1. କୃଷି ଖବର

୨୪ ଘଣ୍ଟାରେ ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା...

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶାର ଉତ୍ତର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।

Sudesna Nayak
Sudesna Nayak
low pressure rain weather news today

low pressure rain weather news today

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡିଶା (Odisha)ର ଉତ୍ତର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ (Low Pressure)କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ବଙ୍ଗଳାଦେଶ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଯାହାର ପ୍ରଭାବରେ ଆସନ୍ତା ୩ ଦିନ ପ୍ରବଳ ବର୍ଷିବ (RAIN)ବୋଲି ଅନୁମାନ କରିଛି ପାଣିପାଗ ବିଭାଗ (IMD)। ଏହାସହ ଅରେଞ୍ଜ ୱାର୍ଣ୍ଣିଂ (Orange Warning) ମଧ୍ୟ ଜାରି ହୋଇଛି ।

ସୂଚନା ଅନୁଯାୟୀ, ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (RAIN)ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର (IMD) ପକ୍ଷରୁ ସତର୍କ କରାଯାଇଛି । ସୋମବାର (Monday)ଠାରୁ ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ (Orange Warning) ଜାରି କରାଯାଇଛି ।

ସୋମବାର (Monday) ଭଦ୍ରକ ଜିଲ୍ଲା, ଯାଜପୁର ଜିଲ୍ଲା, ଢେଙ୍କାନାଳ ଜିଲ୍ଲା, କେନ୍ଦୁଝର ଜିଲ୍ଲା, ଅନୁଗୁଳ ଜିଲ୍ଲା, ଦେବଗଡ଼ ଜିଲ୍ଲା, ସମ୍ୱଲପୁର ଜିଲ୍ଲା ଓ ବରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା (RAIN) ହେବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ (Orange Warning) ଜାରି କରାଯାଇଛି ।

ସେହିପରି ସୁନ୍ଦରଗଡ଼ ଜିଲ୍ଲା, ଝାରସୁଗୁଡ଼ା ଜିଲ୍ଲା, ମୟୂରଭଞ୍ଜ ଜିଲ୍ଲା, ବାଲେଶ୍ୱର ଜିଲ୍ଲା, କଟକ ଜିଲ୍ଲା, ସୋନପୁର ଜିଲ୍ଲା, ବୌଦ୍ଧ ଜିଲ୍ଲା, କନ୍ଧମାଳ ଜିଲ୍ଲା, ଦେବଗଡ଼ ଜିଲ୍ଲା, ନୂଆପଡ଼ା ଜିଲ୍ଲା, କଳାହାଣ୍ଡି ଜିଲ୍ଲା, ନବରଙ୍ଗପୁର ଜିଲ୍ଲା, କୋରାପୁଟ ଜିଲ୍ଲା ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା (RAIN) ସମ୍ଭାବନା ରହିଛି ।

ପ୍ରକାଶ ଥାଉ ଯେ, ୪ ତାରିଖ ଦିନ ଢେଙ୍କାନାଳ ଜିଲ୍ଲା, ଯାଜପୁର ଜିଲ୍ଲା, ଭଦ୍ରକ ଜିଲ୍ଲା, କଟକ ଜିଲ୍ଲା, ଅନୁଗୁଳ ଜିଲ୍ଲା, ନୟାଗଡ଼ ଜିଲ୍ଲା ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (RAIN) ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ (Orange Warning)ଜାରି କରିଛି ପାଣିପାଗ କେନ୍ଦ୍ର (IMD) ।

୪ରେ ଲଘୁଚାପ …

୫ ଦିନ ପ୍ରବଳ ବର୍ଷିବ! ୟେଲୋ ୱାର୍ଣ୍ଣିଂ ଜାରି

Like this article?

Hey! I am Sudesna Nayak . Did you liked this article and have suggestions to improve this article? Mail me your suggestions and feedback.

Share your comments