News

ଗୋରଖପୁରରେ ଆୟୋଜିତ ହେବ Mfoi Samridh Kisan Utsav-2024

ପ୍ରାୟ ୧୫୦ ରୁ ୨୦୦ ଚାଷୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି .....

16 March, 2024 3:11 PM IST By: Tanushree Mahapatra

କୃଷି ଜାଗରଣ ଦ୍ୱାରା ଆୟୋଜିତ ହୋଇଥିବା MFOI ୨୦୨୩ ପୁରସ୍କାର ସୋ ସଫଳ ହେବାପରେ ଏହି ପୁରସ୍କାର ସୋ ଅଧୀନରେ ଦୁଇଟି ନୂଆ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା l ସମୃଦ୍ଧ କିସାନ ଉତ୍ସବ ଏବଂ MFOI VVIF କିସାନ ଭାରତ ଯାତ୍ରା l କୃଷକମାନଙ୍କୁ ଏକ ପ୍ଲାଟଫର୍ମ ଯୋଗାଇବା MFOI Samridh Kisan Utsav 2024 ର ମୂଳ ଉଦ୍ଦେଶ୍ୟ l ଯାହା ଦ୍ୱାରା କୃଷକମାନେ କୃଷିରେ ନୂତନ ପରୀକ୍ଷଣ କରି ସେମାନଙ୍କର ଆୟ ବୃଦ୍ଧି କରିପାରିବେ l

କୃଷି ସମ୍ବନ୍ଧୀୟ ନୂତନ କୌଶଳ ସହିତ କୃଷି ସମ୍ବନ୍ଧୀୟ ସୂଚନା ପାଇପାରିବେ ଏବଂ ସେମାନଙ୍କର ଧାରଣା ମଧ୍ୟ ବାଣ୍ଟିପାରିବେ ଅନ୍ୟ ଚାଷୀଙ୍କ ସହିତ l ଏହା ବ୍ୟତୀତ ସମୃଦ୍ଧ କିସାନ ଉତ୍ସବରେ କୃଷକମାନଙ୍କୁ କୃଷି ଜାଗରଣ ଦ୍ୱାରା ନିଆଯାଇଥିବା ସ୍ୱତନ୍ତ୍ର ପଦକ୍ଷେପ 'ମିଲିଅନେୟାର ଫାର୍ମର ଅଫ୍ ଇଣ୍ଡିଆ' ପୁରସ୍କାର ବିଷୟରେ ମଧ୍ୟ ଅବଗତ କରାଯାଉଛି । ଯାହାଫଳରେ କୃଷକମାନେ MFOI ବିଷୟରେ ଅଧିକ ଜାଣିପାରିବେ l ଏହା ସହିତ, ସମୃଦ୍ଧ କିସାନ୍ ଉତ୍ସବ ସମୟରେ ଚାଷ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ କରୁଥିବା କୋଟିପତି ଏବଂ ପ୍ରଗତିଶୀଳ କୃଷକଙ୍କୁ ମଧ୍ୟ ସମ୍ମାନିତ କରାଯାଉଛି l

ସେହିପରି ଉତ୍ତର ପ୍ରଦେଶ ରାଜ୍ୟରେ ବିଭିନ୍ନ ସ୍ଥାନରେ ଏହି ଉତ୍ସବ ଆୟୋଜିତ କରାଯାଉଛି l ତେବେ ମାର୍ଚ୍ଚ ୧୯ ରେ ଉତ୍ତରପ୍ରଦେଶର ଗୋରଖପୁର , କେ.ଭି.କେ.-ବେଲିପାର ଠାରେ ଆୟୋଜିତ ହେବାକୁ ଯାଉଛି 'MFOI ସମ୍ରିଦ୍ଧ କିସାନ୍ ଉତ୍ସବ' l ଯେଉଁଠି ପ୍ରାୟ ୧୫୦ ରୁ ୨୦୦ ଚାଷୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି  l ୧୯ ମାର୍ଚ୍ଚ ମଙ୍ଗଳବାର ଦିନ ସକାଳ ୧୦ ଘଟିକାରେ ଏହା ଆୟୋଜିତ ହେବ l ସମୃଦ୍ଧ ଭାରତରେ ଚାଷୀଙ୍କ ଆୟ ବୃଦ୍ଧି କରି ସାରା ରାଜ୍ୟରେ କୃଷକମାନଙ୍କୁ ସଶକ୍ତ କରିବାକୁ ଏହି କାର୍ଯ୍ୟକ୍ରମ ଲକ୍ଷ୍ୟ ରଖିଛି l ଏ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଏହି ଉତ୍ସବ ଅନୁଷ୍ଠିତ ହେବା ସହିତ ସଫଳତା ମଧ୍ୟ ହାସଲ କରିଛି l ଯେଉଁଠି ଚାଷୀଙ୍କୁ ଦିଆଯାଇଛି ବିଭିନ୍ନ ନୂତନ ଜ୍ଞାନକୌଶଳର ଶିକ୍ଷା l ଯାହା କୃଷି କ୍ଷେତ୍ରରେ ତାଙ୍କୁ ସହାୟତା ପ୍ରଦାନ କରିବ l ଏହି କାର୍ଯ୍ୟକ୍ରମର ମୁଖ୍ୟ ପ୍ରାୟୋଜକ ହେଉଛି ମହିନ୍ଦ୍ରା ଟ୍ରାକ୍ଟର ଏବଂ ଧାନୁକା ଏଗ୍ରିଟେକ ( Powered by Dhanuka ) ଲିମିଟେଡ଼ କାର୍ଯ୍ୟକ୍ରମକୁ ସହଯୋଗ ପ୍ରଦାନ କରିଛି l

ମହିନ୍ଦ୍ରା ଟ୍ରାକ୍ଟର ପ୍ରଦର୍ଶିତ କାର୍ଯ୍ୟକ୍ରମ

ଏହି କାର୍ଯ୍ୟକ୍ରମର ଏକ ମୁଖ୍ୟ ଆକର୍ଷଣ ହେବ ମହିନ୍ଦ୍ରା ଟ୍ରାକ୍ଟରଗୁଡିକର ସର୍ବଶେଷ ଅଫର୍, ଯାହା ଚାଷ ପ୍ରଣାଳୀରେ ବୈପ୍ଲବିକ ଏବଂ ଉତ୍ପାଦନ ବୃଦ୍ଧି ପାଇଁ ପରିକଳ୍ପିତ ହେବ l ଏହି କାର୍ଯ୍ୟକ୍ରମରେ ଯୋଗଦେଉଥିବା କୃଷକମାନେ ନିଜ କ୍ଷେତ୍ରରେ ସର୍ବୋଚ୍ଚ ଫଳାଫଳ ପାଇଁ ଟ୍ରାକ୍ଟର ବ୍ୟବହାରକୁ ଅପ୍ଟିମାଇଜ୍ କରିବା ପାଇଁ ପ୍ରଦର୍ଶନ ଏବଂ ବିଶେଷଜ୍ଞ ମାର୍ଗଦର୍ଶନ ଜାଣିବେ l

'MFOI ସମ୍ରିଦ୍ଧ କିସାନ୍ ଉତ୍ସବ' କୋଟିପତି ଚାଷୀଙ୍କ ଉଲ୍ଲେଖନୀୟ ସଫଳତାକୁ ସମ୍ମାନିତ କରିବ, ଯାହାର ଉତ୍ସର୍ଗ କୃଷି କ୍ଷେତ୍ରକୁ ଆଗକୁ ନେବାରେ ସାହାଯ୍ୟ କରୁଛି । ଅତିରିକ୍ତ ଭାବରେ, ପ୍ରଗତିଶୀଳ କୃଷକମାନେ କୃଷି କ୍ଷେତ୍ରରେ ନୂତନତ୍ୱ ଏବଂ ସ୍ଥିରତା ଦିଗରେ ସେମାନଙ୍କର ଅବଦାନ ପାଇଁ ସ୍ୱୀକୃତି ପାଇବେ l ନିଜ ଚାଷ ପ୍ରଣାଳୀ ବିଷୟରେ ଆଲୋଚନା କରିବାର ମଉକା ପାଇବେ ଚାଷୀ l ନୂତନ ଜ୍ଞାନକୌଶଳ ଜାଣିବେ ଚାଷୀ ଯାହା ତାଙ୍କ ଅମଳ ଓ ଆୟ ଦୁହିଁଙ୍କୁ ଦ୍ଵିଗୁଣ କରିବ l

MFOI ପୁରସ୍କାରରେ ଯୋଗଦେବା ପାଇଁ କ'ଣ କରିବେ ?

କୃଷକ, କୃଷି କମ୍ପାନୀ ଏବଂ କୃଷି କ୍ଷେତ୍ର ସହିତ ଜଡିତ ଅନ୍ୟମାନେ ମଧ୍ୟ MFOI ୨୦୨୪ ପୁରସ୍କାର ଏବଂ MFOI ସମୃଦ୍ଧ କିସାନ୍ ଉତ୍ସବ ୨୦୨୪ ର ଏକ ଅଂଶ ଗ୍ରହଣ କରିପାରିବେ l ଏଥିପାଇଁ କୃଷି ଜାଗରଣ ତୁମ ସମସ୍ତଙ୍କୁ ନିମନ୍ତ୍ରଣ କରୁଛି l MFOI ୨୦୨୪ କିମ୍ବା Samridh Kisan Utsav କାର୍ଯ୍ୟକ୍ରମରେ ନିଜ ଷ୍ଟଲ୍ ବୁକିଂ ପାଇଁ କିମ୍ବା ଯେକୌଣସି ପ୍ରକାରର ପ୍ରାୟୋଜକ ପାଇଁ, ଆପଣ କୃଷି ଜାଗରଣ ସହିତ ଯୋଗାଯୋଗ କରିପାରିବେ l ଏହି ସମୟରେ, ପୁରସ୍କାର ଶୋ କିମ୍ବା ଅନ୍ୟ କୌଣସି ପ୍ରୋଗ୍ରାମ ସହିତ ଜଡିତ ସୂଚନା ପାଇଁ, ଏହି ଗୁଗୁଲ୍ ଫର୍ମ ପୂରଣ କରନ୍ତୁ- https://forms.gle/sJdL4yWVaCpg838y6  l ଅଧିକ ସୂଚନା ପାଇଁ MFOI ର ଅଫିସିଆଲ୍ ୱେବସାଇଟ୍ https://millionairefarmer.in/    ପରିଦର୍ଶନ କରନ୍ତୁ l ଏହା ବ୍ୟତୀତ, ଆପଣ ଦିଆଯାଇଥିବା ନମ୍ବରକୁ ମଧ୍ୟ କଲ କରିପାରିବେ - କୃଷି ଜାଗରଣ: 971 114 1270 , ପରିକସିତ ତ୍ୟାଗୀ : 989 133 4425 , ହର୍ଷ କପୁର: 989 172 4466 l

ମହାରାଷ୍ଟ୍ରର କନେରୀ ଗ୍ରାମରେ ଆୟୋଜିତ ହେଲା 'MFOI ସମୃଦ୍ଧ କିସାନ ଉତ୍ସବ', ଜାଣନ୍ତୁ କ'ଣ ରହିଛି ଖାସ....

MFOI, VVIF Kisan Bharat Yatra: MFOI କୁ ଚାଷୀଙ୍କ ପ୍ରଶଂସା