ସମାରୋହ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଦ୍ୱାରା ଉଦଘାଟନ ହୋଇଛି । ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଉଦବୋଧନ ଦେଇଥିଲେ ଏହି କାର୍ଯ୍ୟକ୍ରମରେ ।
ଚଳିତ ବର୍ଷ କୃଷି ଓଡ଼ିଶା-୨୦୨୫ ର ବିଷୟବସ୍ତୁ ରହିଛି “ଚିରନ୍ତନ ଖାଦ୍ୟ ପ୍ରଣାଳୀ ପାଇଁ ଏକ ପ୍ରୟାସ”। ପ୍ରଥମଦିନର ବିଷୟବସ୍ତୁ ରହିଥିଲା ଜଳବାୟୁ ଉପଯୋଗୀ ଖାଦ୍ୟ ପଦ୍ଧତି ଓ ଜଳବାୟୁ ତ୍ୱରିତ ଉଦ୍ୟାନକୃଷି । ଦ୍ୱିତୀୟ ଦିବସରେ ବିଷୟବସ୍ତୁ ରହିଛି ମୃତ୍ତିକା ସ୍ୱାସ୍ଥ୍ୟ, ପ୍ରାକୃତିକ କୃଷି ଓ ଏହାର ମୂଲ୍ୟଶୃଙ୍ଖଳା ଏବଂ ତୃତୀୟ ଦିବସର ବିଷୟବସ୍ତୁ ହେଉଛି ପାଣି ପଞ୍ଚାୟତ ପକ୍ଷ ପାଳନ ସହିତ ଧାରାବାହିକ ଜଳ ଶାସନ ନୀତି। ଏହି ସମସ୍ତ ବିଷୟବସ୍ତୁ ଚାଷୀଙ୍କ ହିତକୁ ନଜରରେ ରଖି ଆୟୋଜନ କରାଯାଇଛି l
ଏହି କାର୍ଯ୍ୟକ୍ରମରେ ରାଜ୍ୟର ପ୍ରାୟ ୧୦ ହଜାର କୃଷକ, କୃଷିଜୀବୀ ମହିଳା ସଂଗଠନ, ସ୍ୱୟଂ ସହାୟକ ଗୋଷ୍ଠୀ, କୃଷକ ଉତ୍ପାଦକ ଗୋଷ୍ଠୀ, କୃଷି ଅଣସରକାରୀ ଗୋଷ୍ଠୀ, ପାଣି ପଞ୍ଚାୟତ ସଭ୍ୟ, କୃଷି ଉଦ୍ୟୋଗୀ, ରପ୍ତାନୀକାରୀ କମ୍ପାନୀ, ଛାତ୍ରଛାତ୍ରୀ ଏବଂ ଗବେଷକବୃନ୍ଦ ଏଥିରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଚାଷୀଙ୍କ ପାଇଁ କୃଷକ ବୈଜ୍ଞାନିକ ଆଲୋଚନା ଚକ୍ର ଏବଂ ସେମିନାର କାର୍ଯ୍ୟକ୍ରମ ରହିଛି । କୃଷକ ସମୃଦ୍ଧି କେନ୍ଦ୍ର, କୃଷି ଅନୁଭୂତି ଶିକ୍ଷା କେନ୍ଦ୍ର, କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯିବାର ଆୟୋଜନ ରହିଛି । କୃଷି ମେଳାରେ ୨୦୦ରୁ ଅଧିକ ଷ୍ଟଲରେ ବିଭିନ୍ନ କୃଷିଜାତ ଦ୍ରବ୍ୟ ଓ କୃଷି ଯନ୍ତ୍ରପାତି ପ୍ରଦର୍ଶନ କରାଯାଇଛି ।
READ MORE:
Share your comments