News

୧୯୨୦ କୋଟିରୁ ଅଧିକ ଟଙ୍କାର କୃଷି ଭିତ୍ତିଭୂମି ପାଣ୍ଠି!

ଦେଶୀ ଗୋରୁମାନଙ୍କ ପାଇଁ ୟୁନିଫାଏଡ୍ ଜିନୋମିକ୍ ଚିପ୍‌, ଗଉ ଚିପ୍ ଏବଂ ମଇଁଷିମାନଙ୍କ ପାଇଁ ମହିଷଚିପ୍ ବିକଶିତ କରାଯାଇଛି । ଜିନୋମିକ ଚୟନ କାର୍ଯ୍ୟକାରୀ ହେବା ଦ୍ୱାରା ଛୋଟ ଛୋଟ ଉଚ୍ଚ ମାନର ଷଣ୍ଡମାନଙ୍କୁ କମ୍ ବୟସରେ ଚିହ୍ନଟ କରାଯାଇପାରିବ ।

07 October, 2024 10:27 AM IST By: Tanushree Mahapatra

କୃଷକମାନଙ୍କୁ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କର ପ୍ରତିଶ୍ରୁତି ଅନୁଯାୟୀ ପାଖାପାଖି ୯.୪ କୋଟି କୃଷକଙ୍କୁ ପାଖାପାଖି ୨୦,୦୦୦ କୋଟି ଟଙ୍କାର ପିଏମ - କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିଥିଲେ । ୧୮ତମ କିସ୍ତି ଜାରି ହେବା ପରେ ପିଏମ୍ କିଷାନ ଯୋଜନାରେ କୃଷକମାନଙ୍କୁ ମୋଟ ୩.୪୫ ଲକ୍ଷ କୋଟି ଟଙ୍କାର ପାଣ୍ଠି ପ୍ରଦାନ କରାଯିବ । ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ନମୋ ସେତକାରୀ ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତି, ଯେଉଁଥିରେ ପ୍ରାୟ ୨,୦୦୦ କୋଟି ଟଙ୍କା ପ୍ରଦାନ କରାଯାଉଛି, ତାହାର ଶୁଭାରମ୍ଭ କରିଥିଲେ ।

ପ୍ରଧାନମନ୍ତ୍ରୀ ୧୯୨୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୃଷି ଭିତ୍ତିଭୂମି ପାଣ୍ଠି (ଏଆଇଏଫ୍‌) ଅଧୀନରେ ୭,୫୦୦ରୁ ଅଧିକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ । କଷ୍ଟମ୍ ହାୟରିଂ ସେଣ୍ଟର, ପ୍ରାଥମିକ ପ୍ରକ୍ରିୟାକରଣ ୟୁନିଟ୍‌, ଗୋଦାମ ଗୃହ, ସର୍ଟିଂ ଓ ଗ୍ରେଡିଂ ୟୁନିଟ୍‌, ଶୀତଳ ଭଣ୍ଡାର ପ୍ରକଳ୍ପ ଏବଂ ଅମଳ ପରବର୍ତ୍ତୀ ପରିଚାଳନା ପ୍ରକଳ୍ପ ଆଦି ପ୍ରମୁଖ ପ୍ରକଳ୍ପ ଅନ୍ତର୍ଭୁକ୍ତ । ପାଖାପାଖି ୧୩୦୦ କୋଟି ଟଙ୍କାର ମିଳିତ କାରବାର କରୁଥିବା ୯,୨୦୦ କୃଷକ ଉତ୍ପାଦକ ସଂଗଠନ (ଏଫପିଓ)କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ।

ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଗୋରୁମାନଙ୍କ ପାଇଁ ୟୁନିଫାଇଡ୍ ଜିନୋମିକ୍ ଚିପ୍ ଏବଂ ସ୍ୱଦେଶୀ ଲିଙ୍ଗ ନିର୍ଦ୍ଦିଷ୍ଟ ସିମେନ ଟେକ୍ନୋଲୋଜି ଶୁଭାରମ୍ଭ କରିଥିଲେ । କୃଷକମାନଙ୍କୁ ସୁଲଭ ମୂଲ୍ୟରେ ଲିଙ୍ଗ ନିର୍ଦ୍ଦିଷ୍ଟ ସିମେନ ଟେକ୍ନୋଲୋଜିର ଉପଲବ୍ଧତା ବୃଦ୍ଧି କରିବା ଏବଂ ଡୋଜ୍ ପିଛା ପ୍ରାୟ ୨୦୦ ଟଙ୍କା ଖର୍ଚ୍ଚ ହ୍ରାସ କରିବା ଏହି ପଦକ୍ଷେପର ଲକ୍ଷ୍ୟ । ଦେଶୀ ଗୋରୁମାନଙ୍କ ପାଇଁ ୟୁନିଫାଏଡ୍ ଜିନୋମିକ୍ ଚିପ୍‌, ଗଉ ଚିପ୍ ଏବଂ ମଇଁଷିମାନଙ୍କ ପାଇଁ ମହିଷଚିପ୍ ବିକଶିତ କରାଯାଇଛି । ଜିନୋମିକ ଚୟନ କାର୍ଯ୍ୟକାରୀ ହେବା ଦ୍ୱାରା ଛୋଟ ଛୋଟ ଉଚ୍ଚ ମାନର ଷଣ୍ଡମାନଙ୍କୁ କମ୍ ବୟସରେ ଚିହ୍ନଟ କରାଯାଇପାରିବ ।

ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ସୌର କୃଷି ବାହିନୀ ଯୋଜନା - ୨.୦ ଅଧୀନରେ ସମଗ୍ର ମହାରାଷ୍ଟ୍ରରେ ମୋଟ ୧୯ ମେଗାୱାଟ କ୍ଷମତା ବିଶିଷ୍ଟ ପାଞ୍ଚଟି ସୌର ପାର୍କକୁ ଲୋକାର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସେ ମୁଖ୍ୟମନ୍ତ୍ରୀ ମାଝୀ ଲଡକି ବହିନ ଯୋଜନାର ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଅଧିକ ପଢ଼ନ୍ତୁ

PM Kisan Yojana: ଆଜି ଆକାଉଣ୍ଟକୁ ଆସିବ ଟଙ୍କା!

ବାୟୋ-ଇଥ୍ରୀ ନୀତି: ଜୈବ ଉତ୍ପାଦନକୁ ଦେବ ବଡ଼ ପ୍ରୋତ୍ସାହନ