1. କୃଷି ଖବର

PM Gati Shakti:ଓଡିଶା ଓ ଝାଡଖଣ୍ଡରେ ନିର୍ମିତ ହେବ 4 ପ୍ରକଳ୍ପ

ହାଇ ଇମ୍ପ୍ୟାକ୍ଟ ପ୍ରୋଜେକ୍ଟ (ଅତି ପ୍ରଭାବଶାଳୀ ପ୍ରକଳ୍ପ) ଭାବେ ୪ଟି ଚିହ୍ନଟ କରାଯାଇ ଇତିମଧ୍ୟରେ ତାହାର ମାନଚିତ୍ରକୁ ଏନ୍‌ଏମ୍‌ପି ପୋର୍ଟାଲରେ ସ୍ଥାନିତ କରାଯାଇଛି । ଏହି ଚାରିଟି ପ୍ରକଳ୍ପ ଓଡିଶା ଓ ଝାଡଖଣ୍ଡରେ କାର୍ଯ୍ୟକାରୀ ହେବ ।

Shuvanshu Kar
Shuvanshu Kar
Ministry of Coal Undertakes Thirteen Railway Projects Under PM-Gati Shakti

Ministry of Coal Undertakes Thirteen Railway Projects Under PM-Gati Shakti

କୋଇଲା ପରିବହନ କ୍ଷେତ୍ରରେ ପରିବେଶ ପ୍ରଦୂଷଣକୁ ରୋକିବା ଏବଂ ଖଣି ଅଞ୍ଚଳରୁ ବିଭିନ୍ନ ଲକ୍ଷ୍ୟ ସ୍ଥଳକୁ ତ୍ୱରିତ କୋଇଲା ପହଂଚାଇବା ଉପରେ କେନ୍ଦ୍ର କୋଇଲା ମନ୍ତ୍ରଣାଳୟ(Ministry of Coal ) ଗୁରୁତ୍ୱ ଦେଇଛି । ଏହି ପ୍ରୟାସରେ ସଡକ ପଥରେ କୋଇଲା ପରିବହନକୁ ଯଥେଷ୍ଟ ହ୍ରାସ କରି ରେଳ ପରିବହନକୁ ବଢାଇବାକୁ ମନ୍ତ୍ରଣାଳୟ ଉଦ୍ୟମ କରୁଛି । ସେଥିପାଇଁ କୋଇଲା ମନ୍ତ୍ରଣାଳୟ ନୂଆ କୋଇଲାଖଣି ଇଲାକାରେ ନୂତନ ବ୍ରଡଗେଜ ରେଳପଥ ନିର୍ମାଣ କରିବାକୁ ଯୋଜନା କରୁଛି । ଏଥିରେ କୋଇଲା ବୋଝେଇ ସ୍ଥଳ ପର୍ଯ୍ୟନ୍ତ ରେଳପଥର ସଂପ୍ରସାରଣ କରଯିବ । ଆବଶ୍ୟକସ୍ଥଳେ କେତେକ ସ୍ଥାନରେ ରେଳଲାଇନକୁ ଦୋହରା ଓ ତିନିଟିକିଆ କରିବାକୁ ମନ୍ତ୍ରଣାଳୟ ଚିନ୍ତା କରୁଛି । ଯଥା ସମ୍ଭବ ଅଧିକରୁ ଅଧିକ କୋଇଲା ପରିବହନ ରେଳଯୋଗେ କରିବାକୁ ବିଚାର କରାଯାଉଛି ।

୨୦୨୧ ଅକ୍ଟୋବରରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପିଏମ୍ ଗତିଶକ୍ତି(PM-Gati Shakti) ଯୋଜନାର ଶୁଭାରମ୍ଭ ହୋଇଥିଲା । ଏଥିରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ମିଳିତ ପ୍ରୟାସରେ ଦେଶର ଭିତ୍ତିଭୂମି କ୍ଷେତ୍ରର ବିକାଶକୁ ଗୁରୁତ୍ୱ ଦିଆଯାଇଥିଲା । ସଂଯୋଗ ଭିତ୍ତିଭୂମିର ବିକାଶ ପାଇଁ ବିଭିନ୍ନ ମନ୍ତ୍ରଣାଳୟ ନିଜ ନିଜ ମଧ୍ୟରେ ସମନ୍ୱୟ ଓ ସହଯୋଗ ରକ୍ଷା କରି ଏହାକୁ କାର୍ଯ୍ୟକାରୀ କରୁଛନ୍ତି । ଏଥିରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପମାନ ନିର୍ମାଣ କରାଯାଉଛି । ଏହି ପ୍ରକ୍ରିୟାରେ ରାଜ୍ୟ ସରକାରମାନଙ୍କୁ ମଧ୍ୟ ସମ୍ପୃକ୍ତ କରାଯାଇଛି ଓ ଏଥିପାଇଁ ବୈଷୟିକ ତଥା ଅନ୍ୟାନ୍ୟ ସହାୟତା ବିଭିନ୍ନ ପ୍ରକଳ୍ପ ନିମନ୍ତେ ଯୋଗାଇ ଦିଆଯାଉଛି ।

 

ପିଏମ୍ ଗତିଶଣକ୍ତି ଯୋଜନାର ଲକ୍ଷ୍ୟ ଭିତ୍ତିରେ କୋଇଲା ମନ୍ତ୍ରଣାଳୟ ୧୩ଟି ବହୁମୁଖୀ (ମଲ୍ଟି ମୋଡାଲ) ରେଳ ସଂଯୋଗ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ହାତକୁ ନେଇଛି । ପ୍ରତ୍ୟେକ ପ୍ରକଳ୍ପରେ ଥିବା ଭିତ୍ତିଭୂମିର ଅଭାବକୁ ପ୍ରଥମେ ଚିହ୍ନଟ କରାଯାଇ ତା’ ପରେ ନିର୍ମାଣ କାର୍ଯ୍ୟ ହାତକୁ ନିଆଯାଉଛି । ହାଇ ଇମ୍ପ୍ୟାକ୍ଟ ପ୍ରୋଜେକ୍ଟ (ଅତି ପ୍ରଭାବଶାଳୀ ପ୍ରକଳ୍ପ) ଭାବେ ୪ଟି ଚିହ୍ନଟ କରାଯାଇ ଇତିମଧ୍ୟରେ ତାହାର ମାନଚିତ୍ରକୁ ଏନ୍‌ଏମ୍‌ପି ପୋର୍ଟାଲରେ ସ୍ଥାନିତ କରାଯାଇଛି । ଏହି ଚାରିଟି ପ୍ରକଳ୍ପ ଓଡିଶା ଓ ଝାଡଖଣ୍ଡରେ କାର୍ଯ୍ୟକାରୀ ହେବ ।

ପାରାଦୀପ ଉନ୍ନତୀକରଣ ପାଇଁ ଖର୍ଚ୍ଚ ହେବ ୩୦୦୪ କୋଟି

ଇନ୍ଦ୍ରାବତୀ ସଫଳତା ଅନ୍ୟମାନଙ୍କ ପାଇଁ ଆହ୍ବାନ

ସମ୍ପୃକ୍ତ ରେଳପ୍ରକଳ୍ପ ନିର୍ମିତ ହେଲେ କୋଇଲା ଖଣି ଅଞ୍ଚଳରୁ ଦେଶର ବିଭିନ୍ନ ସ୍ଥାନକୁ କୋଇଲ ଯୋଗାଣ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ । ଏହା ଦ୍ୱାରା ବ୍ୟାବସାୟିକ ତ୍ତଭିତ୍ତିରେ କୋଇଲ ଉତ୍ତୋଳନ କରୁଥିବା କମ୍ପାନୀ ଓ କୋଇଲା ପରିବହନ ପାଇଁ ଉତ୍ତମ ସୁବିଧା ପାଇବେ । ରେଳଯୋଗେ କୋଇଲା ପରିବହନ ଅଧିକ ହେଲେ ବାୟୁ ପ୍ରଦୂଷଣ ଯଥେଷ୍ଟ ହ୍ରାସ ପାଇବ ଏବଂ ପରିବେଶ ସୁରକ୍ଷିତ ହେବ ।

Like this article?

Hey! I am Shuvanshu Kar. Did you liked this article and have suggestions to improve this article? Mail me your suggestions and feedback.

Share your comments