News

Low Pressure: ବଙ୍ଗୋପ ସାଗରରେ ଘୁର୍ଣ୍ଣିବଳୟ!

ମାଲକାନଗିରିରେ ବର୍ଷାର ପ୍ରଭାବ !

02 September, 2024 10:32 AM IST By: Tanushree Mahapatra

ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଯାହାପାଇଁ ଆସନ୍ତା ୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି ।

ପରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ସୃଷ୍ଟି ହେବାକୁ ଥିବା ଅବପାତଟି ଛତିଶଗଡ଼ ମୁହାଁ ହେବା ନେଇ ଆକଳନ କରାଯାଇଛି l ତେବେ ଏହା ପ୍ରଭାବରେ ଲଘୁଚାପ ୪ ତାରିଖରୁ ପୁଣି ପ୍ରବଳ ବର୍ଷିବ ହେବ । ଅବପାତ ଯୋଗୁଁ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।

ମାଲକାନଗିରି ଜିଲ୍ଲାରେ ବର୍ଷାର ପ୍ରଭାବ ରହିଛି । ଗତକାଲି ଠାରୁ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୧୪୦ ମି.ମି ବର୍ଷା ହୋଇଛି । ସୋମବାର ପର୍ଯ୍ୟନ୍ତ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ଏହି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ତିନି ଦିନ ମଧ୍ୟରେ ଓଡ଼ିଶାରେ ୫ ତାରିଖଠାରୁ ପୁଣି ବର୍ଷା ବଢ଼ିବ ।

ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଦେବଗଡ଼, ସମ୍ବଲପୁର,ଖୋର୍ଦ୍ଧା, କଟକ ଏବଂ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହିତ ପ୍ରବଳ ବର୍ଷା ହୋଇପାରେ l ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏ ନେଇ ଆକଳନ କରାଯାଇଛି ।

ଅଧିକ ପଢ଼ନ୍ତୁ

8Th Pay Commission: ୪୪% ବଢିବ ଦରମା!

ଶିବ ପ୍ରସାଦଙ୍କୁ ଟମାଟୋ ଚାଷ କରିଛି ଆତ୍ମନିର୍ଭର

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)