News

ଆହୁରି 5 ଦିନ କଲବଲ କରିବ ତାତି

ହୁରି 4ରୁ 5 ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ । ଆହୁରି 4ରୁ 5 ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।

29 May, 2022 10:28 AM IST By: Shuvanshu Kar

ରାଜ୍ୟରେ ଅସହ୍ୟ ହେଉଛି ତାତି । ଉପରମୁହାଁ ରହୁଛି ପାରଦ । ଗରମ ଓ ଗୁଳୁଗୁଳି କମିବାକୁ ନାଁ ନେଉନାହିଁ । ଏହାରି ମଧ୍ୟରେ ଆହୁରି 4ରୁ 5 ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନର ସମ୍ଭାବନା ନଥିବା ସୂଚନା ଦେଇଛି ପାଣିପାଗ ବିଭାଗ(Meteorological Department ) ।

ରାଜ୍ୟର ୧୨ଟି ସହରର ତାପମାତ୍ରା(heat) ଆଜି ୪୦ ଡିଗ୍ରୀ ଉପରେ ରହିଛି । ୪୨.୨ ଡ଼ିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହରରେ ପରିଣତ ହୋଇଛି । ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ର ସମ୍ଭାବନା ନାହିଁ । ଉପକୂଳର ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ଗୁଳୁଗୁଳି ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଜଣାପଡିଛି ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨ ଦିନ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀର ଆଶଙ୍କା ଅଛି । ସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୟାଗଡ, ନୂଆପଡା, ମୟୂରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ଗଜପତି ଏବଂ ଗଞ୍ଜାମ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ବଢିଲା ପାରଦ, କଲବଲ କରୁଛି ଖରା

ଭିଜାଇବ କାଳବୈଶାଖୀ ବର୍ଷା,କେଉଁ ଜିଲ୍ଲାରେ ବର୍ଷିବ?

ସେପଟେ ଆସନ୍ତା ୨ରୁ 3 ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ କେରଳ ଛୁଇଁପାରେ । ଏଥିସହ ଏହି ସମୟରେ ଆରବ ସାଗର ଓ ଲାକ୍ଷାଦ୍ବୀପର ଆଉ କିଛି ଅଞ୍ଚଳରେ ମୌସୁମୀ ସକ୍ରିୟ ହେବ ବୋଲି ପାଣିପାଗ ବିଭାଗ କହିଛି ।

ରାଜ୍ୟରେ ବିଶେଷ କରି ଉପକୂଳରେ ଗୁଳୁଗୁଳି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି । ଭୁବନେଶ୍ବର ଓ ସଂଲଗ୍ନ ଅଞ୍ଚଳଗୁଡ଼ିକର ସର୍ବୋଚ୍ଚ ତାପମାତ୍ରା ୩୮ ଡିଗ୍ରି ରହିବ ।

କୃଷି-ସାମ୍ବାଦିକତା ପ୍ରତି ଆପଣଙ୍କ ସମର୍ଥନ ଦେଖାନ୍ତୁ

ପ୍ରିୟ ବନ୍ଧୁଗଣ, ଆମର ପାଠକ ହୋଇଥିବାରୁ ଆପଣଙ୍କୁ ଧନ୍ୟବାଦ । କୃଷି ସାମ୍ବାଦିକତାକୁ ଆଗକୁ ବଢ଼ାଇବା ପାଇଁ ଆପଣଙ୍କ ଭଳି ପାଠକ ଆମପାଇଁ ପ୍ରେରଣା । ଉଚ୍ଚମାନର କୃଷି ସାମ୍ବାଦିକତା ଯୋଗାଇଦେବାପାଇଁ ଏବଂ ଗ୍ରାମୀଣ ଭାରତର ପ୍ରତିଟି କୋଣରେ କୃଷକ ଓ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ଆମେ ଆପଣଙ୍କ ସମର୍ଥନ ଦରକାର କରୁଛୁ ।

ଆମ ଭବିଷ୍ୟତ ପାଇଁ ଆପଣଙ୍କ ପ୍ରତିଟି ଅର୍ଥଦାନ ମୂଲ୍ୟବାନ

ଏବେ ହିଁ କିଛି ଅର୍ଥଦାନ ନିଶ୍ଚୟ କରନ୍ତୁ (Contribute Now)